ରାଜେଶ ପିଏନ୍‌ବିର ନୂତନ ଅଞ୍ଚଳ ମୁଖ୍ୟ

ଭୁବନେଶ୍ୱର,୧୦।୪: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟର ଅଞ୍ଚଳ ମୁଖ୍ୟ (ମହାପ୍ରବନ୍ଧକ) ଭାବେ ରାଜେଶ କୁମାର ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ବର୍ଦ୍ଧମାନ ମଣ୍ଡଳ କାର୍ଯ୍ୟାଳୟରେ ମଣ୍ଡଳ ମୁଖ୍ୟ ଭାବେ କାର୍ଯ୍ୟ କରୁଥିଲେ। ଉଲ୍ଲେଖଯୋଗ୍ୟ,୧୯୯୫ରେ ରାଜେଶ ବ୍ୟାଙ୍କିଙ୍ଗ୍‌ କ୍ୟାରିୟର ଆରମ୍ଭ କରିଥିବାବେଳେ ମଧ୍ୟପ୍ରଦେଶ, ଉତ୍ତର ପ୍ରଦେଶ, ମହାରାଷ୍ଟ୍ର, ଦିଲ୍ଲୀ ଓ ଓଡ଼ିଶା ଭଳି ରାଜ୍ୟର ବିଭିନ୍ନ ସ୍ଥାନରେ ସେ ଭିନ୍ନ ଭିନ୍ନ ପଦପଦବୀରେ ରହି କାର୍ଯ୍ୟ କରିଛନ୍ତି। ଏପରିକି ବ୍ୟାଙ୍କିଙ୍ଗ୍‌ କ୍ଷେତ୍ରରେ କୁମାରଙ୍କର ବ୍ୟାପକ ଅଭିଜ୍ଞତା ରହିଛି। ସେହିଭଳି ଆଞ୍ଚଳିକ ମୁଖ୍ୟ ଭାବେ ଯୋଗଦେବା ପରେ କୁମାର ଖୁରୁରା, କୃଷି ଓ ଏମ୍‌ଏସ୍‌ଏମ୍‌ଇ ବିଭାଗ ଉପରେ ପ୍ରାଧାନ୍ୟ ଦେବା ସହ ବ୍ୟବସାୟିକ ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ଓ ପିଏନ୍‌ବିକୁ ଆଗାମୀ ପିଢ଼ିର ପସନ୍ଦଯୋଗ୍ୟ ବ୍ୟାଙ୍କ ରୂପେ ଗଢି ତୋଳିବା ସହ ଡିଜିଟାଲ ବ୍ୟାଙ୍କିଙ୍ଗ୍‌କୁ ଲୋକପ୍ରିୟତା କରାଇବା ଉପରେ ପ୍ରତିବଦ୍ଧତା ପ୍ରକାଶ କରିଛନ୍ତି। ସେହିପରି ରାଜ୍ୟରେ ଶାଖା ନେଟ୍‌ୱର୍କକୁ ବିସ୍ତାର କରିବା ଓ ରାଜ୍ୟରେ ଡିଜିଟାଲ ବ୍ୟାଙ୍କିଙ୍ଗ୍‌ ଲ୍ୟାଣ୍ଡ୍‌ସ୍କେପ୍‌ରେ ବ୍ୟାଙ୍କିଙ୍ଗ୍‌ କାରବାରକୁ ବୃଦ୍ଧି କରାଇବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ଅପରପକ୍ଷରେ ଭୁବନେଶ୍ୱର, କଟକ, ସମ୍ବଲପୁର, ବ୍ରହ୍ମପୁର ଓ ବାଲେଶ୍ୱରଠାରେ ବ୍ୟାଙ୍କର ୫ଟି ମଣ୍ଡଳ କାର୍ଯ୍ୟାଳୟ ରହିଥିବା ବେଳେ ରାଜ୍ୟରେ ପିଏନ୍‌ବିର ମୋଟ ୩୪୪ଟି ଶାଖା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

ରିଲାଏନ୍ସ ଜିଓର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୬।୧୦(ଅଭୟ ଦାଶ): ରିଲାଏନ୍ସ ଜିଓର ନୂତନ ଉତ୍ପାଦ ‘ଜିଓଭାରତ ଭି୩ ଏବଂ ଜିଓ ଭାରତ ଭି୪’ ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଏହି ୨ ନୂଆ...

ମାମାଆର୍ଥ ସହ ମିଶୋର ବୁଝାମଣା

ନୂଆଦିଲ୍ଲୀ,୧୬।୧୦: ଭାରତରେ ଦ୍ରୁତ ବୃଦ୍ଧି ପାଉଥିବା ପର୍ସନାଲ କେୟାର ବ୍ରାଣ୍ଡ୍‌ ମାମାଆର୍ଥ ଏବଂ ଇ-କର୍ମସ ପ୍ଲାଟ୍‌ଫର୍ମ ମିଶୋ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି।...

ଭାରତୀୟ ଡେଟା ସେଣ୍ଟରରେ ଭାରତର ଡେଟା ରହୁ: ଆକାଶ

ନୂଆଦିଲ୍ଲୀ,୧୬।୧୦: ଭାରତରେ ଡେଟା ସୃଷ୍ଟି ହେବାର ଆକାର ଏବଂ ଗତି ବେଶ୍‌ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଏପରିକି ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସହିତ ଆହୁରି...

ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୪୯%

ଭୁବନେଶ୍ୱର,୧୫ା୧୦(ଅନୁରାଧା ମହାରଣା): ପନିପରିବା ମୂଲ୍ୟରେ ବ୍ୟାପକ ବୃଦ୍ଧି ହେତୁ ଖୁଚୁରା ମୁଦ୍ରାସ୍ଫୀତି ହାରରେ ତୀବ୍ର ବୃଦ୍ଧି ଘଟିଛି। ଗତ ୯ମାସ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ଖୁଚୁରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri