ସମୀର ଦାଶଙ୍କୁ ନୂଆ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୬।୫: ଟିକେଟ୍‌ କାଟିବା ପରେ ନିମାପଡା ବିଜେଡି ବିଧାୟକ ସମୀର ଦାଶଙ୍କୁ ସନ୍ତୁଷ୍ଟ କଲା ଦଳ । ୨୦୨୪ ନିର୍ବାଚନ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଢେଙ୍କାନାଳ ଲୋକ ସଭା କ୍ଷେତ୍ରର ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଇଛନ୍ତି। ନିମାପଡା ଟିକେଟ୍‌ କଟିବା ପରେ ଅସନ୍ତୁଷ୍ଟ ଥିବା ସମୀର ବାରମ୍ବାର ନିଜର ଶକ୍ତି ପ୍ରଦର୍ଶନ କରିଆସୁଥିଲେ। ନିମାପଡା ବିଧାନସଭା ଆସନ ପାଇଁ ଘୋଷିତ ଦଳୀୟ ଟିକେଟ୍‌ର ପୁନର୍ବିଚାର କରିବ ନାହିଁ ବୋଲି ସ୍ପଷ୍ଟ ସନ୍ଦେଶ ଦେଇଛି । ଏହାସହିତ ଗତ ଦୁଇଦିନ ତଳେ ସମୀରଙ୍କ ସମର୍ଥନରେ ନିମାପ ବିଜେଡିର ଏକ ବୃହତ୍‌ ଗୋଷ୍ଠୀ ଦଳରୁ ସମୂହ ଇସ୍ତଫା ଦେବାର ଧମକ ମଧ୍ୟ ଦଳକୁ ପ୍ରଭାବିତ କରିନଥିବା ଜଣାପଡିଛି । ସୂଚନାନୁସାରେ, ନିମାପଡା ବିଧାନସଭା ଆସନରୁ ଚଳିତଥର ସମୀରଙ୍କ ବଦଳରେ ଭାଜପାରୁ ଆସିଥିବା ଦିଲ୍ଲୀପ ନାୟକଙ୍କୁ ବିଜେଡି ପ୍ରାର୍ଥୀ କରିଛି ।

ଅନ୍ୟପଟେ, ଦେବଗଡ ରାଣୀ ଅରୁନ୍ଧତୀ କୁମାରୀ ଦେବୀଙ୍କୁ ମଧ୍ୟ ନୂଆ ଦାୟିତ୍ୱ ଦେଇଛି ବିଜେଡି । ଦେବଗଡ ଆସନ ପାଇଁ ଦଳ ତାଙ୍କଠୁ ଟିକେଟ୍‌ ଫେରାଇଆଣିବା ପରେ ଏବେ ତାଙ୍କୁ ବିଜେଡି ରାଜ୍ୟ ସାଧାରଣ ସମ୍ପାଦିକା ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri