ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା

ଭୁବନେଶ୍ୱର, ୨୭।୪(ସୁନିତ୍‌ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨ ନମ୍ବର ନେତା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରେ ସେ ହେଉଛନ୍ତି ବିଜେଡିର ନୂଆ ମୁଖିଆ। ଦୁଇଟି ଆସନରେ ମୁଖ୍ୟମନ୍ତ୍ରୀ ଲଢ଼ିବା ପଛର ଉଦ୍ଦେଶ୍ୟ ହେଉଛି ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଖାଲି କରିବା, ରାଜ୍ୟବାସୀ ଏହା ଜାଣିସାରିଲେଣି। ଏଥର ବିଜେଡିକୁ ଭୋଟ ଦେବାର ଅର୍ଥ ହେଉଛି ପାଣ୍ଡିଆନ୍‌ଙ୍କୁ ବିଧାନସଭାକୁ ଆଣିବା ଏବଂ ତାଙ୍କ ହାତରେ ରାଜ୍ୟର ଶାସନ ଦେବା ବୋଲି ଭାଜପାର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସମୀର କହିଛନ୍ତି,ଏହା ଓଡ଼ିଆ ସ୍ବାଭିମାନର ଅପମାନ। ଓଡ଼ିଆ ଅସ୍ମିତା ଉପରେ କୁଠାରାଘାତ। ବିଗତ ଦିନରେ ୫-ଟି ନାଁରେ ଯେଉଁଭଳି ଗଣତନ୍ତ୍ରର ହତ୍ୟାହେଲା ତାହା ଓଡ଼ିଶା ଲୋକେ ଭୁଲିନାହାନ୍ତି। ଓଡ଼ିଶା ଲୋକେ ଏଥର ଓଡ଼ିଆଙ୍କ ପ୍ରତି ହୋଇଥିବା ଅପମାନର ଉଚିତ ଜବାବ ଦେବେ। ୫-ଟି ନାଁରେ ଯେଉଁଭଳି ରୂପାନ୍ତରଣର ଆଳ ଦେଖାଇ ୪୦ ହଜାର କୋଟିର ଘୋଟାଲା ହୋଇଛି, ଏହାର ଜବାବ ଏଥର ଲୋକମାନେ ଦେବେ ବୋଲି ସମୀର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri