ଚେକିଂବେଳେ ଥାନାଧିକାରୀଙ୍କୁ ଚାପୁଡ଼ା

ଭୁବନେଶ୍ୱର,୨୯।୪(ସୂର୍ଯ୍ୟକାନ୍ତ ବେହେରା): ମଦ୍ୟପ ଗାଡ଼ି ଚାଳକଙ୍କ ଉନ୍ମତ୍ତକାଣ୍ଡ। ଚେକିଂ ବେଳେ ପୋଲିସ କର୍ମଚାରୀଙ୍କୁ ଗାଳିଗୁଳଜ କରିବା ସହ ଥାନା ଅଧିକାରୀଙ୍କୁ ଚାପୁଡା ମାରିଲେ। ରାଜଧାନୀ ଭୁବନେଶ୍ୱରରେ ଏଭଳି ଘଟଣା ଘଟିଥିବାବେଳେ ଖାରବେଳନଗର ଥାନା ପୋଲିସ ୨ ଭାଇଙ୍କ ସମେତ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ରହୁଥିବା ଅନୁଗୋଳର ହିମାଂଶୁ ଶେଖର ଖୁଣ୍ଟିଆ, ତାଙ୍କ ଭାଇ ଆଶୁତୋଷ ଖୁଣ୍ଟିଆ ଓ ଅନ୍ୟଜଣେ ହେଲେ କନ୍ଧମାଳର ଟି. ଅଙ୍କିତ କୁମାର।
ମଦ୍ୟପାନ କରି ଗାଡି ଚାଳନା ରୋକିବାକୁ କମିଶନରେଟ ପୋଲିସ ପକ୍ଷରୁ ଯାଞ୍ଚ ଜାରି ରହିଛି। ଶନିବାର ରାତିରେ ଖାରବେଳନଗର ଥାନା ଅଧିକାରୀ ତାଙ୍କ କର୍ମଚାରୀଙ୍କ ସହ ମିଶି ମାଷ୍ଟରକ୍ୟାଣ୍ଟିନ ଛକରେ ଚେକିଂ କରୁଥିଲେ। ଏହି ସମୟରେ ଶ୍ରୀୟାଟକିଜ୍‌ ଛକରୁ ମାଷ୍ଟରକ୍ୟାଣ୍ଟିନ ଛକ ଅଭିମୁଖେ ଏକ କାର ଦ୍ରୁତଗତିରେ ବିପଦଜନକ ଭାବେ ଆସୁଥିବା ଦେଖି ପୋଲିସ କର୍ମଚାରୀ ଉକ୍ତ ଗାଡିକୁ ବହୁ କଷ୍ଟରେ ଅଟକାଇଥିଲେ। ଯାଞ୍ଚ ସମୟରେ ଗାଡି ଡ୍ରାଇଭର ଅଭିଯୁକ୍ତ ଅଙ୍କିତ ନିଶାସକ୍ତ ଅବସ୍ଥାରେ ଥିବା ଜଣାପଡିଥିଲା। ତେଣୁ କାର ଚାଳକଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବା ଲାଗି ପୋଲିସ ତାଙ୍କୁ କହିଥିଲେ। ହେଲେ ଗାଡିରେ ବସିଥିବା ଦୁଇ ଭାଇ ହିମାଂଶୁ ଓ ଆଶୁତୋଷ ଗାଡିରୁ ଓହ୍ଲାଇ ଚେକିଂ ଦାୟିତ୍ୱରେ ଥିବା ଅଧିକାରୀ ଓ କର୍ମଚାରୀଙ୍କୁ ଗାଳିଗୁଲଜ କରିଥିଲେ। ନିକଟରେ ଉପସ୍ଥିତ ଥିବା ଥାନାଧିକାରୀ ସେମାନଙ୍କୁ ବୁଝାଇବାକୁ ପ୍ରୟାସ କରୁଥିବା ବେଳେ ଅଭିଯୁକ୍ତମାନେ ତାଙ୍କୁ ଖରାପ ଭାଷାରେ ଗାଳିଗୁଲଜ କରିବା ସହ ଅଭିଯୁକ୍ତ ହିମାଂଶୁ ଥାନାଧିକାରୀଙ୍କୁ ହଠାତ ଏକ ଚାପୁଡା ମାରିଥିଲେ। ପୋଲିସ ତିନି ଅଭିଯୁକ୍ତଙ୍କୁ ଘଟଣା ସ୍ଥଳରୁ ଗିରଫ କରିବା ସହ ସେମାନଙ୍କ ନିକଟରୁ କାରକୁ ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri