ଆଜି ଆସିବେ ମୋଦି, ନଡ୍ଡା

ଭୁବନେଶ୍ୱର, ୫।୫(ସୁନିତ୍‌ ମିଶ୍ର)ନିର୍ବାଚନ ପ୍ରଚାର ପାଇଁ ଭାଜପା କେନ୍ଦ୍ରୀୟ ନେତାମାନଙ୍କ ଘନ ଘନ ଓଡ଼ିଶା ଗସ୍ତ କରୁଛନ୍ତି। ନିକଟରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ସମେତ କେତେଜଣ କେନ୍ଦ୍ରମନ୍ତ୍ରୀ ଓଡ଼ିଶାର ବିଭିନ୍ନ ସ୍ଥାନରେ ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର କରିଛନ୍ତି। ଏହିକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାରମ୍ବାର ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ତଦନୁଯାୟୀ ରବିବାର ବିଳମ୍ବିତ ସାରେ ମୋଦି ଭୁବନେଶ୍ୱରଠାରେ ପହଞ୍ଚିବେ। ଏହାପରେ ସେ ରାଜଭବନରେ ରାତ୍ରିଯାପନ କରିବା କାର୍ଯ୍ୟକ୍ରମ ରହିଛି। ୬ ତାରିଖ ସକାଳେ ବ୍ରହ୍ମପୁର ଅଭିମୁଖେ ପ୍ରଧାନମନ୍ତ୍ରୀ ଗସ୍ତ କରିବେ। ପ୍ରଥମେ ବ୍ରହ୍ମପୁରରେ ବିଶାଳ ସମାବେଶରେ ସେ ଯୋଗଦେବେ। ଏହାପରେ ନବରଙ୍ଗପୁରଠାରେ ଆୟୋଜିତ ଏକ ବଡ଼ ଜନସଭାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବା କାର୍ଯ୍ୟକ୍ରମ ରହିଛି। ମୋଦିଙ୍କ ଗସ୍ତ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ମଧ୍ୟ ଦଳୀୟ ପ୍ରଚାର ପାଇଁ ରବିବାର ଅପରାହ୍ନ ୩ଟାରେ ଭୁବନେଶ୍ୱର ପହଞ୍ଚତ୍ବେ।

ନିର୍ବାଚନୀ ତାରିଖ ଘୋଷଣା ହେବା ପରେ ପ୍ରଧାନମନ୍ତ୍ରୀ ପ୍ରଥମ ଥର ପାଇଁ ପ୍ରଚାର ମଇଦାନକୁ ଓହ୍ଲାଉଛନ୍ତି। ସେ ତାଙ୍କ ଉଦ୍‌ବୋଧନରେ କ’ଣ କହିବେ ଏହା ଉପରେ ସମସ୍ତଙ୍କ ନଜର ରହିଛି। ଅନ୍ୟପଟେ ପ୍ରଧାନମନ୍ତ୍ରୀ ଆସନ୍ତା ୧୦ ତାରିଖରେ ପୁଣି ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ବୋଲି ସୂଚନା ମିଳିଛି। ୧୦ରେ ସେ ଭୁବନେଶ୍ୱରଠାରେ ରୋଡ୍‌ ଶୋ’ କରିବାକୁ ଥିବାବେଳେ ୧୧ ତାରିଖରେ ବଲାଙ୍ଗୀରଠାରେ ଆୟୋଜିତ ଏକ ସାଧାରଣ ସଭାରେ ଯୋଗଦେବେ ବୋଲି ଜଣାପଡ଼ିଛି। ନିର୍ବାଚନ ଭିତରେ ମୋଦି ୫ରୁ ୬ ଥର ଓଡ଼ିଶା ଆସିବା କାର୍ଯ୍ୟକ୍ରମ ଥିବା ଜଣାପଡିଛି। ମୋଦିଙ୍କ ଗସ୍ତ ନେଇ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ବିମାନବନ୍ଦରଠାରୁ ରାଜଭବନ ପର୍ଯ୍ୟନ୍ତ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିବା ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ସୂଚନା
ଦେଇଛନ୍ତି। ସେ କହିଛନ୍ତି, ରାଜଭବନରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସୁରକ୍ଷା ଦାୟିତ୍ୱରେ ୩ ଜଣ ଡିସିପି, ୧୦ ଜଣ ଏସିପି, ୧୭ ଜଣ ଆଇଆଇସି, ୯୦ ଏସ୍‌ଆଇ/ଏଏସ୍‌ଆଇ ଅଛନ୍ତି। ଏହାସହ ସିଆଇଏସ୍‌ଏଫ୍‌ଙ୍କ ସହ ୨୦ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯିବ। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ରବିବାର ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିବା ପରେ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିବା କାର୍ଯ୍ୟକ୍ରମ ରହିଛି। ଏହାପରେ ସେ ଦଳର ବରିଷ୍ଠ ନେତାମାନଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ। ସାରେ କଟକଠାରେ କାର୍ଯ୍ୟକର୍ତ୍ତା ବୈଠକରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ସେହିପରି ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ୨ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ଭୁବନେଶ୍ୱର ଠାରେ ପହଞ୍ଚିବା ପରେ ଏଡିଟର୍ସ ମିଟ୍‌ କରିଛନ୍ତି। ଏହା ସହ ସେ ବୁଦ୍ଧିଜୀବୀଙ୍କୁ ଭେଟିବା ସହ ଏକ ଖବରଦାତା ସମ୍ମିଳନୀ ମଧ୍ୟ କରିଛନ୍ତି। ଜୟଶଙ୍କରଙ୍କ ଏହି ୨ଦିନର ଗସ୍ତ ବେଳେ ଭୁବନେଶ୍ୱର, କଟକ ଓ ସମ୍ବଲପୁରରେ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବା ସହ କାର୍ଯ୍ୟକର୍ତ୍ତାଙ୍କ ସହିତ ଆଲୋଚନା କରିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri