Posted inଜାତୀୟ

କେନ୍ଦ୍ରକୁ ତଥ୍ୟ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୪ା୫: ଦ୍ରବ୍ୟ ଓ ସେବା ଟିକସ (ଜିଏସ୍‌ଟି) ଆଇନରେ ଜାରି ହୋଇଥିବା ନୋଟିସ ଏବଂ ଗିରଫଦାରି ସମ୍ପର୍କିତ ସବିଶେଷ ତଥ୍ୟ ଦେବାକୁ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନାଗରିକଙ୍କୁ ସେମାନଙ୍କ ସ୍ବାଧୀନତାରୁ ବଞ୍ଚତ୍ତ କରାଇ ହଇରାଣ କରାଯାଉଥିଲେ, ସେଥିରୁ ସୁରକ୍ଷା ଦେବା ପାଇଁ ଆଇନର ବ୍ୟାଖ୍ୟା କରାଯିବା ସହ ଉପଯୁକ୍ତ ଗାଇଡ୍‌ଲାଇନ ଆଣିବାକୁ ପଡ଼ିପାରେ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି। ଜିଏସ୍‌ଟି ଆଇନ, ସୀମାଶୁଳ୍କ ଆଇନ ଏବଂ ପିଏମ୍‌ଏଲ୍‌ଏର ବିଭିନ୍ନ ବ୍ୟବସ୍ଥାକୁ ଚ୍ୟାଲେଞ୍ଜ କରି ୧୨୮ଟି ପିଟିଶନ ଦାଏର ହୋଇଥିବାବେଳେ ଜଷ୍ଟିସ୍‌ ସଞ୍ଜୀବ ଖାନ୍ନା, ଏମ୍‌.ଏମ୍‌. ସୁନ୍ଦ୍ରେଶ ଏବଂ ବେଲା ଏମ୍‌. ତ୍ରିବେଦୀଙ୍କ ସ୍ବତନ୍ତ୍ର ଖଣ୍ଡପୀଠ ଏହାର ଶୁଣାଣି କରିଥିଲେ। ଜିଏସ୍‌ଟି ଆଇନର ଧାରା ୬୯ରେ ରହିଥିବା ଗିରଫ କ୍ଷମତାକୁ ନେଇ ପିଟିଶନରେ ଚିନ୍ତା ପ୍ରକଟ କରାଯାଇଥିଲା। ଆବଶ୍ୟକ ହେଲେ ନାଗରିକ ସ୍ବାଧୀନତାକୁ ସୁଦୃଢ଼ କରିବା ପାଇଁ ଆଇନର ବ୍ୟାଖ୍ୟା କରିବୁ କିନ୍ତୁ ନାଗରିକଙ୍କୁ ହଇରାଣ ହେବାକୁ ଦେବୁନାହିଁ ବୋଲି ଖଣ୍ଡପୀଠ କହିଛନ୍ତି। ଗତ ୩ ବର୍ଷରେ ୧ରୁ ୫ କୋଟି ଟଙ୍କାର ଟିକସ ଫାଙ୍କି ଅଭିଯୋଗରେ ଜିଏସ୍‌ଟି ଆଇନରେ ଜାରି ହୋଇଥିବା ନୋଟିସ ଓ ଗିରଫଦାରି ସମ୍ପର୍କରେ ତଥ୍ୟ ଦାଖଲ କର ବୋଲି ଖଣ୍ଡପୀଠ କେନ୍ଦ୍ର ସରକାରଙ୍କ ତରଫରୁ ଉପସ୍ଥିତ ଅତିରିକ୍ତ ସଲିସିଟର ଜେନେରାଲ ଏସ୍‌.ଭି. ରାଜୁଙ୍କୁ କହିଛନ୍ତି। ଜିଏସ୍‌ଟି ବ୍ୟବସ୍ଥାରେ ତ୍ରୁଟି ଥିଲେ, ତାହାକୁ ଆମେ ଠିକ୍‌ କରିବୁ ବୋଲି ସର୍ବୋଚ୍ଚ ଅଦାଲତ ଜଣାଇଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏନ୍‌ଆର୍‌ସି ନମ୍ବର ନ ଦେଲେ ତିଆରି ହେବନି ଆଧାରକାର୍ଡ, ଏହିଦିନଠାରୁ ହେବ ଲାଗୁ…

ଦିଶପୁର,୮ା୯: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ସ୍ପଷ୍ଟ କରିଛନ୍ତି ଯେ, ତାଙ୍କ ନେତୃତ୍ୱରେ ରାଜ୍ୟ ସରକାର ଆଧାରକାର୍ଡ...

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri