ଏତେ କୋଟି ଟଙ୍କାର ମାଲିକ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ହେଲେ ସ୍ତ୍ରୀଙ୍କ ଆୟ…

ଭୁବନେଶ୍ୱର,୩।୫: ପାଖେଇ ଆସିଲାଣି ନିର୍ବାଚନ। ଏନେଇ ମଇଦାନରେ ପ୍ରଚାର ଜୋରଦାର କଲେଣି ନେତା।ଏହାରି ଭିତରେ ନାମାଙ୍କନ ଦାଖଲ ମଧ୍ୟ ଚାଲିଛି। ନାମାଙ୍କନ ଦାଖଲବେଳେ ନେତାଏ ତାଙ୍କ ସମ୍ପର୍କିତ ସମସ୍ତ ତଥ୍ୟ ସତ୍ୟପାଠରେ ଦାଖଲ କରିଛନ୍ତି। ସତ୍ୟପାଠରେ ସମ୍ବଲପୁର ଲୋକ ସଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ଓ ତାଙ୍କ ସ୍ତ୍ରୀଙ୍କ ମୋଟ ସମ୍ପତ୍ତି ବିଷୟରେ ଜଣାପଡିଛି। ସତ୍ୟପାଠରେ ତାଙ୍କ ସ୍ତ୍ରୀ ମୃଦୁଳା ଠାକୁର ତାଙ୍କ ଠାରୁ ଧନୀ ବୋଲି ଜଣାପଡିଛି।

ଧର୍ମେନ୍ଦ୍ର ୧ କୋଟି ୩୯ ଲକ୍ଷ ୫୩ ହଜାର ଅସ୍ଥାବର ଓ ୯୨ ଲକ୍ଷ ୫୦ ହଜାର ସ୍ଥାବର ସମ୍ପତ୍ତିର ମାଲିକ ଅଟନ୍ତି । ତାଙ୍କ ପାଖରେ ନଗଦ ୩୫ ହଜାର ଟଙ୍କା ରହିଛି। ସେହିପରି ୧୩ ଲକ୍ଷ ୫୦ ହଜାର ଟଙ୍କାର ଅଳଙ୍କାର ମଧ୍ୟ ରହିଛି। ୨୦୧୧ ମସିହାରେ କିଣାଯାଇଥିବା ୧୦ ଲକ୍ଷ ଟଙ୍କାର ଏକ ଗାଡି ରହିଛି। ସେ ୩୨ ଲକ୍ଷ ୭୯ ହଜାର ୮୬୧ ଟଙ୍କାର ଋଣ ମଧ୍ୟ କରିଛନ୍ତି। ଧର୍ମେନ୍ଦ୍ରଙ୍କ ସ୍ତ୍ରୀ ମୃଦୁଳା ଠାକୁରଙ୍କ ପାଖରେ ନଗଦ ୪୦ ହଜାର ଟଙ୍କା ରହିଥିବା ଜଣାପଡିଛି। ତାଙ୍କ ପାଖରେ ୩୫ ଲକ୍ଷ ମୂଲ୍ୟର ଅଳଙ୍କାର, ୬୭ଲକ୍ଷ ୭୭ ହଜାର ଟଙ୍କାର ଗାଡି, ୨ କୋଟି ୯୫ ଲକ୍ଷ ୪୮ ହଜାର ୫୭୫ ଟଙ୍କାର ସମ୍ପତ୍ତି ରହିଛି। ଏହି କ୍ରମରେ ୧ କୋଟି ୩୭ ଲକ୍ଷ ୭୫ ହଜାର ଟଙ୍କାର ସ୍ଥାବର ସମ୍ପତ୍ତି ରହିଥିବାବେଳେ ୨୦ ଲକ୍ଷ ୫୭ ହଜାର ୯୨୦ ଟଙ୍କାର ଋଣ କରିଛନ୍ତି। ୨୦୨୨-୨୩ରେ ଧର୍ମେନ୍ଦ୍ରଙ୍କ ଆୟ ୧୨ ଲକ୍ଷ ୭୪ ହଜାର ୮୩୫ ଟଙ୍କା ଥିବାବେଳେ ମୃଦୁଳାଙ୍କ ବାର୍ଷିକ ଆୟ ୪୯ ଲକ୍ଷ ୯୨ ହଜାର ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri