ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର ୩୨ ସହରରେ ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଥିଲା। ସେପଟେ ପୁଣି ୪୩ଡିଗ୍ରୀ ଟପିଛି ରାଜଧାନୀ ଭୁବନେଶ୍ୱରର ତାପମାତ୍ରା। ୪୩.୬ଡିଗ୍ରୀ ସହ ଭୁବନେଶ୍ୱର ରାଜ୍ୟର ଉତ୍ତପ୍ତ ସହର ରହିଥିଲା।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଆସନ୍ତା ତିନିଦିନ ରାଜ୍ୟରେ ତାତିର ପ୍ରଭାବ ରହିବା ସହିତ ଗୁଳୁଗୁଳି ଏବଂ ଝାଞ୍ଜି ପବନ ମଧ୍ୟ ବହିବାର ସମ୍ଭାବନା ରହିଛି। ଏଥିପାଇଁ ବିଭିନ୍ନ ଜିଲାକୁ ସତର୍କତା ଜାରି କରାଯାଇଛି। ଶୁକ୍ରବାର ଖୋର୍ଦ୍ଧା, କଟକ, ନୟାଗଡ଼, ମୟୂରଭଞ୍ଜ, ଅନୁଗୋଳ ଓ ବୌଦ୍ଧ ଜିଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିବା ବେଳେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଯାଜପୁର, ଢେଙ୍କାନାଳ, ଗଜପତି, କନ୍ଧମାଳ, କେନ୍ଦ୍ରାପଡ଼ା, କୋରାପୁଟ, ମାଲକାନଗିରି ଏବଂ ଗଞ୍ଜାମ ଜିଲାରେ ଗ୍ରୀଷ୍ମ ପ୍ରବାହ ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ସେହିଭଳି ୨୦ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ଢେଙ୍କାନାଳ, ନୂଆପଡ଼ା, ଅନୁଗୋଳ, ନୟାଗଡ଼, ମୟୂରଭଞ୍ଜ, ବୌଦ୍ଧ ଏବଂ କେନ୍ଦୁଝରକୁ ପ୍ରବଳ ଗ୍ରୀଷ୍ଣ ପ୍ରବାହ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। କୋରାପୁଟ, ମାଲକାନଗିରି, ସୋନପୁର, ବଲାଙ୍ଗୀର ଏବଂ କଳାହାଣ୍ଡିରେ ଗ୍ରୀଷ୍ମ ପ୍ରବାହ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୨୧ତାରିଖରେ ମଧ୍ୟ କିଛି ଜିଲାକୁ ଗ୍ରୀଷ୍ମ ପ୍ରବାହ ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ଖରା ସମୟରେ ସତର୍କ ରହିବା ପାଇଁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି। ସାଧାରଣ ଲୋକ, ଗର୍ଭବତୀ ମହିଳା, ବୟସ୍କ ବ୍ୟକ୍ତି, ଛୋଟ ପିଲା, ରୋଗାକ୍ରାନ୍ତ ଲୋକ ଖରାର ପିକ୍‌ ସମୟ(ପୂର୍ବାହ୍ନ ୧୧ରୁ ଅପରାହ୍ନ ୩ଟା) ଯାଏ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି। ପିକ୍‌ ସମୟରେ ଘରୁ ବାହାରିବା ସମୟରେ ଛତା, ଜୋତା ଓ ପାଣି ବୋତଲ ପରି ଆବଶ୍ୟକୀୟ ସାମଗ୍ରୀ ସାଥିରେ ନେବା ପାଇଁ ପରାମର୍ଶ ଦିଆଯାଇଛି। ସୂଚନାଯୋଗ୍ୟ, ଗତ ୫ତାରିଖରେ ଭୁବନେଶ୍ୱରେ ତାପମାତ୍ରା ୪୩.୫ଡିଗ୍ରୀ ରହିଥିଲା, ଯାହାକି ଦେଶରେ ଦ୍ୱିତୀୟ ଏବଂ ଏସିଆର ଷଷ୍ଠ ସ୍ଥାନରେ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri