ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ ଆଚାର୍ଯ୍ୟ ବୋଲି ଜଣାପଡିଛି। ଘଟଣାକୁ ନେଇ ରହସ୍ୟ ସୃଷ୍ଟି ହୋଇଛି।

ପ୍ରାରମ୍ଭିକ ରିପୋର୍ଟ ଅନୁଯାୟୀ, ଆଚାର୍ଯ୍ୟଙ୍କ ଘର ଫୁଲବାଣୀ ଏବଂ ଶୁଭମ ବାୟୋ-ସିଏନଜି ପିଭି ଲିମିଟେଡ୍ କମ୍ପାନୀର ମାଲିକ ଥିଲେ। ମଙ୍ଗଳବାର ଏକ କର୍ପୋରେଟ୍ ବୈଠକରେ ଯୋଗଦେବା ପାଇଁ ସେ ଭୁବନେଶ୍ୱର ଆସିଥିଲେ ବୋଲି ଜଣାପଡିଛି।

ଆଚାର୍ଯ୍ୟ ମଙ୍ଗଳବାର ଗେଷ୍ଟ ହାଉସରେ ରୁମ୍ ନମ୍ବର ୨୦୨ ରହିଥିଲେ। ତେବେ ଆଚାର୍ଯ୍ୟଙ୍କ ମୃତ୍ୟୁ ପଛର ପରିସ୍ଥିତି ଏବଂ ପ୍ରକୃତ କାରଣ ସ୍ପଷ୍ଟ ହୋଇନାହିଁ।

ସେପଟେ ପୋଲିସ ଆଚାର୍ଯ୍ୟଙ୍କ ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି। ପୋଷ୍ଟମର୍ଟମ ପରେ ବ୍ୟବସାୟୀଙ୍କ ମୃତ୍ୟୁକୁ ନେଇ ରହସ୍ୟ ସ୍ପଷ୍ଟ ହୋଇଯିବ ବୋଲି ଆଶା କରାଯାଉଛି। ସୂଚନା ପାଇବା ପରେ ମୃତ ବ୍ୟବସାୟୀଙ୍କ ପରିବାର ସଦସ୍ୟ ଭୁବନେଶ୍ୱରରେ ପହଞ୍ଚିଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri