ଅରିନ୍ଦମ୍‌ଙ୍କୁ ଗ୍ରହଣ କରିପାରୁନାହାନ୍ତି ଦଳୀୟ କର୍ମୀ

ସାଲେପୁର,୨୮।୪(ଅରବିନ୍ଦ ଭୂୟାଁ)ବହୁ କଳ୍ପନାଜଳ୍ପନା ପରେ ଶେଷରେ ସାଲେପୁର ବିଧାନସଭା ଆସନର ଭାଜପା ପ୍ରାର୍ଥୀଭାବେ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ତଥା କଟକର ଯୁବନେତା ଅରିନ୍ଦମ ରାୟଙ୍କ ନାମ ଦଳ ଘୋଷଣା କରିଛି। ପ୍ରାୟ ୨୦ଦିନ ତଳୁ ବିଧାୟକ ପ୍ରଶାନ୍ତ ବେହେରାଙ୍କୁ ବିଜେଡି ତୃତୀୟ ଥର ପାଇଁ ଏଠାରେ ପ୍ରାର୍ଥୀ ଭାବେ ଘୋଷଣା କରିଥିଲା। ସେହିପରି କଂଗ୍ରେସ ଯୁବ ସଙ୍ଗଠକ ଆକ୍ୟୁବ୍‌ ଉଜ୍‌ମାନ ଖାଁଙ୍କୁ ପ୍ରାର୍ଥୀ କରିଛି। ଅରିନ୍ଦମ୍‌ ସାଲେପୁର ନିର୍ବାଚନ ମଣ୍ଡଳୀର ହୋଇ ନ ଥିବାବେଳେ ତାଙ୍କୁ କେତେଦୂର ସ୍ଥାନୀୟ ଲୋକ ଗ୍ରହଣ କରିବେ, ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସାଲେପୁରରେ ଭାଜପାର ବହୁ ପୁରୁଖା ନେତା ସଙ୍ଗଠନ ଚଳାଇ ଆସୁଥିବାବେଳେ ସେମାନେ ଟିକେଟ୍‌ ଆଶାୟୀ ଥିଲେ। କିନ୍ତୁ ଦଳ ସେମାନଙ୍କୁ ଅଣଦେଖା କରି ଅରିନ୍ଦମଙ୍କୁ ପ୍ରାର୍ଥୀ କରିଥିବାରୁ କର୍ମୀମାନେ ଏହାକୁ ସହଜରେ ଗ୍ରହଣ କରିପାରୁନାହାନ୍ତି। ଫଳରେ ବିଜେଡି କର୍ମୀଙ୍କ ମଧ୍ୟରେ ଆଶ୍ୱସ୍ତି ପ୍ରକାଶ ପାଇଛି। ଅପରପକ୍ଷେ କମ୍‌ ଦିନ ତଳେ ଭାଜପା ସଙ୍ଗଠନ ଛାଡ଼ି ବିଜେଡିରେ ଯୋଗଦେଇ କଟକ-ବାରବାଟୀରୁ ବିଧାୟକ ପ୍ରାର୍ଥୀ ହୋଇଥିବା ପ୍ରକାଶ ବେହେରାଙ୍କ ବହୁ ସମର୍ଥକ କୌଣସି ଦଳରେ ସାମିଲ ନ ହୋଇ କିଏ ଭାଜପା ଟିକେଟ୍‌ ପାଉଛି, ସେନେଇ ଅପେକ୍ଷା କରି ରହିଥିଲେ। ଏବେ ଅରିନ୍ଦମ୍‌ ଟିକେଟ୍‌ ପାଇବାପରେ ସେମାନଙ୍କ ମଧ୍ୟରେ ଉତ୍ସାହ କମିଥିବା ଚର୍ଚ୍ଚା ହେଉଛି। ସେପଟେ କଂଗ୍ରେସ ନେତା ଆକ୍ୟୁବ୍‌ ଖାଁ ଏହାର ପୂର୍ଣ୍ଣ ସୁଯୋଗ ନେବାପାଇଁ ସମସ୍ତ ପ୍ରକାର ରଣକୌଶଳ ଆରମ୍ଭ କରିଦେଇଛନ୍ତି। କୌଣସି ଦଳରେ ସାମିଲ ହୋଇ ନ ଥିବା ପ୍ରକାଶଙ୍କ ସମର୍ଥକମାନଙ୍କୁ କଂଗ୍ରେସ ସଙ୍ଗଠନରେ ସାମିଲ କରିବାପାଇଁ ସେ ପ୍ରାଣମୂର୍ଚ୍ଛା ଉଦ୍ୟମ ଆରମ୍ଭ କରିଦେଇଛନ୍ତି। ଏନେଇ ବିଜେଡି ଓ କଂଗ୍ରେସ ମଧ୍ୟରେ ଟକ୍କର ହୋଇପାରେ ବୋଲି ସାଧାରଣରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri