Posted inଜାତୀୟ

ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି

ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲ କରିବା ପାଇଁ ଅମିତ ଶାହା ଗାନ୍ଧିନଗର କଲେକ୍ଟରଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଏହି ସମୟରେ ଗୁଜରାଟର ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ମଧ୍ୟ ଉପସ୍ଥିତ ଥିଲେ।

ପ୍ରାର୍ଥିପତ୍ର ଦାଖଲ କରିବା ପରେ ଅମିତ ଶାହା କହିଛନ୍ତି, ‘ମୁଁ ଗାନ୍ଧିନଗର ଆସନରୁ ନାମାଙ୍କନପତ୍ର ଦାଖଲ କରିଛି ଏବଂ ଗାନ୍ଧିନଗରକୁ ପ୍ରତିନିଧିତ୍ୱ କରିବା ମୋ ପାଇଁ ଗର୍ବର ବିଷୟ। ଏହି ନିର୍ବାଚନ ହେଉଛି ନରେନ୍ଦ୍ର ମୋଦିଙ୍କୁ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ କରିବା। ମୋଦି ଜି ଦେଶକୁ ସୁରକ୍ଷିତ କରିଛନ୍ତି ଏବଂ ୨୦୪୭ ସୁଦ୍ଧା ଭାରତ ବିକଶିତ ଦେଶ ହେବ। ଏହାର ଗୋଟିଏ ଦିନ ପୂର୍ବରୁ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ନିଜ ନିର୍ବାଚନମଣ୍ଡଳୀରେ ଗୋଟିଏ ପରେ ଗୋଟିଏ ରୋଡ ଶୋ’ କରିଥିଲେ ଏବଂ ପ୍ରାୟ ୨୦ କିଲୋମିଟର ଦୂରତା ଅତିକ୍ରମ କରିଥିଲେ।
ଅମିତ ଶାହାଙ୍କ ରୋଡ ଶୋ’ ଗାନ୍ଧିନଗର ଲୋକ ସଭା ଆସନର ଏକ ଅଂଶ ଅହମ୍ମଦାବାଦ ସହରର ସାବରମାଟି, ଘାଟୋଡିଆ, ନରଣପୁରା ଏବଂ ଭେଜଲପୁର ବିଧାନସଭା ନିର୍ବାଚନମଣ୍ଡଳୀ ଦେଇ ଯାଇଥିଲା। ସେ ୨୦୧୯ରେ ଏହି ଆସନରୁ ଜିତିଥିଲେ। ଏହାପୂର୍ବରୁ ଅମିତ ଶାହା ଗାନ୍ଧିନଗର ଲୋକ ସଭା ନିର୍ବାଚନମଣ୍ଡଳୀ ଅଧୀନରେ ଥିବା ଅହମ୍ମଦାବାଦର ସାନନ୍ଦରେ ଏବଂ ଗାନ୍ଧିନଗର ଜିଲାର କାଲୋଲରେ ରୋଡ ଶୋ’ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri