ମାହାଙ୍ଗା ଡବଲ ମର୍ଡର ମାମଲା: ଲିଖିତ ଯୁକ୍ତି ଉପସ୍ଥାପନ ପାଇଁ ସମୟ ନେଲେ ପ୍ରତିପକ୍ଷ, ପରବର୍ତ୍ତୀ ଶୁଣାଣି ଏପ୍ରିଲ ୨୨ରେ

କଟକ,୧୬ା୪ (କାର୍ତ୍ତିକ ସାହୁ): ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ପୁଣି ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ ଜେନା ହାଇକୋର୍ଟରେ ରୁଜୁ କରିଥିବା ମାମଲାରେ ପ୍ରତିପକ୍ଷ ରଂଜିତ୍‌ ବରାଳ ଲିଖିତ ଯୁକ୍ତି ଉପସ୍ଥାପନ ପାଇଁ ଅଧିକ ସମୟ ଦେବା ନିମନ୍ତେ ହାଇକୋର୍ଟରେ ଆବେଦନ କରିଥିଲେ। ହାଇକୋର୍ଟର ବିଚାରପତି ଗୌରୀଶଙ୍କର ଶତପଥୀ ମାମଲାର ଶୁଣାଣି କରି ଆବେଦନ ମଞ୍ଜୁରୀ କରିବା ସହ ପରବର୍ତ୍ତି ଶୁଣାଣି ନିମନ୍ତେ ଆସନ୍ତା ଏପ୍ରିଲ୍‌ ୨୨  ତାରିଖକୁ ଧାର୍ଯ୍ୟ କରିଛନ୍ତି।
ସୂଚନାଯୋଗ୍ୟ, ୨୦୨୧ ମସିହା ଜାନୁୟାରୀ ୨ ତାରିଖରେ ମାହାଙ୍ଗାରେ ଭାରତୀୟ ଜନତା ପାର୍ଟି ନେତା କୂୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ତତ୍‌କାଳୀନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସଂପୃକ୍ତି ଥିବା ନେଇ ଅଭିଯୋଗ କରାଯାଇଥିଲା। ହେଲେ ମାହାଙ୍ଗା ଥାନା ପୋଲିସ୍‌ ଏହି ହତ୍ୟା ମାମଲାରେ ଅଭିଯୋଗଫର୍ଦ୍ଦରୁ ପ୍ରତାପ ଜେନାଙ୍କ ନାମକୁ ବାଦ୍‌ ଦେଇଥିଲା। ଏହି ମାମଲାରେ ତାଙ୍କୁ ନିମ୍ନ ଅଦାଲତରେ ହଜାର ହେବାକୁ କୁହାଯାଇଥିଲା। ବିଧାୟକ ଜେନାଙ୍କ ବିରୋଧରେ ସାଲେପୁର ଜେଏମଏଫସି କୋର୍ଟ କଗ୍ନିଜାନ୍ସ ଗ୍ରହଣ କରିଥିଲେ। ବିଧାୟକ ପ୍ରତାପ ଜେନାଙ୍କୁ ୨୦୨୩ ଅକ୍ଟୋବର ୩୧ ତାରିଖ ଦିନ ହାଜର ହେବାକୁ ସମନ ଜାରି କରିଥିଲେ। ବିଧାୟକ ଜେନାଙ୍କ ପକ୍ଷରୁ ନିମ୍ନକୋର୍ଟର କଗ୍ନିଜାନ୍ସ ଏବଂ ତାଙ୍କ ବିରୋଧରେ ଅଦାଲତରେ ହୋଇଥିବା କ୍ରିମିନାଲ ପ୍ରୋସିଡିଂ ରଦ୍ଦ ପାଇଁ ପ୍ରାର୍ଥନା କରି ହାଇକୋର୍ଟରେ ପିଟିସନ ଦାୟର କରାଯାଇଥିଲା। ଗତ ନଭେମ୍ବର ୨ରେ ନିମ୍ନ ଅଦାଲତଙ୍କ ଆଦେଶ ଉପରେ ହାଇକୋର୍ଟ ରହିତାଦେଶ ଜାରି କରି ବିଧାୟକଙ୍କୁ ଅନ୍ତରୀଣ ସୁରକ୍ଷା ଯୋଗାଇ ଦେଇଥିଲେ। ଗତ ମାର୍ଚ୍ଚ ୨୮ ତାରିଖ ଶୁଣାଣିରେ ରଂଜିତ୍‌ ବରାଳଙ୍କ ଯୁକ୍ତି ଉପରେ ବିଧାୟକ ପ୍ରତାପ ଜେନାଙ୍କ ପକ୍ଷରୁ ହାଇକୋର୍ଟରେ ଜବାବ ଦାଖଲ କରାଯାଇଥିଲା। ଏଥିସହ କୌଣସି ପକ୍ଷଙ୍କର ଲିଖିତ ଯୁକ୍ତି ଥିଲେ ଉପସ୍ଥାପନ କରିବାକୁ ହାଇକୋର୍ଟ ଆଦେଶ ଦେଇଥିଲେ। ବିଧାୟକ ଜେନାଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଦେବୀ ପ୍ରସାଦ ଧଳ ମାମଲା ପରିଚାଳନା କରୁଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri