Posted inଜାତୀୟ

ମତଦାନ କମିବା ଆଶଙ୍କା

ନୂଆଦିଲ୍ଲୀ,୨୪ା୪: ଲୋକ ସଭା ନିର୍ବାଚନରେ ବିଜୟୀ ହୋଇ ଭାଜପା ତୃତୀୟ ଥର ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବାବେଳେ ଏହାକୁ ଅଟକାଇବା ପାଇଁ ଇଣ୍ଡିଆ ମେଣ୍ଟ ଜୋର୍‌ଦାର ଉଦ୍ୟମ ଚଳାଇଛି। ଏହାକୁ ନେଇ କେବଳ ରାଜନୈତିକ ତାତି ବଢ଼ିନାହିଁ ବରଂ ଅଧିକାଂଶ ରାଜ୍ୟରେ ଗ୍ରୀଷ୍ମ ଲହରୀ ଲାଗିରହିଥିବାରୁ ମତଦାନ ହ୍ରାସ ପାଇବା ଆଶଙ୍କା କରାଯାଉଛି। ଗତ ୧୯ ତାରିଖ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ମଧ୍ୟ ଗ୍ରୀଷ୍ମ ଲହରି ଯୋଗୁ ପ୍ରଭାବିତ ହୋଇଥିଲା। ୨୦୧୯ ସାଧାରଣ ନିର୍ବାଚନରେ ପ୍ରଥମ ପର୍ଯ୍ୟାୟ ମତଦାନ ହାର ୬୯.୯ ପ୍ରତିଶତ ଥିଲାବେଳେ ଏଥର ତାହା ୪.୪ ପ୍ରତିଶତ ହ୍ରାସ ପାଇ ୬୫.୫ ପ୍ରତିଶତ ରହିଛି। ଆସନ୍ତା ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ୧୩ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ହେବାକୁ ଥିବାବେଳେ ସେଥିରୁ ଅନୂ୍ୟନ ୪ ରାଜ୍ୟ ପଶ୍ଚିମବଙ୍ଗ, ବିହାର, ଉତ୍ତରପ୍ରଦେଶ ଓ କର୍ନାଟକରେ ସେଦିନ ପ୍ରବଳ ଗ୍ରୀଷ୍ମ ଅନୁଭୂତ ହେବାକୁ ଥିବାରୁ ବିଶେଷଜ୍ଞ ଏବଂ ନିର୍ବାଚନ କମିଶନଙ୍କ ଚିନ୍ତା ବଢ଼ାଇଛି। ଆଉ ୬ ପର୍ଯ୍ୟାୟ ନିର୍ବାଚନ ବାକି ଥିବାବେଳେ ଅଧିକ ଦିନ ଗ୍ରୀଷ୍ମ ଲହର ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଛି। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଓ ଅନ୍ୟ ନିର୍ବାଚନ କମିଶନରଙ୍କ ସହ ଆଇଏମ୍‌ଡି ମୁଖ୍ୟଙ୍କ ଉଚ୍ଚସ୍ତରୀୟ ବୈଠକ ବସି ସ୍ଥିତି ଅନୁଧ୍ୟାନ କରାଯାଇଛି। ରାଜ୍ୟ ନିର୍ବାଚନ ଅଧିକାରୀମାନଙ୍କ ସହ ମଧ୍ୟ ବୈଠକ ବସିବା ଯୋଜନା ରହିଛି। ଏହି ବୈଠକରେ ଭୋଟଗ୍ରହଣ କେନ୍ଦ୍ରଗୁଡ଼ିକରେ ଛାମୁଡ଼ିଆ, ପାନୀୟ ଜଳ, ଫ୍ୟାନ୍‌ ଆଦି ଜରୁରୀ ସୁବିଧାର ସମୀକ୍ଷା କରାଯିବ। ପଶ୍ଚିମବଙ୍ଗରେ ଆଗାମୀ ୩ ଦିନ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ନେଇ ରେଡ୍‌ ଆଲର୍ଟ ଜାରି ହୋଇଥିବାବେଳେ ବିହାରରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେହିପରି ଉତ୍ତରପ୍ରଦେଶର ପୂର୍ବ ଭାଗରେ ୨୪ ଘଣ୍ଟା ପରେ ଏବଂ ପଶ୍ଚିମ ଉତ୍ତରପ୍ରଦେଶରେ ୨ ଦିନ ପରେ ଗ୍ରୀଷ୍ମ ଲହର ପ୍ରବାହିତ ହେବ ବୋଲି ଆଇଏମ୍‌ଡି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri