ଏଚ୍‌ସିଆଇଏଲର ନୂତନ ଓ୍ବେୟାରହାଉସ କାର୍ଯ୍ୟର ଶୁଭାରମ୍ଭ

ଭୁବନେଶ୍ୱର,୧୬।୪: ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ (ଏଚ୍‌ସିଆଇଏଲ୍‌)ର ନୂତନ ପ୍ରକଳ୍ପ ‘ନ୍ୟୁ ସ୍ପେୟାର ପାର୍ଟସ ଓ୍ବେୟାରହାଉସ ଫାସିଲିଟି (ନୂତନ ଓ୍ବେୟାରହାଉସ) କାର୍ଯ୍ୟର ଶୁଭାରମ୍ଭ ନିକଟରେ ହୋଇଯାଇଛି। ବିଶେଷକରି ଏହି ନୂତନ ପ୍ରକଳ୍ପ ଜରିଆରେ କମ୍ପାନୀ ତା’ର ସମସ୍ତ ବାଣିଜି୍ୟକ ୟୁନିଟ୍‌ ଯଥା ହୋଣ୍ଡା କାର୍‌ସ ଇଣ୍ଡିଆ, ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ଏବଂ ହୋଣ୍ଡା ଇଣ୍ଡିଆ ପାଓ୍ବାର ପ୍ରଡକ୍ଟସ ପାଇଁ ଆବଶ୍ୟକ ଯନ୍ତ୍ରପାତି (ସ୍ପେୟାର ପାଟର୍ସ) ଯୋଗାଇବା ସହ ବଜାର ଚାହିଦାକୁ ମଧ୍ୟ ଉକ୍ତ ୟୁନିଟ (ନ୍ୟୁ ଫାସିଲିଟି) ବେଶ୍‌ ସହାୟକ ହେବ ବୋଲି ହୋଣ୍ଡା ଗ୍ରୁପ ପକ୍ଷରୁ ଆକଳନ କରାଯାଇଛି। ଉଲ୍ଲେଖଯୋଗ୍ୟ, କର୍ନାଟକର ବେଙ୍ଗାଲୁରୁ ନିକଟସ୍ଥ ଡୋଡାବାଲପୁରାଠାରେ ପ୍ରାୟ ୬୦,୦୦୦ ବର୍ଗଫୁଟ ପରିବ୍ୟାପ୍ତ ସ୍ଥାନରେ କମ୍ପାନୀର ନୂତନ ୟୁନିଟ ଆରମ୍ଭ ହେବାକୁ ଯାଉଥିବାବେଳେ ପ୍ରାଥମିକ ପର୍ଯ୍ୟାୟରେ ମୋଟ ୨୫,୦୦୦ ବର୍ଗ ଫୁଟ ଜମିରେ ବିକଶିତ ହେବ। ଏ ସମ୍ପର୍କରେ ଏଚ୍‌ସିଆଇଏଲ୍‌ର ସଭାପତି ତଥା ସିଇଓ ତାକୁୟା ତସମୁରା କହିଛନ୍ତି, ବେଙ୍ଗଲୁରୁଠାରେ ଆମେ ଆମର ନୂତନ ସୁବିଧା କେନ୍ଦ୍ରର ( ନ୍ୟୁ ସ୍ପେୟାର ପାର୍ଟସ ଓ୍ବେୟାରହାଉସଫାସିଲିଟି) କାର୍ଯ୍ୟ ଶୁଭାରମ୍ଭ କରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଆମେ ଆମର ଗ୍ରାହକଙ୍କୁ ଉନ୍ନତମାନର ସେବା ସହିତ ଗୁଣାତ୍ମକ ଉତ୍ପାଦ ବଜାର ଚାହିଦା ଅନୁଯାୟୀ ସମୟାନୁବର୍ତ୍ତିତା ମଧ୍ୟରେ ଯୋଗାଇ ଦେବୁ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋବାଲ ଫୁଟ୍‌ ପ୍ରିଣ୍ଟ ବିସ୍ତାରକରିବ ମାଲାବାର

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱର ସର୍ବବୃହତ୍‌ ଗହଣା ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ ୨୦୨୪ ଅକ୍ଟୋବରରେ ୨୦ଟି...

ରିଲାଏନ୍ସ ଫାଉଣ୍ଡେଶନ ସ୍କିଲିଂ ଏକାଡେମିର ଶୁଭାରମ୍ଭ

ମୁମ୍ବାଇ, ୭।୯ (ଅଭୟ ଦାଶ): ଭାରତର ଭବିଷ୍ୟତ ରୂପରେଖ ପ୍ରସ୍ତୁତ କରିବା ଦିଗରେ ଏକ ବଳିଷ୍ଠ ପଦକ୍ଷେପ ସ୍ବରୂପ ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ...

ରାଜ୍ୟରେ ସାମାଜିକ ଯୋଜନାର ସଫଳ ରୂପାୟନ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି (ଏସ୍‌ଏଲ୍‌ବିସି) ଓଡ଼ିଶାର ୧୭୫ ତମ ଓ ୧୭୬ ତମ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ଆର୍ଥିକ...

ଗଣେଶପୂଜାରେ ୨୫ କୋଟିର ବ୍ୟବସାୟ ଆକଳନ

ଭୁବନେଶ୍ୱର,୭।୯ (ଅନୁରାଧା ମହାରଣା): ଗଣେଶପୂଜା ସାରା ଦେଶରେ ଖୁବ୍‌ ଉସତ୍ାହର ସହ ପାଳନ କରାଯାଉଥିବାବେଳେ ପୂଜା ବ୍ୟବସାୟ ମଧ୍ୟ ବଢ଼ିବାରେ ଲାଗିଛି। ଭାରତୀୟ ବ୍ୟବସାୟୀମାନେ ଚାଇନା...

ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟରେ ‘ଆୱାର୍ଡ ଟୁ ରିୱାର୍ଡ’ କାର୍ଯ୍ୟକ୍ରମ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନଷ୍ଠାନ ତଥା ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ପରିସରରେ ‘ଆୱାର୍ଡ ଟୁ ରିୱାର୍ଡ’କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଗୁରୁଦିବସ ଅବସରରେ...

ଦିନକରେ ନିବେଶକ ହରାଇଲେ ୫ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ, ୭।୯ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ବଜାରରେ ଦେଖାଦେଇଥିବା ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସହ ଫେଡେରାଲ ରିଜର୍ଭ ସୁଧ ହାର ହ୍ରାସର ପ୍ରଭାବ ଭାରତୀୟ...

ଜେଏସ୍‌ଏଲ୍‌ର ନୂଆ ମାଇଲଷ୍ଟୋନ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ଉଚ୍ଚ ଶକ୍ତିସମ୍ପନ୍ନ ଟେମ୍ପର୍ଡ ୩୦୧ ଏଲ୍‌ ଗ୍ରେଡ୍‌ ଅଷ୍ଟେନିଟିକ୍‌ ଷ୍ଟେନ୍‌ଲେସ୍‌ ଷ୍ଟିଲର ଉଲ୍ଲେଖନୀୟ ସଫଳତା ପାଇଁ...

ବଜାରରେ ନିଶାନ୍‌ର ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ନିଶାନ୍‌ ଇଣ୍ଡିଆର ବହୁ ପ୍ର୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌ର ଅନାବରଣ ଓ ବଜାର ପ୍ରବେଶ ସର୍ବଭାରତୀୟସ୍ତରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri