ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଥିବା କନିଷ୍ଠ ଶିକ୍ଷକଙ୍କ ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର

ପଟ୍ଟାଙ୍ଗି,୨୯।୪(ଶରତ ଧଳ): ଜଣେ କନିଷ୍ଠ ଶିକ୍ଷକ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ରହି ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର କରୁଥିବା ନେଇ ପଟ୍ଟାଙ୍ଗି ଥାନାରେ ଏକ ଅଭିଯୋଗ ହୋଇଛି। ଏହି ଘଟଣା କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକର ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ମହଲରେ ଚର୍ଚ୍ଚାର ବିଷୟ ହୋଇଛି। ଏପରିକି ବିଇଓଙ୍କ ଉପସ୍ଥିତିରେ ପ୍ରଧାନ ଶିକ୍ଷକ ଜଣକ ଶିକ୍ଷୟିତ୍ରୀମାନଙ୍କୁ ଦୁର୍ବ୍ୟବହାର କରିଥିବା ଜଣାପଡ଼ିଛି।

ମିଳିଥିବା ସୂଚନା ମୁତାବକ, ପଟ୍ଟାଙ୍ଗି ବ୍ଲକ ଶିକ୍ଷା ଅଧିକାରୀଙ୍କ ଅଧୀନରେ ରହିଥିବା ରାଲେଗଡ଼ା ହାଇସ୍କୁଲରେ ଦୀର୍ଘ ମାସ ହେଲା ପ୍ରଧାନ ଶିକ୍ଷକ ପଦ ଖାଲି ପଡ଼ି ରହିଥିବା ବେଳେ ଉକ୍ତ ପଦବୀରେ କନିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ପଟ୍ଟନାୟକ ଦାୟିତ୍ୱ ତୁଲାଉଛନ୍ତି। ହେଲେ ସେ ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀମାନଙ୍କୁ ବିଭିନ୍ନ ସମୟରେ ଦୁର୍ବ୍ୟବହାର କରୁଥିଲେ ମଧ୍ୟ ଏଥିପ୍ରତି ବିଇଓ କିମ୍ବା ସିଆର୍‌ସିସି କୌଣସି ହସ୍ତକ୍ଷେପ କରୁ ନ ଥିବା ଅଭିଯୋଗ ହୋଇଛି।

ଏହାକୁ ନେଇ ଶେଷରେ ବିଦ୍ୟାଳୟର ସମସ୍ତ ବରିଷ୍ଠ ଶିକ୍ଷୟିତ୍ରୀ ଥାନା ଏବଂ ବିଇଓଙ୍କୁ ଲିଖିତ ଭାବେ ଅଭିଯୋଗ କରିଛନ୍ତି । ଅଭିଯୋଗ ମୁତାବକ, ପ୍ରଧାନ ଶିକ୍ଷକଙ୍କ ଦାୟିତ୍ୱରେ ରହିଥିବା କନିଷ୍ଠ ଶିକ୍ଷକ ପ୍ରଶାନ୍ତ ବିନା ରିଜୋଲ୍ୟୁଶନରେ ଏକ ବ୍ଲାଙ୍କ୍‌ ଚେକ୍‌ରେ ଜଣେ ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦସ୍ତଖତ କରିବାକୁ କହିଥିଲେ । ହେଲେ ଶିକ୍ଷୟିତ୍ରୀ ଜଣକ ଏଥିରେ ଅରାଜି ହୋଇ ଏହା କି ଚେକ୍‌ ଓ କାହିଁକି ଟଙ୍କା ଉଠାଯାଉଛି ବୋଲି ପ୍ରଶ୍ନ କରିବା ସହ ଦସ୍ତଖତ କରିବାକୁ ମନା କରିଦେଇଥିଲେ।

ଏଥିରେ ଶିକ୍ଷକ ପ୍ରଶାନ୍ତ ରାଗିଯାଇ କ’ଣ ହେଲା
ମୁଁ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଅଛି, ମୋ ନିର୍ଦ୍ଦେଶ ମାନିବାକୁ ପଡ଼ିବ କହି ଧମକ ଦେବା ସହ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର କରିଥିଲେ। ଏନେଇ ବିଦ୍ୟାଳୟର ସମସ୍ତ ବରିଷ୍ଠ ଶିକ୍ଷୟିତ୍ରୀ ଥାନାରେ ପହଞ୍ଚି ଲିଖିତ ଅଭିଯୋଗ କରିଛନ୍ତି । ଏପରିକି ଉକ୍ତ ଘଟଣାକୁ ନେଇ ବିଇଓଙ୍କୁ ସାକ୍ଷାତକରି ଘଟଣା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ।

ଅନ୍ୟପକ୍ଷେ ପଟ୍ଟାଙ୍ଗି ବ୍ଲକ ଶିକ୍ଷା ବିଭାଗ ଅଧୀନରେ ରହିଥିବା କିଛି ହାଇସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀ, ଶିକ୍ଷକ ପଦ ଖାଲି ପଡ଼ିଥିବା ବେଳେ ଉକ୍ତ ସ୍ଥାନରେ କନିଷ୍ଠ ଶିକ୍ଷକମାନଙ୍କୁ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ରଖାଯାଇ ରାଜ୍ୟ ଶିକ୍ଷା ବିଭାଗର ନିୟମ ଉଲ୍ଲଂଘନ କରାଯାଉଥିବା ମଧ୍ୟ ଅଭିଯୋଗ ହୋଇଛି। ଏହା ତଦନ୍ତ ସାପେକ୍ଷ ବୋଲି ଶିକ୍ଷୟିତ୍ରୀ, ଶିକ୍ଷକ ସଂଘ ଦାବି ଉଠାଇଥିବା ସହ ଘଟଣାର ତଦନ୍ତକରି ବରିଷ୍ଠ ଶିକ୍ଷୟିତ୍ରୀ, ଶିକ୍ଷକମାନଙ୍କୁ ତୁରନ୍ତ ଦାୟିତ୍ୱ ପ୍ରଦାନ କରିବାକୁ ଦାବି ହୋଇଛି।

ଏନେଇ ପ୍ରଧାନ ଶିକ୍ଷକ ପ୍ରଶାନ୍ତ ଏବଂ ବିଇଓ ଟି.ମିନତୀଙ୍କ ମୋବାଇଲ ନମ୍ବରକୁ ବାରମ୍ବାର ଯୋଗାଯୋଗ କରି ଘଟଣା ସମ୍ପର୍କରେ ପଚାରିବାକୁ ଚେଷ୍ଟା କରାଯାଇଥିଲା। ହେଲେ ସେମାନେ ଫୋନ୍‌ ଉଠାଇ ନ ଥିଲେ । ଘଟଣା ସମ୍ପର୍କରେ ଜିଲା ଶିକ୍ଷା ଅଧିକାରୀ ପ୍ରଶାନ୍ତ ମହାନ୍ତିଙ୍କୁ ପଚାରିବାରୁ ଏହା ଏକ ନିନ୍ଦନୀୟ ଘଟଣା। ଘଟଣାର ତଦନ୍ତକରି ଆବଶ୍ୟକ ପକ୍ଷକ୍ଷେପ ନିଆଯିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri