ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଲେ ନବୀନ

ଭୁବନେଶ୍ୱର,୩୦।୪: ଗଞ୍ଜାମ ଜିଲା ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଙ୍ଗଳବାର ଦଳୀୟ କର୍ମୀ ଓ ହଜାର ହଜାର ସମର୍ଥକଙ୍କ ସହ ଆସି ଛତ୍ରପୁର ଉପଜିଲାପାଳ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି ପୂଜାର୍ଚ୍ଚନା କରିଥିଲେ। ଏପରିକି ମା’ଙ୍କ ନିକଟରେ ପ୍ରଦୀପ ପ୍ରଜ୍ଜଳନ କରି ଆଶୀର୍ବାଦ ଲୋଡିଥିଲେ। ଏହି ଅବସରରେ ତାଙ୍କ ସହ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ଥିଲେ।

ଷଷ୍ଠଥର ପାଇଁ ସେ ଏହି ଆସନରୁ ବିଜେଡିରୁ ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି। ୨୦୦୦ରୁ ନବୀନ ହିଞ୍ଜିଳିରୁ ବିଧାୟକ ରହି ଆସିଛନ୍ତି। ଚଳିତ ନିର୍ବାଚନରେ ସେ ହିଞ୍ଜିଳି ସହିତ କଣ୍ଟାବାଞ୍ଜିରୁ ମଧ୍ୟ ପ୍ରାର୍ଥୀ ହୋଇଛନ୍ତି। ହିଞ୍ଜିଳିରୁ ତାଙ୍କ ବିପକ୍ଷରେ ଭାଜପାରୁ ଶିଶିର ମିଶ୍ର ଓ କଂଗ୍ରେସରୁ ରଞ୍ଜିକାନ୍ତ ପାଢ଼ୀ ପ୍ରାର୍ଥୀ ହୋଇଛନ୍ତି। ଆସନ୍ତା ମେ’ ୨୦ରେ ହିଞ୍ଜିଳିରେ ମତଦାନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri