ଆଖୁଚାଷରୁ ମୁହଁ ଫେରାଉଛନ୍ତି ଚାଷୀ

ମାର୍ଶାଘାଇ,୨୫ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ)କେନ୍ଦ୍ର, ରାଜ୍ୟ ସରକାର କୃଷି ଓ କୃଷକଙ୍କ ଉନ୍ନତି ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ହେଲେ ତଳସ୍ତରରେ ତାହା ପ୍ରତିଫଳିତ ହେଉ ନ ଥିବା ଦେଖିବାର ମିଳୁଛି। ମାର୍ଶାଘାଇ ବ୍ଲକ ଏକ କୃଷି ପ୍ରବଣ ଅଞ୍ଚଳ। ୮୦ ଭାଗରୁ ଅଧିକ ଲୋକ କୃଷି ଉପରେ ନିର୍ଭର କରିଥାନ୍ତି। ଏ ଅଞ୍ଚଳର ଚାଷୀମାନେ ଅର୍ଥକାରୀ ଫସଲ ଭାବେ ଆଖୁ ଚାଷ କରିଥାନ୍ତି। ଲୁଣା କରାଣ୍ଡିଆ, ଚିତ୍ରୋତ୍ପଳା, ପାଇକା ଗୋବରୀ ଆଦି ନଦୀ କୁଳିଆ ଉର୍ବର ଜମିରେ ଚାଷୀ ଆଖୁ ଚାଷ କରି ପରିବାର ପ୍ରତିପୋଷଣ କରିଥାନ୍ତି। ମାତ୍ର ସରକାରୀ ପ୍ରୋତ୍ସାହନ ଅଭାବ ତଥା କୁଇଣ୍ଟାଲ ପ୍ରତି ସର୍ବନିମ୍ନ ସହାୟକ ରାଶି ବୃଦ୍ଧି କରା ନ ଯିବାରୁ ଚାଷୀମାନେ ଏହି ଚାଷରୁ ମୁହଁ ଫେରାଇ ନେଉଥିବା ଦେଖିବାକୁ ମିଳୁଛି। ପୂର୍ବରୁ ମାର୍ଶାଘାଇ କୃଷି ଜିଲାରେ ୩ଶହ ଏକର ଜମିରେ ପ୍ରତିବର୍ଷ ଆଖୁ ଚାଷ ହେଉଥିବା ବେଳେ ଏବେ ଏହା ହ୍ରାସ ପାଇଛି। ସୁଗାର କମ୍ପାନୀକୁ ଆଖୁ ବିକିବାକୁ ସହବନ୍ଧିତ ହୋଉଥିବା ଚାଷୀମାନେ ଏ ପରିସ୍ଥିତରେ ଚାଷ ପାଇଁ ଆବଶ୍ୟକ ସାମଗ୍ରୀ ସାର, କୀଟନାଶକର ମୂଲ୍ୟ ବୃଦ୍ଧି ସାଙ୍ଗକୁ ଆଖୁ କାଟିବା ଓ ଗାଡ଼ି ବୋଝେଇ କରିବା ମଜୁରୀ ବୃଦ୍ଧି କାରଣରୁ ଚାଷୀ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଖୁ ଚାଷ ପାଇଁ କମ୍ପାନୀ ପକ୍ଷରୁ ଚାଷୀଙ୍କୁ ଦିଆଯାଉଥିବା ଆର୍ଥିକ ସହାୟତା ବଦଳରେ କମ୍ପାନୀ ସେମାନଙ୍କଠାରୁ ଉଚ୍ଚ ହାରରେ ସୁଧ ଅସୁଲ କରୁଥିବା କେତେଜଣ ଚାଷୀ ନାମ ଗୋପନ ସର୍ତ୍ତରେ କହିଛନ୍ତି।
ସରକାରୀ ସ୍ତରରେ ଆଖୁର ଟନ ପ୍ରତି ମୂଲ୍ୟ ୨ଶହ ଟଙ୍କା ବୃଦ୍ଧି କରାଯାଇଥିଲେ ମଧ୍ୟ ତାହା ଅନ୍ୟ ରାଜ୍ୟ ତୁଳନାରେ ନଗଣ୍ୟ। ଆଖୁ ଚାଷ ନିମନ୍ତେ ସରକାରଙ୍କ ପକ୍ଷରୁ ପ୍ରୋତ୍ସାହନ ସହ ନୂଆ ସହାୟକ ମୂଲ୍ୟ ୩ ହଜାର ୫ ଶହ ଟଙ୍କା ବୃଦ୍ଧି କରିବାକୁ ସ୍ଥାନୀୟ ଅଞ୍ଚଳ ଚାଷୀ ସଙ୍ଗଠନ ପକ୍ଷରୁ ଦାବି କରାଯାଇଛି। ଏ ସମ୍ପର୍କରେ ମାର୍ଶାଘାଇ ଅତିରିକ୍ତ କୃଷି ଅଧିକାରୀ ପ୍ରଦୀପ୍ତ ଘୋଷଙ୍କୁ ପଚାରିବାରେ ସରକାରଙ୍କ ସୀମିତ ପ୍ରୋତ୍ସାହନ ରାଶି ବ୍ୟବସ୍ଥା ରହିଛି। ଫଳରେ ଆଖୁ ଚାଷ କରୁଥିବା ସମସ୍ତ ଚାଷୀଙ୍କୁ ସହାୟତା ପ୍ରଦାନରେ କିଛି ଟା ସମସ୍ୟା ହେଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri