କାନାରା ବ୍ୟାଙ୍କର ନୂତନ ଉତ୍ପାଦ

ଭୁବନେଶ୍ୱର,୨୦।୪ (ଅଭୟ ଦାଶ): କାନାରା ବ୍ୟାଙ୍କର ନୂତନ ଉତ୍ପାଦ ‘କାନାରା-ଆଞ୍ଜେଲ, ହିଲ୍‌, ମାଇଁ ମନୀ, ରେଡି କ୍ୟାଶ୍‌ ଏବଂ ୟୁପିଆଇ୧୨୩ ପେ ଏଏସ୍‌ଆଇ’ର ଆନୁଷ୍ଠାନିକ ଉନ୍ମୋଚନ ବୁଧବାର ଭୁବନେଶ୍ୱର ଠାରେ ହୋଇଯାଇଛି। କାନାରା ବ୍ୟାଙ୍କ ଭୁବନେଶ୍ୱର ମଣ୍ଡଳ କାର୍ଯ୍ୟାଳୟ ପକ୍ଷରୁ ଗ୍ରାହକ ଅଭିଜ୍ଞତାର ମାନବୃଦ୍ଧି ତଥା ବ୍ୟାଙ୍କିଙ୍ଗ୍‌ କାର୍ଯ୍ୟକୁ ଅଧିକ ସହଜ ଓ ସରଳ କରିବା ଉଦ୍ଦେଶ୍ୟରେ ବିଭିନ୍ନ ଉପତ୍ାଦ ଓ ସେବାଗୁଡିକର ଶୁଭାରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ କାନାରା ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭବେନ୍ଦ୍ର କୁମାର ଉପରୋକ୍ତ ନୂତନ ଉତ୍ପାଦର ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରିଥିଲେ। କାନାରା ବ୍ୟାଙ୍କର ରାଜ୍ୟ ମୁଖ୍ୟ ଜଗଦୀଶ ଚନ୍ଦରଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଟିପିଏ ସ୍ବାସ୍ଥ୍ୟ ବୀମା ମାଧ୍ୟମରେ ନୂତନ ଉପତ୍ାଦଗୁଡ଼ିକର ପ୍ରମୁଖ ବିଶେଷତ୍ୱ ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲାବେଳେ ବ୍ୟାଙ୍କର ନୂତନ ଉପତ୍ାଦ ଅଫରଗୁଡିକ ବ୍ୟାଙ୍କିଙ୍ଗ୍‌ ଶିଳ୍ପରେ ନୂତନ ମାନଦଣ୍ଡ ବୃଦ୍ଧି କରିବା ସହ ନୂତନତା ଓ ଗ୍ରାହକ କୈନ୍ଦ୍ରିକତା ପ୍ରତି ଉତ୍ସର୍ଗୀକୃତତାକୁ ସୁନିଶ୍ଚିତ କରୁଛି। ଉଲ୍ଲେଖଯୋଗ୍ୟ, କାନାରା ହିଲ୍‌ରେ ୫ଲକ୍ଷ ପର୍ଯ୍ୟନ୍ତ ବୀମା ରାଶି, ୨୪ ଘଣ୍ଟିଆ ଡିଜିଟାଲ ପ୍ରସେସିଂ ସେବା ଓ ୩୬ ମାସିଆ ପରିଶୋଧ ସମୟ ଉପଲବ୍ଧ ଥିବାବେଳେ କାନାରା ଆଞ୍ଜେଲରେ କାର୍ଡ ଥିବା ଦେୟମୁକ୍ତ ସ୍ବାସ୍ଥ୍ୟ ପରୀକ୍ଷା ସେବା, ଦେୟ ମୁକ୍ତ ପ୍ଲାଟିନମ୍‌ ରୂପେ କାର୍ଡ, ଜିରୋ ବାଲାନ୍ସ ଆଦିରେ ବ୍ୟାଙ୍କିଙ୍ଗ୍‌ ସେବା ଓ ମାଗଣା ଏସ୍‌ଏମ୍‌ଏସ୍‌ ସେବା ଆଦି ଉପଲବ୍ଧ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋବାଲ ଫୁଟ୍‌ ପ୍ରିଣ୍ଟ ବିସ୍ତାରକରିବ ମାଲାବାର

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱର ସର୍ବବୃହତ୍‌ ଗହଣା ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ ୨୦୨୪ ଅକ୍ଟୋବରରେ ୨୦ଟି...

ରିଲାଏନ୍ସ ଫାଉଣ୍ଡେଶନ ସ୍କିଲିଂ ଏକାଡେମିର ଶୁଭାରମ୍ଭ

ମୁମ୍ବାଇ, ୭।୯ (ଅଭୟ ଦାଶ): ଭାରତର ଭବିଷ୍ୟତ ରୂପରେଖ ପ୍ରସ୍ତୁତ କରିବା ଦିଗରେ ଏକ ବଳିଷ୍ଠ ପଦକ୍ଷେପ ସ୍ବରୂପ ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ...

ରାଜ୍ୟରେ ସାମାଜିକ ଯୋଜନାର ସଫଳ ରୂପାୟନ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି (ଏସ୍‌ଏଲ୍‌ବିସି) ଓଡ଼ିଶାର ୧୭୫ ତମ ଓ ୧୭୬ ତମ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ଆର୍ଥିକ...

ଗଣେଶପୂଜାରେ ୨୫ କୋଟିର ବ୍ୟବସାୟ ଆକଳନ

ଭୁବନେଶ୍ୱର,୭।୯ (ଅନୁରାଧା ମହାରଣା): ଗଣେଶପୂଜା ସାରା ଦେଶରେ ଖୁବ୍‌ ଉସତ୍ାହର ସହ ପାଳନ କରାଯାଉଥିବାବେଳେ ପୂଜା ବ୍ୟବସାୟ ମଧ୍ୟ ବଢ଼ିବାରେ ଲାଗିଛି। ଭାରତୀୟ ବ୍ୟବସାୟୀମାନେ ଚାଇନା...

ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟରେ ‘ଆୱାର୍ଡ ଟୁ ରିୱାର୍ଡ’ କାର୍ଯ୍ୟକ୍ରମ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନଷ୍ଠାନ ତଥା ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ପରିସରରେ ‘ଆୱାର୍ଡ ଟୁ ରିୱାର୍ଡ’କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଗୁରୁଦିବସ ଅବସରରେ...

ଦିନକରେ ନିବେଶକ ହରାଇଲେ ୫ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ, ୭।୯ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ବଜାରରେ ଦେଖାଦେଇଥିବା ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସହ ଫେଡେରାଲ ରିଜର୍ଭ ସୁଧ ହାର ହ୍ରାସର ପ୍ରଭାବ ଭାରତୀୟ...

ଜେଏସ୍‌ଏଲ୍‌ର ନୂଆ ମାଇଲଷ୍ଟୋନ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ଉଚ୍ଚ ଶକ୍ତିସମ୍ପନ୍ନ ଟେମ୍ପର୍ଡ ୩୦୧ ଏଲ୍‌ ଗ୍ରେଡ୍‌ ଅଷ୍ଟେନିଟିକ୍‌ ଷ୍ଟେନ୍‌ଲେସ୍‌ ଷ୍ଟିଲର ଉଲ୍ଲେଖନୀୟ ସଫଳତା ପାଇଁ...

ବଜାରରେ ନିଶାନ୍‌ର ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ନିଶାନ୍‌ ଇଣ୍ଡିଆର ବହୁ ପ୍ର୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌ର ଅନାବରଣ ଓ ବଜାର ପ୍ରବେଶ ସର୍ବଭାରତୀୟସ୍ତରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri