ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି।

ପ୍ରକାଶ ଥାଉକି, ଗତ ୧୭ ତାରିଖରେ ଭୁବନେଶ୍ୱରପୁର ବଜାରରେ ମୃତ ପୂର୍ଣ୍ଣଚନ୍ଦ୍ର ସାହୁ (୬୫) ଓ ମହାଦେବ ବରିହାଙ୍କ ମଧ୍ୟରେ କୌଣସି କାରଣରୁ ଦୁହିଁଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ପରେ ଦୁହେଁ ସାଙ୍ଗ ହୋଇ ଘରକୁ ଯିବା ପାଇଁ ବାହାରିଥିଲେ। ଘରକୁ ଫେରିବା ବାଟରେ ମହାଦେବ ରାଗରେ ଗୋଟିଏ ପଥରରେ ପୂର୍ଣ୍ଣଚନ୍ଦ୍ରଙ୍କୁ ଛେଚି ମାରି ଦେଇ ନିଜ ଘରକୁ ଫେରିଥିଲେ। ପୂର୍ଣ୍ଣଚନ୍ଦ୍ର ଘରକୁ ନ ଫେରିବାରୁ ତାଙ୍କ ପୁଅ ହୀରାଚନ୍ଦ ସାହୁ ପାଇକମାଳ ଥାନାରେ ଏନେଇ ଅଭିଯୋଗ କରିଥିଲେ। ୧୮ ତାରିଖରେ ପୁଣି ଥରେ ହୀରାଚନ୍ଦ ପାଇକମାଳ ଥାନାକୁ ଯାଇ ପୋଲିସକୁ ଖବର ଦେଇଥିଲେ ଯେ, ଭୁବନେଶ୍ୱରପୁରରୁ ଚେରିମୁଣ୍ଡା ଯିବାର ରାସ୍ତାରୁ ୧୫୦ ମିଟର ଦୂରରେ ଥିବା ଏକ ମହୁଲ ଗଛ ତଳେ ମୋ’ ବାପାଙ୍କ ମୃତଦେହ ପଡ଼ିଛି।

ମିଳିଥିବା ଅଭିଯୋଗ ଅନୁଯାୟୀ, ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ପରବର୍ତ୍ତୀ ସମୟରେ ସାଇଣ୍ଟିଫିକ୍‌ ଦଳ ଓ ଅନୁସନ୍ଧାନୀ କୁକୁର ଘଟଣାସ୍ଥଳକୁ ଆସି ତଦନ୍ତ ଆରମ୍ଭ କରିଥିଲେ। ଅନୁସନ୍ଧାନୀ କୁକୁର ସିଧାସଳଖ ମହାଦେବଙ୍କ ଘରକୁ ଯାଇ ତାଙ୍କୁ ଧରିଥିଲା। ଏନେଇ ପାଇକମାଳ ଥାନାରେ କେସ୍‌ ନଂ ୧୦୫/୨୪ରେ ଏକ ମାମଲା ରୁଜୁ କରାଯାଇ ଶୁକ୍ରବାର ମୃତକଙ୍କ ବ୍ୟବଚ୍ଛେଦ ନିମନ୍ତେ ପଦ୍ମପୁରକୁ ପଠାଯାଇଥିବା ବେଳେ ଅଭିଯୁକ୍ତ ମହାଦେବଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ପାଇକମାଳ ଥାନା ଅଧିକାରୀ ସୁଶାନ୍ତ କୁମାର ବଢ଼େଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri