ପାହାଡ଼ ଜଙ୍ଗଲରେ ନିଆଁ

ଦାମନଯୋଡ଼ି,୨୧ା୪(ମାନସ ରଞ୍ଜନ କର): ଲୋକ ସଚେତନତା ଅଭାବରୁ ଜଙ୍ଗଲରେ ନିଆଁ ହୁତୁହୁତୁ ହୋଇ ଜଳୁଛି। ଜଙ୍ଗଲ ପାହାଡ଼ ନିଆଁ ଯୋଗୁ ଜଙ୍ଗଲ ଜୀବଜନ୍ତୁ ଭୟଭୀତ ହୋଇପଡ଼ିଥିବା ବେଳେ ଦିନର ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ ନିଆଁର ଉତ୍ତାପରେ ଆଖପାଖ ଗ୍ରାମର ଲୋକେ ଅତିଷ୍ଠ ହୋଇପଡୁଛନ୍ତି। ଏଭଳି ଦୃଶ୍ୟ ଶୁକ୍ରବାର ରାତିରେ କୋରାପୁଟ ଜିଲାର ଦାମନଯୋଡ଼ି ଉପକଣ୍ଠସ୍ଥ ତରଲାନ୍ଧଗୁଡ଼ା ଗ୍ରାମ ତଥା ପେଟ୍ରୋଲ ପମ୍ପ ନିକଟରେ ଥିବା ପାହାଡ଼ ଜଙ୍ଗଲରେ ଦେଖିବାକୁ ମିଳିଛି। ତେବେ ଏହା ମନୁଷ୍ୟକୃତ ବୋଲି ଜଣାପଡୁଛି। ତେବେ ଏହି ନିଆଁ ପାହାଡ଼ ଜଙ୍ଗଲ ଅତିକ୍ରମ କରି ଗ୍ରାମ ଆଡ଼କୁ କ୍ଷୀପ୍ର ଗତିରେ ମାଡ଼ି ଆସୁଥିବା ଦେଖି ଲୋକେ ଭୟଭୀତ ହୋଇ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଖବରପାଇ ସିଆଇଏସ୍‌ଏଫ୍‌ ଦାମନଯୋଡ଼ିର ଅଗ୍ନିଶମ ବିଭାଗ ଯବାନମାନେ ସଙ୍ଗେସଙ୍ଗେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ପ୍ରତିବର୍ଷ ଏହି ସମୟରେ ଅଧିକାଂଶ ଜଙ୍ଗଲ ଓ ପାହାଡ଼ରେ ନିଆଁ ଲାଗୁଥିବା ବେଳେ ବର୍ତ୍ତମାନ ଅଞ୍ଚଳରେ ବେଣ୍ଟ ଯାତ୍ରା ସହ ଜଙ୍ଗଲରେ ଶିକାର ଚାଲିଛି ତେଣୁ ହୁଏତ କେହି ଜାଣିଶୁଣି ଏଭଳି ନିଆଁ ଲଗାଇଥାଇ ପାରେ ବୋଲି ଅନୁମାନ କରାଯାଉଛି। ଏଥିପାଇଁ ଜିଲା ପ୍ରଶାସନ ଏବଂ ଜଙ୍ଗଲ ବିଭାଗ ପକ୍ଷରୁ ଦୃଢ଼ ପଦକ୍ଷେପ ନେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର...

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri