ମତଦାନ କେନ୍ଦ୍ର ନ ହେଲେ ଭୋଟ୍‌ ବର୍ଜନ କରିବେ ଗ୍ରାମବାସୀ

କୋକସରା,୨୦ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଗମ୍ଭାରୀଗୁଡ଼ା ପଞ୍ଚାୟତ ସିର୍ଲିଗୁଡା ହେଉଛି ଏକ ରାଜସ୍ବ ଗ୍ରାମ। ତେବେ ଏହି ଗ୍ରାମର ଭୋଟର ପ୍ରତିବର୍ଷ ପୂର୍ବରୁ ଗ୍ରାମରୁ ୮ କିମି ଦୂରରେ ଥିବା ବଙ୍ଗୋମୁଣ୍ଡା ପ୍ରାଥମିକ ବିଦ୍ୟାଳୟର ମତଦାନ କେନ୍ଦ୍ରକୁ ଭୋଟ୍‌ ଦେବା ପାଇଁ ଯାଉଥିଲେ। ଏନେଇ ସିର୍ଲିଗୁଡା ଗ୍ରାମବାସୀ ଦୀର୍ଘବର୍ଷରୁ ନିଜ ଗାଁରେ ମତଦାନ କେନ୍ଦ୍ର ପାଇଁ ଜିଲା ପ୍ରଶାସନ ନିକଟରେ ଦାବି କରି ଆସୁଛନ୍ତି, ହେଲେ ଗ୍ରାମବାସୀଙ୍କ ଦାବିକୁ ଅଣଦେଖା କରି ଚଳିତ ନିର୍ବାଚନରେ ପ୍ରଶାସନ ସିର୍ଲିଗୁଡ଼ାର ହାମ୍‌ଲେଟ ଗାଁ ଅଁଳାଗୁଡ଼ା ପ୍ରାଥମିକ ବିଦ୍ୟାଳୟରେ ମତଦାନ କେନ୍ଦ୍ର କରିଛନ୍ତି ଓ ଯାହାକୁ ବିରୋଧ କରି ପ୍ରଶାସନକୁ ଭୋଟ୍‌ ବର୍ଜନ ପାଇଁ ଲିଖିତ ଅଭିଯୋଗ ସହ ଗ୍ରାମରେ ବୈଠକ କରି ଚରମ ନିଷ୍ପତ୍ତି ନେଇଥିଲେ ଗ୍ରାମବାସୀ। ଏହି ଖବର ପ୍ରଶାସନ ନିକଟରେ ପହଞ୍ଚିବା ପରେ ଶନିବାର ଜିଲା ପ୍ରଶାସନ ପକ୍ଷରୁ ଧର୍ମଗଡ଼ ଉପଜିଲାପାଳ ଧିମାନ ଚକମା, କୋକସରା ବିଡିଓ ସ୍ନେହାପ୍ରଭା ମାଝି, ତହସିଲଦାର ନବୀନ କିଶୋର ପାଢ଼ୀ, ଥାନା ଅଧିକାରିଣୀ ରନିତା ପ୍ରଧାନ ସିର୍ଲିିଗୁଡ଼ା ଗ୍ରାମରେ ପହଞ୍ଚି ଗ୍ରାମବାସୀଙ୍କ ସହ ପ୍ରାଥମିକ ବିଦ୍ୟାଳୟରେ ଏକ ବୈଠକ ଡାକି ଆଲୋଚନା କରିଥିଲେ ଓ ପ୍ରଶାସନ ପକ୍ଷରୁ ସେମାନଙ୍କ ଦାବି ବର୍ତ୍ତମାନ ସ୍ଥିତିରେ ପୂରଣ କରିବା ସମ୍ଭବ ନୁହେଁ, ଆଗାମୀ ସମୟରେ ସିର୍ଲିଗୁଡ଼ାଠାରେ ମତଦାନ କେନ୍ଦ୍ର କରିବାକୁ ପ୍ରଶାସନ ପକ୍ଷରୁ ଚେଷ୍ଟା କରାଯିବ ବୋଳି ପ୍ରଶାସନିକ ଅଧିକାରୀମାନେ କହିଥିଲେ। ନାଗରିକ ହିସାବରେ ନିକଟସ୍ଥ ଅଁଳାଗୁଡା ମତଦାନ କେନ୍ଦ୍ରରେ ଭୋଟ୍‌ ଦେବାକୁ ବୁଝାଇବା ପରେ ମଧ୍ୟ ଗ୍ରାମବାସୀ ନିଜ ଜିଦରେ ଅଡ଼ି ରହି ‘ନୋ ବୁଥ୍‌ ନୋ ଭୋଟ୍‌’ ବୋଲି ପ୍ରଶାସନକୁ ନିଜର ନିଷ୍ପତ୍ତି ଶୁଣାଇବା ସହ ଭୋଟ୍‌ ବର୍ଜନ ନିଷ୍ପତ୍ତିରେ ଅଟଳ ରହିଛନ୍ତି। ଆଲୋଚନା ସମୟରେ ସିର୍ଲିଗୁଡ଼ା ଗ୍ରାମର ଚନ୍ଦ୍ର ଶେଖର ସୁନାନୀ, ଧନେଶ୍ୱର ମହାନନ୍ଦ, ପୁରୁଷୋତ୍ତମ ସୁନାନୀ, ବସନ୍ତ ନାଗ, ଭୂଷଣ ମହାନନ୍ଦଙ୍କ ସମେତ ଶତାଧିକ ମହିଳା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ଦୁର୍ଗାପୂଜା ପ୍ରସ୍ତୁତି ଆରମ୍ଭ, ସ୍ଥାପନ ହେଲା ଶୁଭଖୁଣ୍ଟି

ଦାରିଙ୍ଗବାଡ଼ି,୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମା’ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଗଣେଶ ପୂଜା ଚତୁର୍ଥୀ ତିଥିରୁ...

କେନ୍ଦୁଝରରେ ଗଡ଼ିଲା ‘ସୁଭଦ୍ରା’ ସଚେତନତା ରଥ, ମନ୍ତ୍ରୀ କହିଲେ…

କେନ୍ଦୁଝର,୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ‘ସୁଭଦ୍ରା’ ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ...

ସୁଭଦ୍ରା ଯୋଜନା ଫର୍ମ ବଣ୍ଟନରେ ଅବହେଳା: ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ବନ୍ଦ

ବାଲେଶ୍ୱର, ୭।୯(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ସୁଭଦ୍ରା ଯୋଜନା ଆବେଦନ ଫର୍ମ ବଣ୍ଟନରେ ଅବହେଳା କରିଥିବା ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ...

ଆଜିଠୁ ବୁଲିଲା ସୁଭଦ୍ରା ରଥ: ଶୁଭାରମ୍ଭ କଲେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ

ଛତ୍ରପୁର,୭।୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ ):ସାରା ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ଆବେଦନ ଚାଲିଥିବା ବେଳେ ବିଭିନ୍ନ ସମସ୍ୟା ପରିଲକ୍ଷିତ ହୋଇଛିl ଏହାକୁ ନେଇ ରାଜ୍ୟ...

ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

ଭୁବନେଶ୍ୱର,୭ା୯: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା...

ମହିଳା କର୍ମଚାରୀଙ୍କୁ ଜାତିଆଣ ଆକ୍ଷେପ କରି ଫାଇଲ୍‌ ଛଡ଼ାଇ ନେଲେ ସରପଞ୍ଚଙ୍କ ଦେଢ଼ଶୁର, ଆଉ ତା’ ପରେ…

ହାଟଡିହୀ,୭ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ପଞ୍ଚାୟତ ସରପଞ୍ଚ ସସ୍ମିତା ଓଝା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଭାବେ ଉର୍ମିଳା ମୁର୍ମୁ ଦାୟିତ୍ୱ ତୁଲାଉଛନ୍ତି। ତେବେ...

ପୂଜା ପାଇବେ ବୁଢ଼ା, ଟୋକା, ପିଲା ଗଣେଶ

ଭଦ୍ରକ,୭ା୯(ସନାତନ ରାଉତ):ଶନିବାର ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା। ଭଦ୍ରକର ପ୍ରସିଦ୍ଧ ବୁଢ଼ା, ଟୋକା ଓ ପିଲା ଗଣେଶ ପୂଜାକୁ ନେଇ ସମସ୍ତଙ୍କ ମନରେ ବେଶ୍‌ ଉତ୍ସାହ। ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri