ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ ଜନଜାତି ଜୁଆଙ୍ଗମାନେ ଏବେ ମଧ୍ୟ ପାଣି ପାଇଁ ସଂଘର୍ଷ କରିବାକୁ ପଡୁଛି। ପ୍ରଶାସନ ତଥା ଲୋକ ପ୍ରତିନିଧି ସେମାନଙ୍କ ଦୁର୍ଦ୍ଦଶା ଦୂର କରିବାକୁ ଆନ୍ତରିକତା ପ୍ରଦାନ କରୁନାହାନ୍ତି। ଫଳରେ ଦୀର୍ଘ ପ୍ରାୟ ୪୫ କି.ମି ଦୂର ହରିଚନ୍ଦନପୁର ବ୍ଲକ୍‌ ଅନ୍ତର୍ଗତ ତେନ୍ତଳାପଶି ପଞ୍ଚାୟତ ବଡ଼କମଣ୍ତରା ଜୁଆଙ୍ଗମାନେ ଜିଲାପାଳଙ୍କ ପାଖକୁ ଆସି ଅଭିନବ ଉପାୟରେ ଗରା ଧରି ପାଣି ମାଗିଛନ୍ତି।
ସୂଚନା ମୁତାବକ, ଉକ୍ତ ଗ୍ରାମରେ ପ୍ରାୟ ୧୦୦ ଜୁଆଙ୍ଗ ବାସ କରୁଛନ୍ତି। ବସୁଧା ଯୋଜନାରେ ଗ୍ରାମକୁ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ନିର୍ମାଣ କରାଯାଇଛି। ପ୍ରକଳ୍ପରୁ ୬ ମାସ ପାଣି ଯୋଗାଣ ହୋଇଥିଲା। ପରେ ପାଣି ଛାଡ଼ିବା ବନ୍ଦ କରିଦିଆଯାଇଛି। ସମସ୍ୟା ନେଇ ବିଭାଗୀୟ ଅଧିକାରୀଙ୍କୁ ଅବଗତ କରିଥିଲେ ହେଁ ସୁଫଳ ନ ମିଳିବାରୁ ଜିଲାପାଳଙ୍କ ନିକଟକୁ ଆସିବାକୁ ବାଧ୍ୟ ହୋଇଥିବା କହିଛନ୍ତି।

ସେହିପରି ଗ୍ରାମରେ ଗମନା ଗମନର ସୁବିଧା ନ ଥିବାରୁ ଯାତାୟାତରେ ଅସୁବିଧା ଭୋଗୁଛନ୍ତି। ଗାଁମୁଣ୍ତ ଜୁଆଙ୍ଗ ସାହି ରାସ୍ତା ନିର୍ମାଣ ପାଇଁ ୭ ଲକ୍ଷ ଟଙ୍କା ଅନୁମୋଦନ ହୋଇଥିଲେ ହେଁ ଠିକାଦାର ନିମ୍ନମାନର କାମ କରିବା ସହିତ ସମ୍ପୁର୍ଣ୍ଣ ବିଲ ଉଠାଣ ନେଇଛନ୍ତି। ଏହାର ତଦନ୍ତ କରିବା ସହ ବସୁଧା ପ୍ରକଳ୍ପରୁ ପାନୀୟଜଳ ସଂଯୋଗ କରିବାକୁ ରାଜେନ୍ଦ୍ର ଜୁଆଙ୍ଗ, ଅର୍ଜୁନ ଜୁଆଙ୍ଗ, କଖା ଜୁଆଙ୍ଗ, ଗୀତା ଜୁଆଙ୍ଗ ପ୍ରମୁଖ ୫୦ରୁ ଊର୍ଦ୍ଧ୍ୱ ଗରା ଧରି ଜିଲାପାଳଙ୍କୁ ଭେଟି ଦାବିପତ୍ର ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri