ବିଜେପୁରରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ, ସନତଙ୍କ ଉପରେ ଭାଜପାର ଭରସା

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଏକଦା କଂଗ୍ରେସର ଗଡ଼ ଥିଲା। ପୂର୍ବତନ କଂଗ୍ରେସ ବିଧାୟକ ସ୍ବର୍ଗତ ସୁବଳ ସାହୁଙ୍କ ଦେହାନ୍ତ ପରେ ତାଙ୍କ ପରିବାର ବିଜେଡିରେ ମିଶିଥିଲେ । ଏହି ମିଶ୍ରଣ ପରେ ଆସନଟି ବିଜେଡି ହାତକୁ ଚାଲି ଯାଇଛି। ସୁବଳଙ୍କ ସ୍ତ୍ରୀ ରୀତା ସାହୁ ଏଠାରୁ ବିଧାୟିକା ନିର୍ବାଚିତ ହେବା ସହିତ ଏବେ ମନ୍ତ୍ରୀ ପଦରେ ଅଛନ୍ତି। ତାଙ୍କ ଉପରେ ଭରସା ରଖି ଆସନ୍ତା ସାଧାରଣ ନିର୍ବାଚନ ପାଇଁ ବିଜେଡି ପୁଣି ତାଙ୍କୁ ଦଳୀୟ ପ୍ରାର୍ଥୀ ରଖିଛି। ସେହିପରି ଭାଜପା ମଧ୍ୟ ଗତ ନିର୍ବାଚନର ପ୍ରାର୍ଥୀ ସନତ ଗଡ଼ତୀୟାଙ୍କୁ ଏଠାରେ ଦୋହରାଇଛି। ଅନ୍ୟପକ୍ଷରେ କଂଗ୍ରେସ ଏଥର ପ୍ରାର୍ଥୀ ବଦଳାଇଛି। କିଶୋର ଦଫାଦାରଙ୍କୁ କଂଗ୍ରେସ ଏଥର ଦଳୀୟ ପ୍ରାର୍ଥୀ ଭାବେ ନିର୍ବାଚନୀ ମଇଦାନକୁ ଛାଡିଛି। କିଶୋର ଏହା ପୂର୍ବରୁ ୨୦୧୪ ସାଧାରଣ ନିର୍ବାଚନରେ ଓଜେଏମ୍‌ରୁ ଏଠାରୁ ନିର୍ବାଚନ ଲଢିଥିବାବେଳ ପୂର୍ବତନ ବ୍ଲକ ଅଧ୍ୟକ୍ଷ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri