ଲୋକବଳ, ଧନବଳ ମଧ୍ୟରେ ଲଢ଼େଇ: ଧର୍ମେନ୍ଦ୍ର

ଢେଙ୍କାନାଳ,୪ା୫(ରତନ ନାୟାର): ଓଡ଼ିଶା ସରକାରଙ୍କ ବିରୋଧରେ ପ୍ରବଳ ଜନମତ ଦେଖାଦେଲାଣି। ଦୁର୍ନୀତିଗ୍ରସ୍ତଙ୍କୁ ବିଜେଡି ପ୍ରାର୍ଥୀ କରିଛି। ଚଳିତ ନିର୍ବାଚନରେ ଧନବଳ ଓ ଲୋକବଳ ମଧ୍ୟରେ ଲଢ଼େଇ ହେବ। ଢେଙ୍କାନାଳ ଲୋକ ସଭା ପାଇଁ ଭାଜପା ଏମ୍‌ପି ପ୍ରାର୍ଥୀ ରୁଦ୍ର ନାରାୟଣ ପାଣିଙ୍କ ପ୍ରାର୍ଥତ୍ପତ୍ର ଦାଖଲ କାର୍ଯ୍ୟକ୍ରମରେ ଯୋଗଦେଇ ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହା କହିଛନ୍ତି।
କେନ୍ଦ୍ରମନ୍ତ୍ରୀ କହିଛନ୍ତି, ଏଠି ଗାଁରେ ପିଇବାକୁ ପାଣି ନାହିଁ। ଚାଷ ପାଇଁ ଜଳସେଚନର ବ୍ୟବସ୍ଥା ନାହିଁ। ଢେଙ୍କାନାଳରେ ମଞ୍ଜୁରୀ ପଦ ଅନୁଯାୟୀ ବହୁ ଡାକ୍ତର ପଦବୀ ଖାଲି ପଡିଛି। ଯିଏ ପାଣି ମୁନ୍ଦେ ଦେଇପାରୁନି, ତାକୁ ଶାସକ କହିବ ନା, ଆଲିବାବା ଚାଲିସ୍‌ଚୋର କହିବା। ଅବଶ୍ୟ ଜଣେ କେହି ବାହାରିଆ ଲୋକ ପଛ କବାଟରେ ଆସି ନିଜକୁ ଉତ୍ତରାଧିକାରୀ କହୁଛନ୍ତି। କିନ୍ତୁ ନବୀନ ପଟ୍ଟନାୟକ କେବେ ନିଜର ଉତ୍ତରାଧିକାରୀ କଥା କହିନାହାନ୍ତି। ଲୋକେ ଏହାର ଜବାବ ଦେବେ। ଏହି ନିର୍ବାଚନରେ ତାଙ୍କ ଗୁରୁ ତଥା ମାର୍ଗଦର୍ଶକ ଏମ୍‌ପି ପ୍ରାର୍ଥୀ ରୁଦ୍ର ନାରାୟଣ ପାଣିଙ୍କ ସମେତ ଢେଙ୍କାନାଳ ବିଧାୟକ ପ୍ରାର୍ଥୀ କୃଷ୍ଣଚନ୍ଦ୍ର ପାତ୍ର, କାମାକ୍ଷାନଗର ବିଧାୟକ ପ୍ରାର୍ଥୀ ଶତ୍ରୁଘ୍ନ ଜେନା, ପରଜଙ୍ଗ ବିଧାୟକ ପ୍ରାର୍ଥୀ ବିଭୂତି ଭୂଷଣ ପ୍ରଧାନ, ହିନ୍ଦୋଳ ବିଧାୟିକା ପ୍ରାର୍ଥୀ ସୀମାରାଣୀ ନାୟକ, ଅନୁଗୋଳ ବିଧାୟକ ପ୍ରାର୍ଥୀ ପ୍ରତାପ ପ୍ରଧାନ, ତାଳଚେର ବିଧାୟକ ପ୍ରାର୍ଥୀ କାଳନ୍ଦି ସାମଲ ଓ ପାଲଲହଡା ବିଧାୟକ ପ୍ରାର୍ଥୀ ଅଶୋକ ମହାନ୍ତି ବିଜୟୀ ହେବେ ବୋଲି କେନ୍ଦ୍ରମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri