ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଆସନ୍ତା ୩୦ ତାରିଖ ଯାଏଁ ରାଜ୍ୟ ବିଭିନ୍ନ ଜିଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ପାଇଁ ୮ଟି ଜିଲାକୁ ରେଡ ୱାର୍ଣ୍ଣିଂ, ୧୭ଟି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ କରାଇଛି ପାଣିପାଗ ବିଭାଗ । ସେହିଭଳି ୨୭ ତାରିଖ ଅର୍ଥାତ ଆସନ୍ତାକାଲି ୧୧ଟି ଜିଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେବ । ତେଣୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ ୧୭ଟି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଜାରି କରିଥିବା ସୂଚନାନୁସାରେ, ୨୮ ତାରିଖରେ ସାରା ରାଜ୍ୟରେ ନିଆଁ ବର୍ଷା ହୋଇପାରେ । ୧୮ଟି ଜିଲାକୁ ରେଡ ୱାର୍ଣ୍ଣିଂ ଓ ୧୨ଟି ଜିଲାରେ ଅରେଞ୍ଜ ୱାର୍ଣ୍ଣିଂ ଦେଇ ଖରାକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି । ସେହିଭଳି ୨୯ ଓ ୩୦ ତାରିଖରେ ୮ଟି ଜିଲାରେ ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି ହେବା ନେଇ ଆକଳନ କରି ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଏବଂ ୧୫ଟି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ତେବେ ଆଜି ଦିନ ସାଢେ ୧୧ଟା ସୁଦ୍ଧା ରେକର୍ଡ ହୋଇଥିବା ତାପମାତ୍ରାରୁ ଝାରସୁଗୁଡା ସବୁଠାରୁ ଉତ୍ତପ୍ତ ସହର ବୋଲି ଜଣାପଡିଛି । ଝାରସୁଗୁଡାରେ ସର୍ବାଧିକ ୪୦. ୪ ଡିଗ୍ରୀ ପାରଦ ରେକର୍ଡ ହୋଇଛି ।

ସେହିପରି ଝାରସୁଗୁଡା ତାପମାତ୍ରା ୪୩.୫ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁର ୪୩ ଡିଗ୍ରୀ, ହୀରାକୁଦର ୪୩ ଡିଗ୍ରୀ, ରାଉରକେଲାର ୪୨ ଡିଗ୍ରୀ, କେନ୍ଦୁଝରର ୪୧.୮ ଡିଗ୍ରୀ, ଚାନ୍ଦବାଲିର ୪୧.୬ ଡିଗ୍ରୀ, ଭୁବନେଶ୍ୱର ୪୦.୫ ଡିଗ୍ରୀ, ବାଲେଶ୍ୱରର ୩୯.୬ ଡିଗ୍ରୀ, ପୁରୀର ୩୪.୪ ଡିଗ୍ରୀ,ଗୋପାଳପୁରର ୩୩.୬ ଡିଗ୍ରୀ, ପାରାଦୀପର ୩୩.୯ ଡିଗ୍ରୀ ରେକର୍ଡ କରାଯାଛି।

ସେପଟେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ପୂର୍ବାନୁମାନ କରିଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି। ସେ କହିଛନ୍ତି, ଗ୍ରୀଷ୍ମ ପ୍ରବାହ ପାଇଁ ରାଜ୍ୟର ଅଧିକାଂଶ ଜିଲାକୁ ରେଡ ଆଲର୍ଟ ଜାରି କରାଯାଇଛି। ଉତ୍ତର ଆଭ୍ୟନ୍ତରୀଣ, ଉପକୂଳ ଓଡ଼ିଶା ସମେତ ରାଜ୍ୟର ଅଧିକାଂଶ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ଆଭ୍ୟନ୍ତରୀଣ ଓ ୪୫ କିମ୍ବା ତା’ଠୁ ଅଧିକ ତାପମାତ୍ରା ରେକର୍ଡ ହେବାର ସମ୍ଭାବନା ରହିଛି। ଦିନ ୧୧ରୁ ୩ ଟା ଭିତରେ ବାହାରକୁ ବାହାରିଲେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦେଇଛନ୍ତି ପାଣିପାଗ ବିଭାଗ।


Enter your email to get our daily news in your inbox.

All Right Reserved By Dharitri.Com

ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା...

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ...

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri