ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ ଶିକାରୀଙ୍କୁ ବନ ବିଭାଗ ଧରିବାରେ ସଫଳ ହୋଇଛି। ଶିକାରୀଙ୍କଠାରୁ ବନକର୍ମଚାରୀ ଏକ ଗୁଳି ଭର୍ତ୍ତି ଦେଶୀ ବନ୍ଧୁକ, ୨ଟି ମୋବାଇଲ ଫୋନ, ଟର୍ଚ୍ଚ ଲାଇଟ୍‌, ଦିଆସିଲି ଏବଂ ବାଟଲି ଖଡା ଆଦି ଜବତ କରିଛନ୍ତି।

ଶିକାରୀଙ୍କୁ ସିମନବାଡି ବନ କାର୍ଯ୍ୟାଳୟକୁ ଆଣି ପଚରାଉଚରା ପରେ ସେମାନଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତଙ୍କ ନାମରେ ବନ ବିଭାଗ ଏକ ମାମଲା ରୁଜୁକରି ଅଧିକ ତଦନ୍ତ ଆରମ୍ଭ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଲିଗୁଡା ଥାନା ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ମୋହିତ ପ୍ରଧାନ, ରାଜେଶ ପ୍ରଧାନ ଏବଂ ଅକ୍ଷୟ ପ୍ରଧାନ ବୋଲି ବାଲିଗୁଡା ବନ ଉପଖଣ୍ଡ ବନ୍ୟଜନ୍ତୁ ସମ୍ପଦର ଦାୟିତ୍ୱରେ ଥିବା ଏସ୍‌ସିଏଫ ପ୍ରଫୁଲ କୁମାର ମଲିକ ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି।

ଲୋକଙ୍କୁ ସଚେତନ କରିବା ସତ୍ତ୍ୱେ ଗିରଫ ୩ଜଣ ବନ୍ୟଜନ୍ତୁ ଶିକାର କରିବା ପାଇଁ ପ୍ରଥମେ ଜଙ୍ଗଲରେ ନିଆଁ ଲଗାଉଥିଲେ। ପରେ ବନ୍ୟଜନ୍ତୁ ପ୍ରାଣ ଭୟରେ ପଦାକୁ ବାହାରିଲେ କିମ୍ବା ପାଣି ପାଇଁ ନାଳକୁ ଗଲେ ତାଙ୍କୁ ବନ୍ଧୁକରେ ଗୁଳି କରି ଶିକାର କରୁଥିଲେ। ଏହି ୩ ଅଭିଯୁକ୍ତଙ୍କ ବ୍ୟତୀତ ଆହୁରି କେତେଜଣ ଏଥିରେ ସମ୍ପୃକ୍ତି ଥାଇପାରନ୍ତି। ତଦନ୍ତ ପରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଏସ୍‌ସିଏଫ ପ୍ରଫୁଲ କୁମାର ମଲିକ ଏବଂ ଦାରିଙ୍ଗବାଡି ବନାଞ୍ଚଳ ଅଧିକାରୀ ତଥା ବାଲିଗୁଡା ଏସ୍‌ସିଏଫ ସତୀଶ କୁମାର ଧାରୁଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri