୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। କଟକ ଏସିଜେଏମ୍‌ ତଥା ଆସିଷ୍ଟାଣ୍ଟ ସେସନ୍ସ ଜଜ୍‌ ସୁନିତା ପଟ୍ଟନାୟକ ମାମଲାର ବିଚାର କରି କନ୍ଦରପୁର ଥାନା ଅଧୀନ ନିମେଇଶାପୁରର କୁଖ୍ୟାତ ଅପରାଧୀ ତପୁ ଓରଫ ପ୍ରଶାନ୍ତ କୁମାର ଦାସଙ୍କ ସମେତ ୩ ଅଭିଯୁକ୍ତଙ୍କୁ ୭ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ପ୍ରଦାନ କରିଛନ୍ତି। ଅଭିଯୁକ୍ତମାନେ ୧୫ ହଜାର ଟଙ୍କା ଲେଖାଏ ଜରିମାନା ପ୍ରଦାନ କରିବେ।
 ଜରିମାନା ଅନାଦେୟ ଅଧିକ  ୬ମାସ ଜେଲ୍‌ଦଣ୍ଡ ଭୋଗ କରିବେ ବୋଲି କୋର୍ଟ ଆଦେଶ ଦେଇଛନ୍ତି। ଅନ୍ୟ ଅଭିଯୁକ୍ତଦ୍ୱୟ ହେଲେ ବ୍ରହ୍ମପୁର ବଡ଼ ବଜାରର ସୁଧାକର ପାତ୍ର ଓ କଟକ ସଦର ଥାନା ଅନ୍ତର୍ଗତ ଧାନଘରପଡ଼ାର ସ୍ମୃତିରଞ୍ଜନ ପ୍ରଧାନ ଓରଫ ପାପୁନ୍‌।
ମାମଲାର ବିବରଣୀ ଅନୁସାରେ, ଏତଲାକାରୀ ଭଗବାନ ରାଉତଙ୍କ ଅଭିଯୋଗ ଅନୁସାରେ ୨୦୧୮ ମାର୍ଚ୍ଚ ୨ ତାରିଖ ଅପରାହ୍ନ ୩.୪୫ରେ ତାଙ୍କ ପୁଅ କାଳନ୍ଦୀ ରାଉତ, ନାତି ସମୀର ରାଉତ ଓ ସୁଶାନ୍ତ ରାଉତ ନଦୀରେ ଗାଧୋଇ ସାରି ଘରକୁ ଫେରୁଥିଲେ। ସେତିକିବେଳେ ଅଭିଯୁକ୍ତମାନେ ଦୁଇଟି ବାଇକ୍‌ରେ ଆସି ସେମାନଙ୍କୁ ଅଶ୍ଳିଳ ଭାଷାରେ ଗାଳିଗୁଲଜ କରିଥିଲେ। ଏହାକୁ ନେଇ ସେମାନଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଏଥିରେ ରାଗିଯାଇ ଅଭିଯୁକ୍ତମାନେ ଗୁଳି ଚଳାଇଥିଲେ। କାଳନ୍ଦୀଙ୍କ ବେକରେ, ଛାତିରେ ଗୁଳି ବାଜିବାରୁ ସେ ଘଟଣାସ୍ଥଳରେ ଗୁରୁତର ହୋଇପଡ଼ିଥିଲେ।
ସେହିପରି କୁଖ୍ୟାତ ଅପରାଧୀ ତପୁ ଏତଲକାରୀଙ୍କ ନାତି ସମୀର ଉପରକୁ ଗୁଳି ଚଳାଇବାରୁ ସେ ମଧ୍ୟ ଘଟଣାସ୍ଥଳରେ ଗୁରୁତର ଆହତ ହୋଇଥିଲେ। ଅନ୍ୟପକ୍ଷରେ ଅନ୍ୟ ଦୁଇ ଅଭିଯୁକ୍ତମାନେ ମଧ୍ୟ ପଛରୁ ସୁଶାନ୍ତ ଓ ସମୀରଙ୍କୁ ଗୁଳି ଚଳାଇଥିଲେ। ପରେ ଅଭିଯୁକ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ।
ଗୁରୁତରମାନଙ୍କୁ କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଥିଲା। ଏତଲା ଆଧାରରେ କଟକ ସଦର ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ପୋଲିସ ଅଭିଯୁକ୍ତମାନଙ୍କ ବିରୋଧରେ କୋର୍ଟରେ ଅଭିଯୋଗ ଫର୍ଦ୍ଦ ଦାଖଲ କରିଥିଲା। କଟକର ଏସିଜେଏମ୍‌ ତଥା ଆସିଷ୍ଟାଣ୍ଟ ସେସନ୍‌ କୋର୍ଟରେ ମାମଲାର ଶୁଣାଣି ଚାଲିଥିଲା। ଶୁଣାଣି ବେଳେ ୧୬ ଜଣଙ୍କ ସାକ୍ଷ୍ୟଗ୍ରହଣ ଆଧାରରେ ରାୟ ପ୍ରକାଶ ପାଇଛି।

Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର...

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri