ସଞ୍ଜୟଙ୍କୁ ସମ୍ବଲପୁର ବିଧାନସଭା ନିର୍ବାଚନ ଇନ୍‌ଚାର୍ଜ କଲା ବିଜେଡି

ସମ୍ବଲପୁର,୫ା୫(ପ୍ରମୋଦ ବହିଦାର): ଚଳିତ ନିର୍ବାଚନ ପାଇଁ ବିଜେଡିର ନିର୍ବାଚନ ସଂଯୋଜକ ଓ ନିର୍ବାଚନ ଇନ୍‌ଚାର୍ଜ ନିଯୁକ୍ତ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ନିର୍ବାଚନ ପରିଚାଳନା ପାଇଁ ବିଜେଡିର ୫ଜଣ ବରିଷ୍ଠ ସଦସ୍ୟଙ୍କୁ ବିଭିନ୍ନ ପଦପଦବୀରେ ନିଯୁକ୍ତି ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୩ ବରିଷ୍ଠ ସଦସ୍ୟଙ୍କୁ ସମ୍ବଲପୁର ଲୋକ ସଭା କ୍ଷେତ୍ରରେ ନିର୍ବାଚନ ପରିଚାଳନା ପାଇଁ ବିଭିନ୍ନ ପଦବୀରେ ନିଯୁକ୍ତି ମିଳିଛି।

ସେମାନେ ହେଲେ ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ସିଦ୍ଧାର୍ଥ ଦାସଙ୍କୁ ସମ୍ବଲପୁର ସଂସଦୀୟ କ୍ଷେତ୍ର ସଂଯୋଜକ, କାଳିଆ ଉପଦେଷ୍ଠା ତଥା ସମଲେଶ୍ୱରୀ ମନ୍ଦିର ଟ୍ରଷ୍ଟବୋର୍ଡ ସଭାପତି ସଞ୍ଜୟ ବାବୁଙ୍କୁ ସମ୍ବଲପୁର ବିଧାନସଭା କ୍ଷେତ୍ର ନିର୍ବାଚନ ଇନ୍‌ଚାର୍ଜ, ସିଦ୍ଧାର୍ଥ ସାହାଙ୍କୁ ସମ୍ବଲପୁର ବିଧାନସଭା କ୍ଷେତ୍ର ନିର୍ବାଚନ ସଂଯୋଜକ ନିଯୁକ୍ତି ଦିଆଯାଇ ବୋଲି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏକ ପ୍ରସ୍‌ ଇସ୍ତାହାରରେ ସୂଚନା ଦେଇଛନ୍ତି। ଏନେଇ ସମ୍ବଲପୁର ବିଧାନସଭା କ୍ଷେତ୍ରରେ ନିର୍ବାଚନ ଇନ୍‌ଚାର୍ଜ ନିଯୁକ୍ତ ହୋଇଥିବା ବାବୁ ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଓ ସମ୍ବଲପୁର ଏମ୍‌ପି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର...

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri