ଆଜି ଓଡ଼ିଶା କେବଳ ଜଗନ୍ନାଥଙ୍କ କୃପାରୁ ଚାଲିଛି

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ ଅବସରରେ ଜେପି ନଡ୍ଡା ବିଜେଡି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ବିକାଶ ବ୍ୟବସ୍ଥା ସଂପୂର୍ଣ୍ଣ ଭୁଶୁଡି ପଡିଛି। ମହିଳା ନିର୍ଯାତନାରେ ଓଡ଼ିଶା ଦେଶରେ ନମ୍ବର-୧ ହୋଇଛି। ଲୋକେ ଦାଦନ ଖଟିବାକୁ ବାହାର ରାଜ୍ୟକୁ ପଳାଉଛନ୍ତି, ଏଠାକାର ସରକାରଙ୍କୁ ସେ ବିଷୟରେ ଚିନ୍ତା ନାହିଁ। ଚାଷୀଙ୍କୁ ସେମାନଙ୍କ ଫସଲର ଉପଯୁକ୍ତ ମୂଲ୍ୟ ମିଳୁନାହିଁ। ବଳାତ୍କାର, ହତ୍ୟାରେ ବିଜେଡି ଦଳର ନେତା ସଂପୃକ୍ତ ଅଛନ୍ତି। ବିଜେଡିର ୪୫ରୁ ଅଧିକ ବିଧାୟକ ବିଭିନ୍ନ ଅପରାଧରେ ସଂପୃକ୍ତ ଅଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ଏଠାରେ ଆୟୁଷ୍ମାନ ଭାରତ ଲାଗୁ ହେଉନି। ସ୍ବାସ୍ଥ୍ୟ ବ୍ୟବସ୍ଥା, ହସ୍ପିଟାଲ କୋମାକୁ ଚାଲିଯାଇଛି। ଆଜି ଓଡ଼ିଶା କେବଳ ଜଗନ୍ନାଥଙ୍କ କୃପାରୁ ଚାଲିଛି।
ସରକାରକୁ ଆସିବାକୁ ଆମେ ନିର୍ବାଚନ ଲଢୁଛୁ। ବିରୋଧୀ ଦଳରେ ବସିବାକୁ ଆମେ ନିର୍ବାଚନ ଲଢୁନୁ ବୋଲି ନଡ୍ଡା ସ୍ପଷ୍ଟ କରିଛନ୍ତି।
ରାଜ୍ୟ ଭାଜପାର ଇସ୍ତାହାରରେ ବିଶେଷ କରି ୪ଟି ବର୍ଗକୁ ଫୋକସ କରାଯାଇଛି। ଏଥିରେ ଯୁବ, ମହିଳା ଓ କୃଷକଙ୍କୁ ଅଧିକ ଗୁରୁତ୍ୱ ଦିଆଯାଇଥିବା ସୂଚନା ମିଳୁଛି। ଏହି ଅବସରରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ପୂର୍ବତନ ସଭାପତି ସମୀର ମହାନ୍ତି, ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ।
ଏହାପରେ ନଡ୍ଡା ଦଳର ବରିଷ୍ଠ ନେତାମାନଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ। ସାରେ କଟକଠାରେ କାର୍ଯ୍ୟକର୍ତ୍ତା ବୈଠକରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri