ମୁଖ୍ୟମନ୍ତ୍ରୀ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି: ପାଣ୍ଡିଆନ୍‌

ମାଲକାନଗିରି/କାଲିମେଳା/କୋଟପାଡ଼, ୩୦ା୪ (ଦୁର୍ଯ୍ୟୋଧନ ପାତ୍ର/ଜୀବନକୃଷ୍ଣ ଦାସ/କେ.ରାଜଶେଖର ରାଓ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି ବୋଲି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍‌ କହିଛନ୍ତି। ମାଲକାନଗିରି ଜିଲା କାଲିମେଳା, ମାଥିଲି ଓ କୋରାପୁଟ ଜିଲାର କୋଟପାଡ଼ରେ ସୋମବାର ପ୍ରଚାର ବେଳେ ସେ ଏହା କହିଛନ୍ତି। ସେ ପ୍ରଥମେ ମାଲକାନଗିରି ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କାଲିମେଳା ଷ୍ଟାଡିୟମରେ ଆୟୋଜିତ ନିର୍ବାଚନୀ ସମାବେଶରେ ଯୋଗ ଦେଇଥିଲେ। ଏଠାରେ ଜିଲାର ବିକାଶ କଥା କହିବା ସହ ବିରୋଧୀଙ୍କୁ କଡ଼ା ସମାଲୋଚନା କରିଛନ୍ତି। ରାଜ୍ୟ ସରକାରଙ୍କ ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା ବିଷୟରେ ବୁଝାଇବା ସହ ବିଗତ ଦିନରେ କାଲିମେଳାବାସୀଙ୍କୁ ଦିଆଯାଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ କରାଯାଇଥିବା ପାଣ୍ଡିଆନ୍‌ କହିଛନ୍ତି। ଏଠାରେ ମେ ୧୩ରେ ନିର୍ବାଚନ ଅଛି। ତେଣୁ ମାଲକାନଗିରି ନିର୍ବାଚନମଣ୍ଡଳୀର ବିଧାୟକ ପ୍ରାର୍ଥୀ ମାନସ ମାଡକାମି ଓ ନବରଙ୍ଗପୁର ଏମ୍‌ପି ପ୍ରାର୍ଥୀ ପ୍ରଦୀପ ମାଝିଙ୍କୁ ବିଜୟୀ କରାଇବା ଲାଗି ଭୋଟରଙ୍କୁ ସେ ଅନୁରୋଧ କରିଛନ୍ତି। ସଭାରେ ଯୋଡ଼ିଶଙ୍ଖ ବଜାଇ ନବୀନ ପଟ୍ଟନାୟକଙ୍କ ହାତମୁଠାକୁ ଟାଣ କରିବା ସହ ଓଡ଼ିଶା ପ୍ରଗତି ଓ ଉନ୍ନତିରେ ସାହାଯ୍ୟ କରିବାକୁ ସେ ଅନୁରୋଧ କରିଛନ୍ତି। ଓଡ଼ିଶାରେ ଡବଲ ଇଞ୍ଜିନ ନୁହେଁ, ନବୀନ ଇଞ୍ଜିନ କାମ କରୁଛି। କାଲିମେଳାରେ ମଧ୍ୟ ପୂର୍ବରୁ ବୋମା ଓ ଗୁଳି ଫୁଟୁଥିଲା, ଶାନ୍ତି ନ ଥିଲା, ଏବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ୟମରେ ଏଠାରେ ଶାନ୍ତି ଫେରିଛି ବୋଲି ପାଣ୍ଡିଆନ କହିଛନ୍ତି। ମାଲକାନଗିରିରେ ପୁଞ୍ଜିନିବେଶ ହେବା ସହ ଯୁବକଙ୍କ ପାଇଁ ରୋଜଗାର ସୁଯୋଗ ବଢ଼ିବ। ତେଣୁ ବିଜେଡିର ଉଭୟ ଏମ୍‌ପି ଓ ବିଧାୟକ ପ୍ରାର୍ଥୀଙ୍କୁ ଆଶୀର୍ବାଦ କରିବାକୁ ସେ କହିଛନ୍ତି। ଗତଥର ମାଲକାନଗିରି ଜିଲାରୁ ଜଣେ ବିଧାୟକ ପ୍ରାର୍ଥୀ ଜିତିଥିଲେ। ହେଲେ ଗତ ୫ ବର୍ଷ ହେଲା ତାଙ୍କର ଦେଖା ଦର୍ଶନ ମିଳୁନି। ସେ କେଉଁ ବିକାଶମୂଳକ କାମ କରିଛନ୍ତି, କେଉଁ ରାସ୍ତା କାମ କରିଛନ୍ତି ବୋଲି ପାଣ୍ଡିଆନ ପ୍ରଶ୍ନ କରିବା ସହ ମାଲକାନଗିରି ଜିଲାକୁ ମୁଖ୍ୟମନ୍ତ୍ରୀ ଏତେ ଭଲ ପାଆନ୍ତି ଯେ, ସବୁ ବଡ଼ ବଡ଼ ଯୋଜନା ଏହି ଅଞ୍ଚଳରୁ ଆରମ୍ଭ ହୋଇଛି। ୨୦୦୮ରେ ମୁଖ୍ୟମନ୍ତ୍ରୀ ପ୍ରଥମେ ମାଲକାନଗିରିରୁ ୨ ଟଙ୍କିଆ ଚାଉଳ ଯୋଜନା ଆରମ୍ଭ କରିଥିଲେ। ସ୍ବାଭିମାନ ଅଞ୍ଚଳବାସୀଙ୍କ ଅନୁରୋଧ କ୍ରମେ ମାଲକାନଗିରିରୁ ଐତିହାସିକ ଲକ୍ଷ୍ମୀ ବସ୍‌ ଯୋଜନା ଆରମ୍ଭ ହୋଇଛି ବୋଲି ପାଣ୍ଡିଆନ କହିଛନ୍ତି।
କାର୍ଯ୍ୟକ୍ରମରେ ବିଧାୟକ ପ୍ରାର୍ଥୀ ମାନସ ମାଡକାମୀ ଓ ନବରଙ୍ଗପୁର ଏମ୍‌ପି ପ୍ରାର୍ଥୀ ପ୍ରଦୀପ ମାଝି ଉପସ୍ଥିତ ରହି ଭାଷଣ ଦେଇଛନ୍ତି। ପରେ କର୍ମୀମାନଙ୍କ ସହ ଆଲୋଚନା କରି ପାଣ୍ଡିଆନ ଚିତ୍ରକୋଣ୍ଡା ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ମାଥିଲି ବ୍ଲକ ହାଟପଦାରେ ଆୟୋଜିତ ନିର୍ବାଚନୀ ସଭାକୁ ସମ୍ବୋଧିତ କରିଛନ୍ତି। ସେଠାରେ ଏମ୍‌ପି ପ୍ରାର୍ଥୀ ପ୍ରଦୀପ ମାଝି ଓ ଚିତ୍ରକୋଣ୍ଡା ନିର୍ବାଚନମଣ୍ଡଳୀ ବିଜେଡି ବିଧାୟିକା ପ୍ରାର୍ଥୀ ଲକ୍ଷ୍ମୀପ୍ରିୟା ନାୟକଙ୍କୁ ଜିତାଇବାକୁ ସେ କହିଛନ୍ତି। କାର୍ଯ୍ୟକ୍ରମରେ ଜିଲା ବିଜେଡି କାର୍ଯ୍ୟକାରୀ ସଭାପତି ଦୁର୍ଗା ତ୍ରିପାଠୀଙ୍କ ସହ କାଲିମେଳା ବ୍ଲକ ସଭାପତି ଶରତ ଚନ୍ଦ୍ର ବିଶ୍ୱାଳ, ପଡ଼ିଆ ବ୍ଲକ ବିଜେଡି ସଭାପତି ଏମ୍‌ଡି ଫାରୁକ, ବ୍ଲକ କାର୍ଯ୍ୟକାରୀ ସଭାପତି ଡି. ବିଶ୍ୱନାଥ ରେଡ୍ଡୀ, କାଲିମେଳା ବ୍ଲକ ଅଧ୍ୟକ୍ଷା ସୁବାସିନୀ ସୋଡ଼ୀ ପ୍ରମୁଖ ଉପସ୍ଥିତ ଥିଲେ।
ଶେଷରେ ପାଣ୍ଡିଆନ କୋଟପାଡ଼ ବ୍ଲକ ଭୈରବ ପଡିଆରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ହୋଇଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଲୋକଙ୍କୁ ଅବଗତ କରାଇଛନ୍ତି। ଚଳିତ ନିର୍ବାଚନରେ ବିଜେଡିକୁ ଭୋଟଦେଇ ନବୀନ ପଟ୍ଟନାୟକଙ୍କୁ ପୁଣି ଥରେ ମୁଖ୍ୟମନ୍ତ୍ରୀ କରିବାକୁ ସେ ନିବେଦନ କରିଛନ୍ତି। କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ପ୍ରାର୍ଥୀ ଚନ୍ଦ୍ର ଶେଖର ମାଝି, ନବରଙ୍ଗପୁର ଏମ୍‌ପି ପ୍ରାର୍ଥୀ ପ୍ରଦୀପ ମାଝି ଓ ବିଧାୟିକା ପଦ୍ମିନୀ ଦିଆନ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri