Posted inଖେଳ

ଧୋନୀଙ୍କ ପ୍ରଶଂସକଙ୍କ ପାଇଁ ଖରାପ ଖବର, କୋଚ୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୦।୪: କ୍ରିକେଟର ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସକଙ୍କ ଲାଗି ଖରାପ ଖବର। ଗୋଟିଏ ପଟେ ଥାଲାଙ୍କ ବ୍ୟାଟିଂ ଦେଖି ପ୍ରଶଂସକ ତାଙ୍କୁ ବିଶ୍ୱକପ୍‌ ଟିମ୍‌ରେ ଦେଖିବାକୁ ନେଇ ଚର୍ଚ୍ଚା ବଢ଼ୁଥିବା ବେଳେ ସିଏସ୍‌କେ କୋଚ୍‌ ବଡ଼ ବୟାନ ଦେଇଛନ୍ତି। ଏହା ଲକ୍ଷ ଲକ୍ଷ ପ୍ରଶଂସକଙ୍କ ହୃଦୟ ଭାଙ୍ଗିପାରେ।

ଟିମ୍‌ର ହେଡ୍‌ କୋଚ୍‌ ଷ୍ଟିଫେନ୍‌ ଫ୍ଲେମିଂ କହିଛନ୍ତି, ଗତ ବର୍ଷ ଧୋନୀଙ୍କ ଆଣ୍ଠୁରେ ଆଘାତ ଲାଗିଥିଲା। ଏହାପରେ ତାଙ୍କର ସର୍ଜରୀ କରାଯାଇଥିଲା। ଏବେ ଯାଏ ଧୋନୀ ସେହି ସମସ୍ୟାରୁ ମୁକୁଳି ନାହାନ୍ତି। ସେ ଏବେ ବି ସୁସ୍ଥ ହେଉଛନ୍ତି। ଦଳକୁ ତାଙ୍କର ଆବଶ୍ୟକତା ରହିଛି। ଏଣୁ ସେ ଅଧିକ ବ୍ୟାଟିଂ କଲେ ତାଙ୍କର ଆଘାତ ଉପରେ ପ୍ରଭାବ ପଡ଼ିପାରେ। ଧୋନୀ କେବଳ ଡେଥ୍‌ ଓଭର୍‌ରେ କାମିଓ ରୋଲ୍‌ ହିଁ ଜାରି ରଖିବେ। ଯଦି ସେ ଏଭଳି ଫିଟ୍‌ ରୁହନ୍ତି ତେବେ ଅନ୍ତିମ ୨-୩ ଓଭରରେ ସମସ୍ତଙ୍କ ମନୋରଞ୍ଜନ କରିବେ, ଯାହାକି ତାଙ୍କ ପ୍ରଶଂସକଙ୍କ ପାଇଁ ଆଶ୍ୱସ୍ତିକର କଥା ବୋଲି ସେ କହିଛନ୍ତି।

ପ୍ରକାଶ ଯେ, ୪୨ ବର୍ଷୀୟ ଧୋନୀ ଚଳିତ ଆଇପିଏଲ୍‌ରେ ଜବରଦସ୍ତ ଫର୍ମରେ ଅଛନ୍ତି। ପୂର୍ବ ମ୍ୟାଚ୍‌ରେ ସେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ବିପକ୍ଷରେ ୯ ବଲ୍‌ରେ ୨୮ ରନ୍‌ର ଇନିଂସ ଖେଳିଥିଲେ। ଫଳରେ ଚେନ୍ନାଇର ସ୍କୋର ୧୭୦ରେ ପହଞ୍ଚିଥିଲା। ଏହାପୂର୍ବରୁ ମୁମ୍ବାଇ ବିପକ୍ଷରେ ୪ ବଲ୍‌ରେ ୨୦ ରନ୍‌ କରି ସେ ଦଳର ସ୍କୋରକୁ ୨୦୦ ପାର୍‌ କରାଇଥିଲେ। ଗତ ଦୁଇ ଇନିଂସରେ ତାଙ୍କ ଷ୍ଟ୍ରାଇକ୍‌ ରେଟ୍‌ ୩୦୦ରୁ ଅଧିକ ଥିଲା। ଏହି ସିଜନରେ ସେ ୭ ଚୌକା ଏବଂ ୮ ଛକା ମାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ କ୍ରିକେଟରେ ପୁଣି ଡ୍ରାମା, ଏବେ ପୁଣି ବଦଳିବେ କ୍ୟାପଟେନ!

ଇସଲାମାବାଦ,୭।୯: ବାଂଲାଦେଶ ବିପକ୍ଷ ଘରୋଇ ଟେଷ୍ଟ ସିରିଜରେ ପାକିସ୍ତାନ ପରାଜୟ ପରେ ସମାଲୋଚନାର ବଜାର ସରଗରମ ହୋଇଛି। ସବୁଠାରୁ ଖରାପ କଥା ହେଉଛି ଏହି ପରାଜୟ...

ଟ୍ୟାକ୍ସି ଚାଳକଙ୍କ ପୁଅ ଜିତିଲେ ବ୍ରୋଞ୍ଜ୍‌

ପ୍ୟାରିସ୍‌,୭ା୯ଭାରତର ପ୍ରଥମ ଜୁଡୋକା ଭାବରେ ପ୍ୟାରିସ୍‌ ପାରାଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି କପିଲ ପରମାର। ୨୩ ବର୍ଷୀୟ କପିଲ ବ୍ରୋଞ୍ଜ ପଦକ...

୪ ଓଭର, ଗୋଟିଏ ମେଡେନ୍‌, ୪ ରନ୍‌…. ଛାଇଗଲେ ଭୁବି

ନୂଆଦିଲ୍ଲୀ,୭।୯: ଭୁବନେଶ୍ୱର କୁମାର ୟୁପି ଟି-୨୦ ଲିଗ ୨୦୨୪ରେ ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଛନ୍ତି। ଭୁବନେଶ୍ୱର କୁମାରଙ୍କ ବୋଲିଂ ଆଗରେ ବିରୋଧୀ ବ୍ୟାଟ୍ସମ୍ୟାନମାନେ ଅସହାୟ...

୧୪୭ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି, ଓଲି ପୋପ ବଡ଼ କାରନାମା

ନୂଆଦିଲ୍ଲୀ,୭।୯: ଇଂରାଜୀ ବ୍ୟାଟ୍ସମ୍ୟାନ ଓଲି ପୋପ ଏବେ ଚମତ୍କାର ଫର୍ମରେ ଅଛନ୍ତି। ସେ ଶ୍ରୀଲଙ୍କା ବିପକ୍ଷରେ ୧୦୩ ରନ୍‌ର ଇନିଂସ ଖେଳି ଅପରାଜିତ ଅଛନ୍ତି। ତେବେ...

ରାହୁଲ ଦ୍ରାବିଡଙ୍କ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୭।୯: ଶୁକ୍ରବାର ରାଜସ୍ଥାନ ରୟାଲ୍ସ ପୂର୍ବତନ ଭାରତୀୟ ଅଧିନାୟକ ରାହୁଲ ଦ୍ରାବିଡଙ୍କୁ ଏହାର ମୁଖ୍ୟ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରିଛି। ବାସ୍ତବରେ, ଟି -୨୦ ବିଶ୍ୱକପ୍‌...

ପ୍ରବୀଣଙ୍କୁ ସ୍ବର୍ଣ୍ଣ

ପ୍ୟାରିସ୍‌, ୭।୯(ପି.ଟି.): ଭାରତର ପ୍ରବୀଣ କୁମାର ପ୍ୟାରିସ୍‌ ପାରାଲିମ୍ପିକ୍ସରେ ଶୁକ୍ରବାର ସ୍ବର୍ଣ୍ଣ ପଦକ ଜିତି ଦେଶକୁ ଗର୍ବିତ କରିଛନ୍ତି। ପୁରୁଷ ହାଇଜମ୍ପ ଟି୬୪ ଇଭେଣ୍ଟରେ ସେ...

ଲେଜେଣ୍ଡ୍ସ ଲିଗ୍‌ରେ ପ୍ରଥମ ଥର ଓଡ଼ିଶା ଟିମ୍ କୋଣାର୍କ ସୂର୍ଯ୍ୟ: ଇର୍ଫାନ୍‌ ପଠାନ କ୍ୟାପଟେନ୍‌

ପ୍ୟାରିସ୍‌,୬ା୯: ଲେଜେଣ୍ଡ୍ସ ଲିଗ୍‌ କ୍ରିକେଟରେ ଓଡ଼ିଶାର ପ୍ରଥମ ଦଳ ଭାବେ କୋଣାର୍କ ସୂର୍ଯ୍ୟ ସାମିଲ ହୋଇଛି। ଶୁକ୍ରବାର ଭୁବନେଶ୍ୱରରେ ଟିମ ଲଞ୍ଚ ହେବା ସହ, ସମସ୍ତ...

କେବେ ଦେଖି ନ ଥିବେ ଏମିତି ମ୍ୟାଚ୍‌: ଟି-୨୦ ବିଶ୍ୱକପ୍‌ କ୍ୱାଲିଫାୟର୍ସରେ ମାତ୍ର ୧୦ ରନ୍‌ରେ ଅଲଆଉଟ୍‌ ହେଲା ଏହି ଦଳ

ନୂଆଦିଲ୍ଲୀ,୬।୯: ମଙ୍ଗୋଲିଆ ଏବଂ ସିଙ୍ଗାପୁର ମଧ୍ୟରେ ମ୍ୟାଚ ଟି-୨୦ ବିଶ୍ୱକପ ଏସୀୟ କ୍ୱାଲିଫାୟର୍ସରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମଙ୍ଗୋଲିଆ ନାମରେ ଏକ ଲଜ୍ଜାଜନକ ରେକର୍ଡ ଯୋଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri