ମା’ ଦଣ୍ଡକାଳୀଙ୍କ ଯାତ୍ରାରେ ଅଧିଆ ପଡ଼ିଲେ ଶତାଧିକ ମହିଳା, ପାଣି ନ ଥିବାରୁ ହଟହଟା

ପୁରୁଷୋତ୍ତମପୁର,୧୪ା୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ରବିବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି। ଏନେଇ ପୁରୁଷୋତ୍ତମପୁର ସହରରେ ଏକ ଆଧାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ଏହି ଅବସରରେ ଢୋଲ, ଝାଞ୍ଜ ସାଙ୍ଗକୁ କଳାରୁଦ୍ରମଣିଙ୍କୁ ଭଜହେ ଧ୍ବନିରେ ସହର ପ୍ରକମ୍ପିତ ହୋଇଉଠିଥିଲା। ଏଠାରେ ୩ଟି ଦଣ୍ଡ ଯାତ୍ରା ଦଳ ଧୋବା ପୁଞ୍ଜା, ଗୌଡ଼ ପୁଞ୍ଜା ଓ ବିପତ୍ତି ହାରିଣି ତେଲି ପୁଞ୍ଜା ଭାବେ ରହିଛନ୍ତି। ଅନ୍ୟପପକ୍ଷରେ ମା’ ଦଣ୍ଡକାଳିଙ୍କ ଉଦ୍‌ଯାପନୀ ଅବସରରେ ହଜାର ହଜାର ଭକ୍ତ ମା’ଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷାକରିଛନ୍ତି। ଏହା ସାଙ୍ଗକୁ ମାନସିକ ପୁରଣ ଲାଗି ଶତାଧିକ ମହିଳା ପ୍ରଚଣ୍ଡ ଖରାରେପୋଖରୀ ତୁଠରେ ଅଧିଆ ପଡ଼ିଥିଲେ। ଅଧିଆ ପଡ଼ିଲେ ନିଜ ମନସ୍କାମନା ପୂରଣ ହେବା ସହ ଫଳ ପ୍ରାପ୍ତି ହୋଇଥାଏ ବୋଲି ଲୋକ ବିଶ୍ୱାସ ରହିଛି। ତେଣୁ ଏହି ବିଶ୍ୱାସ ନେଇ ମହିଳାମାନେ ଅଧିଆ ପଡ଼ିଥାନ୍ତି। ମାତ୍ର ଗୋପାଳ ବନ୍ଧ ପରିସର ଅପରିସ୍କାର ସାଙ୍ଗକୁ ପୋଖରୀରେ ପାଣି ନ ଥିବାରୁ ଅଧିଆ ପଡ଼ିଥିବା ମହିଳା ପୁରୁଷ ମାନଙ୍କୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥିଲା। ଦୀର୍ଘ ୨୧ଦିନ ଧରି ମାନସିକଧାରୀ ଭକ୍ତ ଘର ଛାଡ଼ି ସନ୍ନ୍ୟାସୀ ଭାବେ ଆସି ଦଣ୍ଡ ଯାତ୍ରାରେ ଭୁକ୍ତା ଭାବେ ସାମିଲ ହୋଇଥାନ୍ତି। ଏପରି କି ଶିବ କାଳୀଙ୍କୁ ସାଙ୍ଗରେ ଧରି ଖାଲି ପାଦରେ ଚାଲି ବିଭିନ୍ନ ଗ୍ରାମ ପରିକ୍ରମା କରିଥାନ୍ତି। ରାତି ଅନିଦ୍ରା ରହି ଦିନକୁ ଥରେ ଖାଦ୍ୟ ଖାଇ ବ୍ରତ କରିଥାନ୍ତି। ଏପରିକି ମାନସିକଧାରୀ ଦାଣ୍ଡରେ କଠୋର ନୃତ୍ୟ କରିଥାନ୍ତି। ମଧ୍ୟାହ୍ନର ଟାଣ ଖରାରେ ଧୂଳି ଦଣ୍ଡ କରାଯାଉଥିବା ବେଳେ ପୋଖରୀରେ ପାଣିଦଣ୍ଡ ଓ ରାତିରେ ଅଗ୍ନି ଦଣ୍ଡ ପରିବେଷଣ କରି ମାନସିକ ପୂରଣ କରିଥାନ୍ତି। ମେରୁ ଯାତ୍ରାରେ ମୁଖ୍ୟ ପାଟ ଭୁକ୍ତାଙ୍କୁ ଅଗ୍ନି କୁଣ୍ଡରେ ଲଟକାଇ ରଖାଯିବା ପରେ ଦଣ୍ଡ ଯାତ୍ରା ସମାପନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର...

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri