Posted inଜାତୀୟ

ପୁଞ୍ଚ ଆକ୍ରମଣରେ ସାମିଲ ପାକିସ୍ତାନୀ ଆତଙ୍କବାଦୀଙ୍କ ସ୍କେଚ ଜାରି

ଶ୍ରୀନଗର,୬।୫: ଜମ୍ମୁ କଶ୍ମୀରର ପୁଞ୍ଚ ଜିଲା ଅନ୍ତର୍ଗତ ଭାରତୀୟ ବାୟୁସେନା କନଭେନ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ଦୁଇ ଆତଙ୍କବାଦୀଙ୍କ ଉପରେ ୨୦ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା କରାଯାଇଛି। ଏହା ସହିତ ଉଭୟ ପାକିସ୍ତାନୀ ଆତଙ୍କବାଦୀଙ୍କ ସ୍କେଚ ମଧ୍ୟ ପ୍ରକାଶ ପାଇଛି ଏବଂ ଆତଙ୍କବାଦୀଙ୍କୁ ଧରିବା ପାଇଁ ସୁରକ୍ଷା ବାହିନୀ ଦଳ ମଧ୍ୟ ସର୍ଚ୍ଚ ଅପରେସନ କରୁଛନ୍ତି।
ସୂଚନାଯୋଗ୍ୟ, ଶନିବାର ସାରେ ଆତଙ୍କବାଦୀମାନେ ପୁଞ୍ଚ ଜିଲାର ଶାହସିତାର ନିକଟରେ ଏକ ଭାରତୀୟ ବାୟୁସେନା କନଭେନ ଉପରେ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ଜଣେ ସେନା ଯବାନ ବିକି ପାହାଡେ ଚିକିତ୍ସା ସମୟରେ ଶହୀଦ ହୋଇଥିଲେ ଏବଂ ଅନ୍ୟ ଚାରିଜଣ ସେନା କର୍ମଚାରୀ ଆହତ ହୋଇଥିଲେ।
ହିନ୍ଦୁସ୍ତାନ ଟାଇମ୍ସର ରିପୋର୍ଟ ଅନୁଯାୟୀ, ଆତଙ୍କବାଦୀ ଆକ୍ରମଣ ପରେ ସଶସ୍ତ୍ର ବାହିନୀର କର୍ମଚାରୀମାନେ ଶାହସିତାର ଅଞ୍ଚଳରେ ସର୍ଚ୍ଚ ଅପରେସନ କରୁଛନ୍ତି। ଆତଙ୍କବାଦୀଙ୍କୁ ଟ୍ରାକ କରିବା ପାଇଁ ସେମାନେ ସଶସ୍ତ୍ର ବୁଲେଟ ପ୍ରୁଫ ଗାଡି ଏବଂ କୁକୁର ସ୍କ୍ବାଡ ନିୟୋଜିତ କରିଛନ୍ତି। ଏହାପୂର୍ବରୁ ରବିବାର ବହୁ ବରିଷ୍ଠ ଅଧିକାରୀ ମଧ୍ୟ ଘଟଣାସ୍ଥଳ ପରିଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri