Posted inଜାତୀୟ

‘କେଜ୍‌ରିଓ୍ବାଲଙ୍କୁ ଧୀର ମୃତ୍ୟୁ ଦିଆଯାଉଛି’

ନୂଆଦିଲ୍ଲୀ,୨୦।୪: ମଦ ଦୁର୍ନୀତି ମାମଲାରେ ତିହାର ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଦେହରେ ମଧୁମେହ ସ୍ତର ବୃଦ୍ଧି ନେଇ ରାଜନୀତି ସରଗରମ ରହିଛି। ଗୋଟିଏ ପଟେ ଭାଜପା ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ଡାଏଟ୍‌ ଚାର୍ଟକୁ ନେଇ ଲଗାତର ଟାର୍ଗେଟ କରୁଥିବା ବେଳେ ଏଏପି ନେତାମାନେ ଭିନ୍ନ ଦାବି କରୁଛନ୍ତି। ଶନିବାର ଆମ ଆଦମୀ ପାର୍ଟୀ(ଏଏପି) ନେତା ସୌରଭ ଭରଦ୍ୱାଜ ଭାଜପା ସହ ତିହାର ଜେଲ୍‌ ପ୍ରଶାସନ, ଦିଲ୍ଲୀର ଉପରାଜ୍ୟପାଳଙ୍କ ଉପରେ ଗଭୀର ଅଭିଯୋଗ ଆଣିଛନ୍ତି।

ସୌରଭ କହିଛନ୍ତି, ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ୍‌ଙ୍କୁ ଧୀର ମୃତ୍ୟୁ ଦିଆଯାଉଛି। ଯେତେବେଳେ ତାଙ୍କର ସର୍କରା ସ୍ତର ବଢ଼ିବ, ତାଙ୍କର ସ୍ନାୟୁ ଉପରେ ପ୍ରଭାବ ପଡ଼ିବ। କିଡନୀ ନଷ୍ଟ ହୋଇପାରେ। କେଜ୍‌ରିଓ୍ବାଲଙ୍କ ବିଷୟରେ ଗଣମାଧ୍ୟମରେ ଯାହା କୁହାଯାଉଛି, ସମସ୍ତେ ୨୦-୨୨ ବର୍ଷ ଧରି ଜାଣିଛନ୍ତି ଯେ ତାଙ୍କର ମଧୁମେହ ଅଛି। ଦିଲ୍ଲୀବାସୀଙ୍କୁ ସମସ୍ତ ସ୍ବାସ୍ଥ୍ୟ ସୁବିଧା ମାଗଣାରେ ଯୋଗାଇ ଦେଇଥିବା ଜଣେ ମୁଖ୍ୟମନ୍ତ୍ରୀଙ୍କୁ ଆଜି ଜେଲ୍‌ରେ ଔଷଧ ଦିଆଯାଉ ନାହିଁ। ନିୟମ ଅନୁଯାୟୀ ସାଧାରଣ ଲୋକଙ୍କୁ ଜେଲ୍‌ରେ ଔଷଧ ଦିଆଯାଇଥାଏ।

କେଜ୍‌ରିଓ୍ବାଲ ଡାକ୍ତରଙ୍କୁ ଇନ୍‌ସୁଲିନ୍‌ ମାଗୁଛନ୍ତି, ମାତ୍ର ସେମାନେ ଶୁଣୁ ନାହାନ୍ତି। ଜେଲ୍‌ ପ୍ରଶାସନ ମନା କରିବା ପରେ ମୁଖ୍ୟମନ୍ତ୍ରୀ କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ଯେଉଁ ଜେଲ୍‌ ପ୍ରଶାସନ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ତଥ୍ୟ ଦେଉଛି ସେଠାରେ ସେ କିଭଳି ସୁରକ୍ଷିତ ବୋଲି ସୌରଭ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri