ବଦଳିଲେ ମିଶନଶକ୍ତି ସଚିବ

ଭୁବନେଶ୍ୱର,୩।୫(ସୁନିତ୍‌ ମିଶ୍ର):ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ତଥା ମିଶନଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ୍‌ ପାଣ୍ଡିଆନ୍‌ଙ୍କୁ ଗୁରୁବାର ବଦଳି କରାଯାଇଛି। ଭାଜପା ଅଭିଯୋଗକ୍ରମେ ଭାରତର ନିର୍ବାଚନ କମିଶନ (ଇସିଆଇ) ଏହି ବଦଳି ନିର୍ଦ୍ଦେଶ ଦେଇଛନ୍ତି। ତେବେ ତାଙ୍କୁ କେଉଁଠିକୁ ବଦଳି କରାଯାଇଛି ସେ ସମ୍ପର୍କରେ କୌଣସି ସୂଚନା ଦିଆଯାଇନାହିଁ। ଭାଜପା ନେତ୍ରୀ ନିର୍ମଳା ସୀତାରାମନଙ୍କ ନେତୃତ୍ୱରେ ଦଳର ବରିଷ୍ଠ ନେତା ରାଜୀବ ଚନ୍ଦ୍ରଶେଖର, ସୁଧାଂଶୁ ତ୍ରିବେଦୀ ଏବଂ ଓମ୍‌ ପାଠକ ନୂଆଦିଲ୍ଲୀରେ ନିର୍ବାଚନ କମିଶନଙ୍କୁ ଭେଟି ସୁଜାତା କିଭଳି ଖୋଲାଖୋଲି ସରକାରୀ କଳ ଓ କ୍ଷମତାର ଦୁରୁପଯୋଗ କରିବା ସହ ବିଜେଡି ସପକ୍ଷରେ ଭୋଟ୍‌ କରାଇବା ନିମନ୍ତେ ଅପଚେଷ୍ଟା କରୁଛନ୍ତି, ସେନେଇ ଗୁରୁବାର ଇସିଆଇଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ।
ଏପରିକି କ୍ଷମତାର ଦୁରୁପଯୋଗ କରି ସ୍ବୟଂ ସହାୟକ ଗୋଷ୍ଠୀର ମହିଳାଙ୍କୁ ଧମକଚମକ ଦେଇ ବିଜେଡି ସପକ୍ଷରେ ଭୋଟ କରାଇବା ନିମନ୍ତେ ସୁଜାତା ପ୍ରୟାସ କରୁଛନ୍ତି ବୋଲି ଭାଜପା ଅଭିଯୋଗ କରିଥିଲା। ତାଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଇ ତାଙ୍କୁ ନିର୍ବାଚନ ସରିବା ପର୍ଯ୍ୟନ୍ତ ସମସ୍ତ ସରକାରୀ କାର୍ଯ୍ୟରୁ ନିବୃତ୍ତ ରଖିବାକୁ ଭାଜପାର ସେଣ୍ଟ୍ରାଲ ଟିମ୍‌ ଦାବି କରିଥିଲା। ସୂଚନା ଅନୁସାରେ, ସୁଜାତା ସ୍ବାମୀଙ୍କ ଦ୍ୱାରା ପ୍ରଭାବିତ ହୋଇ ଏଭଳି କାର୍ଯ୍ୟରେ ଜଡ଼ିତ ଅଛନ୍ତି। ଓଡ଼ିଶା ସରକାର ପ୍ରାୟ ୭୦ ହଜାର ମହିଳାଙ୍କୁ ଏହି ଏସ୍‌ଏଚ୍‌ଜିରେ ସାମିଲ କରିଛନ୍ତି। ଆଉ ସେମାନଙ୍କ ମାଧ୍ୟମରେ ସୁଜାତା ଏବେ ଭୋଟରଙ୍କୁ ପ୍ରଭାବିତ କରିବା କାର୍ଯ୍ୟ କରିବାରେ ଲାଗିଛନ୍ତି। ଏପରିକି ବିଜେଡିକୁ ଭୋଟ୍‌ ନ ଦେଲେ ମିଶନ ଶକ୍ତି ବିଭାଗ ଯୋଗାଉଥିବା ସରକାରୀ ସୁବିଧା ବନ୍ଦ କରିଦିଆଯିବ ବୋଲି ଧମକ ଦେବାକୁ ମଧ୍ୟ ପଛାଉନାହାନ୍ତି। ଏହା ନିର୍ବାଚନ ଆଦର୍ଶ ଆଚରଣ ବିଧିର ଖୋଲା ଉଲ୍ଲଂଘନ ବୋଲି ସମ୍ପୃକ୍ତ ଟିମ୍‌ ଇସିଆଇଙ୍କ ନିକଟରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri