ସେନ୍‌ସେକ୍ସର ସର୍ବକାଳୀନ ରେକର୍ଡ

ନୂଆଦିଲ୍ଲୀ,୧୦।୪: ଚଳିତ ଆର୍ଥିକ ବର୍ଷର ୨ସପ୍ତାହ କାରବାରର ୨ଦିନରେ ଘରୋଇ ଶେୟାର ବଜାର ଏକ ଉଲ୍ଲେଖନୀୟ ସଫଳତା ସହ ନୂଆ ମାଇଲଖୁଣ୍ଟ ହାସଲ କରିଥିଲା। ଏପରିକି ଶେୟାର ବଜାରର ପ୍ରାଥମିକ ପର୍ଯ୍ୟାୟ କାରବାର (ସକାଳ ୧୦ ଘଟିକା) ସମୟରେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ ବା ବିଏସ୍‌ଇ ସେନ୍‌ସେକ୍ସ ପ୍ରଥମ ଥର ପାଇଁ ୭୫,୦୦୦ (୭୫,୧୨୪.୨୮) ଅଙ୍କ ଅତିକ୍ରମ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ ବା ଏନ୍‌ଏସ୍‌ଇ ନିଫ୍ଟି-୫୦ର କାରବାର ମଧ୍ୟ ୨୩,୦୦୦(୨୨,୭୬୫.୧୦) ଅଙ୍କର ନିକଟବର୍ତ୍ତୀ ହୋଇଥିଲା। ଉଲ୍ଲେଖଯୋଗ୍ୟ, ଘରୋଇ ଶେୟାର ବଜାରର କାରବାର ମଙ୍ଗଳବାର ସକଳା ସମୟରେ ବିଏସ୍‌ଇ ସେନ୍‌ସେକ୍ସର କାରବାର ୩୮୧.୭୮ ପଏଣ୍ଟ ବା ୦.୫୧% ବଢି ୭୫,୧୨୪.୨୫ ଅଙ୍କରେ ରହିଥିଲାବେଳେ ଏନ୍‌ଏସଇ ନିଫ୍ଟି-୫୦ର କାରବାରରେ ମଧ୍ୟ ୯୮.୮ ବା ୦.୪୪% ବୃଦ୍ଧି ଘଟି ୨୨,୭୬୫.୧୦ଅଙ୍କରେ ପହଞ୍ଚତ୍ୟାଇଥିଲା। ସୂଚନାଯୋଗ୍ୟ, ପୁଞ୍ଜିବଜାରର ସୂଚନା ଅନୁଯାୟୀ, ସୋମବାର ଘରୋଇ ଶେୟାର ବଜାରର କାରବାର ୪୦୦ ଲକ୍ଷ କୋଟିରେ ସାମିଲ ହୋଇଥିଲାବେଳେ ଉଭୟ ବିଏସ୍‌ଇ ଏବଂ ଏନ୍‌ଏସ୍‌ଇ ପାଇଁ ମଧ୍ୟ ଏହା ଏକ ଏତିହାସିକ ସଫଳତା ବୋଲି ବଜାର ବିଶେଷଜ୍ଞମାନେ ମତପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋବାଲ ଫୁଟ୍‌ ପ୍ରିଣ୍ଟ ବିସ୍ତାରକରିବ ମାଲାବାର

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱର ସର୍ବବୃହତ୍‌ ଗହଣା ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ ୨୦୨୪ ଅକ୍ଟୋବରରେ ୨୦ଟି...

ରିଲାଏନ୍ସ ଫାଉଣ୍ଡେଶନ ସ୍କିଲିଂ ଏକାଡେମିର ଶୁଭାରମ୍ଭ

ମୁମ୍ବାଇ, ୭।୯ (ଅଭୟ ଦାଶ): ଭାରତର ଭବିଷ୍ୟତ ରୂପରେଖ ପ୍ରସ୍ତୁତ କରିବା ଦିଗରେ ଏକ ବଳିଷ୍ଠ ପଦକ୍ଷେପ ସ୍ବରୂପ ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ...

ରାଜ୍ୟରେ ସାମାଜିକ ଯୋଜନାର ସଫଳ ରୂପାୟନ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି (ଏସ୍‌ଏଲ୍‌ବିସି) ଓଡ଼ିଶାର ୧୭୫ ତମ ଓ ୧୭୬ ତମ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ଆର୍ଥିକ...

ଗଣେଶପୂଜାରେ ୨୫ କୋଟିର ବ୍ୟବସାୟ ଆକଳନ

ଭୁବନେଶ୍ୱର,୭।୯ (ଅନୁରାଧା ମହାରଣା): ଗଣେଶପୂଜା ସାରା ଦେଶରେ ଖୁବ୍‌ ଉସତ୍ାହର ସହ ପାଳନ କରାଯାଉଥିବାବେଳେ ପୂଜା ବ୍ୟବସାୟ ମଧ୍ୟ ବଢ଼ିବାରେ ଲାଗିଛି। ଭାରତୀୟ ବ୍ୟବସାୟୀମାନେ ଚାଇନା...

ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟରେ ‘ଆୱାର୍ଡ ଟୁ ରିୱାର୍ଡ’ କାର୍ଯ୍ୟକ୍ରମ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନଷ୍ଠାନ ତଥା ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ପରିସରରେ ‘ଆୱାର୍ଡ ଟୁ ରିୱାର୍ଡ’କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଗୁରୁଦିବସ ଅବସରରେ...

ଦିନକରେ ନିବେଶକ ହରାଇଲେ ୫ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ, ୭।୯ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ବଜାରରେ ଦେଖାଦେଇଥିବା ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସହ ଫେଡେରାଲ ରିଜର୍ଭ ସୁଧ ହାର ହ୍ରାସର ପ୍ରଭାବ ଭାରତୀୟ...

ଜେଏସ୍‌ଏଲ୍‌ର ନୂଆ ମାଇଲଷ୍ଟୋନ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ଉଚ୍ଚ ଶକ୍ତିସମ୍ପନ୍ନ ଟେମ୍ପର୍ଡ ୩୦୧ ଏଲ୍‌ ଗ୍ରେଡ୍‌ ଅଷ୍ଟେନିଟିକ୍‌ ଷ୍ଟେନ୍‌ଲେସ୍‌ ଷ୍ଟିଲର ଉଲ୍ଲେଖନୀୟ ସଫଳତା ପାଇଁ...

ବଜାରରେ ନିଶାନ୍‌ର ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ନିଶାନ୍‌ ଇଣ୍ଡିଆର ବହୁ ପ୍ର୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌ର ଅନାବରଣ ଓ ବଜାର ପ୍ରବେଶ ସର୍ବଭାରତୀୟସ୍ତରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri