ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ

ଢେଙ୍କାନାଳ,୨୮ା୪(ରତନ ନାୟାର)ଢେଙ୍କାନାଳ ଜିଲା ହିନ୍ଦୋଳ ବିଧାନସଭା କ୍ଷେତ୍ରରୁ ତୃତୀୟ ଥର ପାଇଁ ନିର୍ବାଚନ ଲଢ଼ିବେ ବିଧାୟିକା ସୀମାରାଣୀ ନାୟକ। ଶନିବାର ଭାଜପା ପକ୍ଷରୁ ତାଙ୍କୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ହିନ୍ଦୋଳ ଆସନକୁ ନେଇ କିଛିଦିନ ହେଲା ଦଳୀୟ କର୍ମୀଙ୍କ ମଧ୍ୟରେ ଲାଗି ରହିଥିବା ଦ୍ୱନ୍ଦ୍ୱ ଦୂର ହୋଇଛି।
ହିନ୍ଦୋଳ ବ୍ଲକ ଅଧ୍ୟକ୍ଷ ଭାବେ କଂଗ୍ରେସରୁ ରାଜନୈତିକ ଜୀବନ ଆରମ୍ଭ କରିଥିବା ସୀମରାଣି ୨୦୧୪ ଓ ୨୦୧୯ରେ ବିଜେଡି ଟିକେଟ୍‌ରେ ହିନ୍ଦୋଳ ବିଧାନସଭା ଆସନରୁ ବିଧାୟିକା ନିର୍ବାଚିତ ହୋଇଥିଲେ। ୨୦୨୪ରେ ସେ ପୁଣି ହିନ୍ଦୋଳରୁ ନିର୍ବାଚନ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ଥିଲେ ହେଁ ବିଜେଡି ତାଙ୍କୁ ଟିକେଟ୍‌ ଦେଇ ନ ଥିଲା। ଫଳରେ ସେ ଅସନ୍ତୋଷ ପ୍ରକାଶ କରି ଭାଜପାରେ ଯୋଗ ଦେଇଥିଲେ। ବିଜେଡି ହିନ୍ଦୋଳରେ ଏମ୍‌ପି ମହେଶ ସାହୁଙ୍କୁ ବିଧାୟକ ପ୍ରାର୍ଥୀ କରିଥିବା ବେଳେ ଭାଜପା ପ୍ରାର୍ଥୀ ହୋଇଛନ୍ତି ସୀମାରାଣୀ। ସେହିପରି କଂଗ୍ରେସରୁ ନବାଗତ ଗୋବର୍ଦ୍ଧନ ଶେଖର ନାୟକ ପ୍ରାର୍ଥୀ ହୋଇଥିବାରୁ ଏଠାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା ହେବ ବୋଲି ଜଣାପଡିଛି। ଭାଜପା ପକ୍ଷରୁ ପ୍ରାର୍ଥୀ ହେବା ପରେ ସୀମାରାଣୀ କହିଛନ୍ତି, ହିନ୍ଦୋଳ ବିଧାନସଭା ଅଞ୍ଚଳର ଭାଜପା ନେତୃବୃନ୍ଦ, ପଦାଧିକାରୀ ଓ ଜିଲା ନେତୃବୃନ୍ଦଙ୍କ ସହ ଆଲୋଚନା କରି ନିର୍ବାଚନ ଋଣନୀତି ପ୍ରସ୍ତୁତ କରାଯିବ। ଦଳ ତାଙ୍କ ଉପରେ ଭରସା କରିଥିବାରୁ ଏଥିପାଇଁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାପତି ମନମୋହନ ସାମଲ, ଏମ୍‌ପି ପ୍ରାର୍ଥୀ ରୁଦ୍ରନାରାୟଣ ପାଣି, ଜିଲା ସଭାପତି ନରେଶ ଚନ୍ଦ୍ର ମହାପାତ୍ରଙ୍କୁ କୃତଜ୍ଞତା ଜଣାଇଛନ୍ତି। ହିନ୍ଦୋଳରେ ସମସ୍ତଙ୍କ ସମ୍ମାନ ରଖିବେ ବୋଲି ସୀମାରାଣୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri