Posted inଜାତୀୟ

ଏହି ଦିନ ଆସିବ ଇଲେକ୍ଟୋରାଲ ବଣ୍ଡ୍‌ ଯୋଜନା ବୈଧତା ଉପରେ ରାୟ

ନୂଆଦିଲ୍ଲୀ,୧୪ା୪ :ଇଲେକ୍ଟୋରାଲ ବଣ୍ଡ୍‌ ଯୋଜନାର ବୈଧତାକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଦାଏର ଏକାଧିକ ପିଟିଶନ୍‌ର ରାୟ ଆସନ୍ତା ୧୮ ତାରିଖରେ ପ୍ରକାଶ ପାଇବ। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ୫ ଜଣିଆ ସାମ୍ବିଧାନିକ ପୀଠ ଏହି ମାମଲାର ରାୟକୁ ଗତବର୍ଷ ନଭେମ୍ବର ୨ରେ ସଂରକ୍ଷିତ ରଖିଥିଲେ। ରାଜନୈତିକ ପାଣ୍ଠିରେ ସ୍ବଚ୍ଛତା ଆଣିବା ପାଇଁ ରାଜନୈତିକ ଦଳଗୁଡ଼ିକ ନଗଦ ଅର୍ଥର ବିକଳ୍ପ ଭାବେ ଇଲେକ୍ଟୋରାଲ ବଣ୍ଡ୍‌ ଯୋଗେ ଚାନ୍ଦା ଦେବା ପାଇଁ ୨୦୧୮ ଜାନୁଆରୀ ୨ରେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଥିଲେ। ଯୋଜନାର ବ୍ୟବସ୍ଥା ଅନୁଯାୟୀ, ଦେଶର ଯେକୌଣସି ନାଗରିକ କିମ୍ବା ସଂସ୍ଥା ଇଲେକ୍ଟୋରାଲ ବଣ୍ଡ୍‌ କିଣିପାରିବେ। ବ୍ୟକ୍ତିବିଶେଷ ଏକାକୀ କିମ୍ବା ଅନ୍ୟ ସହ ମିଳିତ ଭାବେ ମଧ୍ୟ ବଣ୍ଡ୍‌ କିଣିବା ବ୍ୟବସ୍ଥା ରହିଛି। ଜନପ୍ରତିନିଧି ଆଇନ, ୧୯୫୧ର ଧାରା ୨୯ଏ ଅଧୀନରେ ପଞ୍ଜୀକୃତ ହୋଇଥିବା ରାଜନୈତିକ ଦଳ ଏବଂ ପୂର୍ବ ଲୋକ ସଭା କିମ୍ବା ରାଜ୍ୟ ବିଧାନସଭା ନିର୍ବାଚନରେ ୧ ପ୍ରତିଶତରୁ କମ୍‌ ଭୋଟ ପାଇ ନ ଥିବା ଦଳ ଇଲେକ୍ଟୋରାଲ ବଣ୍ଡ୍‌ ଗ୍ରହଣ କରିବାକୁ ଯୋଗ୍ୟ। ଉକ୍ତ ଦଳ ଇଲେକ୍ଟୋରାଲ ବଣ୍ଡକୁ ଅଧିକୃତ ବ୍ୟାଙ୍କ ଜରିଆରେ ଏନ୍‌କ୍ୟାସ୍‌ କରିପାରିବେ। ସାମ୍ବିଧାନିକ ପୀଠରେ ଜଷ୍ଟିସ୍‌ ସଞ୍ଜୀବ ଖାନ୍ନା, ବି.ଆର୍‌. ଗଭାଇ, ଜେ.ବି. ପର୍‌ଡିଓ୍ବାଲା ଏବଂ ମନୋଜ ମିଶ୍ରା ରହିଛନ୍ତି। କଂଗ୍ରେସ ନେତ୍ରୀ ଜୟା ଠାକୁର, ସିପିଆଇ(ଏମ୍‌) ଏବଂ ଆସୋସିଏଶନ ଫର୍‌ ଡେମୋକ୍ରାଟିକ୍‌ ରିଫର୍ମସ (ଏଡିଆର୍‌) ପକ୍ଷରୁ ଇଲେକ୍ଟୋରାଲ ବଣ୍ଡ୍‌ର ବୈଧତାକୁ ଚ୍ୟାଲେଞ୍ଜ କରାଯାଇଥିଲା। ଗତବର୍ଷ ଅକ୍ଟୋବର ୩୧ରୁ ସୁପ୍ରିମକୋର୍ଟରେ ଏହାର ଶୁଣାଣି ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri