ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ ଓ ବିଚାରପତି ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ଶୁକ୍ରବାର ମାମଲାର ଶୁଣାଣି କରିଛନ୍ତି। ଶୁଣାଣିବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ସତ୍ୟପାଠ ଦାଖଲ କରାଯାଇଛି। ଉକ୍ତ ସତ୍ୟପାଠରେ ଦର୍ଶାଯାଇଛି, ଭଦ୍ରକ ଜିଲା ଜେଲରେ ଏବେ ୩୦୩ ଜଣ ବିଚାରାଧୀନ କଏଦୀ ରହୁଛନ୍ତି। ମାତ୍ର ଏଠାରେ ୨୦୧ ଜଣ କଏଦୀ ରହିବାର କ୍ଷମତା ରହିଛି। ସେହିପରି ଯାଜପୁର ଜିଲା ଜେଲ୍‌ର କ୍ଷମତା ୧୩୩ ଥିବାବେଳେ ଏବେ ସେଠାରେ ୨୩୭ ଜଣ ବିଚାରାଧୀନ କଏଦୀ ରହୁଛନ୍ତି। ଭଦ୍ରକରେ ନିର୍ମାଣାଧୀନ ନୂଆ ଜେଲ ୨୦୨୭ ଜୁନ୍‌ରେ ଓ ଯାଜପୁରରେ ନିର୍ମାଣାଧୀନ ନୂଆ ଜେଲ ୨୦୨୬ ଜୁନ୍‌ରେ ଶେଷ ହେବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟଙ୍କୁ ଅବଗତ କରାଯାଇଛି। ତେବେ ଜେଲରୁ ଭିଡ଼ ହଟାଇବା ନିମନ୍ତେ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଆସନ୍ତା ମେ’ ୩ ତାରିଖ ମଧ୍ୟରେ ଅବଗତ କରାଇବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ପୂର୍ବରୁ ହାଇକୋର୍ଟ ମାମଲାର ଶୁଣାଣି କରି ଜେଲରେ ଅନ୍ତେବାସୀଙ୍କୁ ସର୍ବନିମ୍ନ ସୁବିଧା ଯଥା ଖାଦ୍ୟପେୟ, ବସ୍ତ୍ର, ପାଇଖାନା, ଗାଧୁଆଘର, ପାନୀୟଜଳ ଏବଂ ସେମାନଙ୍କର ଉପଯୁକ୍ତ ଯତ୍ନ ନିଆଯାଉଛି କି ନାହିଁ ସେନେଇ ତଥ୍ୟ ପ୍ରଦାନ କରିବାକୁ ଆଦେଶ ଦେଇଥିଲେ। ରାଜ୍ୟରେ ଜେଲ୍‌ ସଂସ୍କାର ସମ୍ପର୍କିତ ମାମଲାରେ ଜେଲରୁ ଭିଡ଼ କମାଇବା ଉପରେ ହାଇକୋର୍ଟ ପୂର୍ବରୁ ଗୁରୁତ୍ୱାରୋପ କରିଥିଲେ। ରାଜ୍ୟରେ ଯେଉଁଠି ନୂଆ ଜେଲ୍‌ ପ୍ରକଳ୍ପ କରାଯାଉଛି ସେଠାରେ ଜେଲ ତିଆରି ସହିତ ଏକାସାଙ୍ଗେ ପାଚେରି ମଧ୍ୟ ତିଆରି କରିବାକୁ ହାଇକୋର୍ଟ ଆଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା...

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ...

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri