ଏଇଏଲ୍‌ର ଆର୍ଥିକ ଫଳାଫଳ

ଭୁବନେଶ୍ୱର,୭।୫: ଆଦାନି ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ଆଦାନି ଏଣ୍ଟରପ୍ରାଇଜେସ୍‌ ଲିମିଟେଡ୍‌ (ଏଇଏଲ୍‌)ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର କାରବାର ଓ ଆଗାମୀ କାର୍ଯ୍ୟକଳାପ ବିଷୟର ବିସ୍ତୃତ ଆଲୋଚନା ସହ ୨୦୨୩-୨୪ ଆର୍ଥିକ ବର୍ଷ ଓ ଏହି ଆର୍ଥିକ ବର୍ଷର ଶେଷ ତ୍ରୈମାସିକ ଫଳାଫଳ ମଧ୍ୟ ଘୋଷଣା କରାଯାଇଛି। ଉଲ୍ଲେଖଯୋଗ୍ୟ,୨୦୨୩-୨୪ ଆର୍ଥିକ ବର୍ଷରେ କମ୍ପାନୀର ଇବିଆଇଡିଟିଏ ୩୨% ବୃଦ୍ଧି ଘଟି ୧,୩୪,୨୩୭ କୋଟି ଟଙ୍କା ହୋଇଥିବା ବେଳେ ଟିକସ ପୂର୍ବବର୍ତ୍ତୀ ଲାଭ ୫୬% ବୃଦ୍ଧି ପାଇ ୫୬୪୦ କୋଟି ଟଙ୍କା ହୋଇଛି। ସେହିଭଳି ଏଏନ୍‌ଆଇଏଲ୍‌ର ଇବିଆଇଡିଟିଏ ୪.୫ଗୁଣା ବୃଦ୍ଧି ପାଇ ୨୨୯୬ କୋଟି ଟଙ୍କା ହୋଇଥିବାବେଳେ ବିମାନବନ୍ଦରର ଇବିଆଇଡିଟିଏ ୪୫% ବୃଦ୍ଧି ପାଇ ୨୪୩୭ କୋଟି ଟଙ୍କା ହୋଇଛି। ଏହି ସମୟ ମଧ୍ୟରେ ବିମାନ ଯାତ୍ରୀ ସଂଖ୍ୟା ୧୯% ବୃଦ୍ଧି ପାଇ ୮୮.୬ ନିୟୁତରେ ପହଞ୍ଚତ୍ଛି। ସେହିପରି ୨୦୨୪ ମାର୍ଚ୍ଚ ୩୧ ସୁଦ୍ଧା ଶେଷ ଚତୁର୍ଥ ତ୍ରୈମାସିକରେ କମ୍ପାନୀର ଇବିଆଇଡିଟିଏ ୩୯୭୪ କୋଟି ଟଙ୍କା ହୋଇଥିବା ବେଳେ ଟିକସ ପୂର୍ବବର୍ତ୍ତୀ ଲାଭ ୧୫୫୪ କୋଟି ଟଙ୍କା ହୋଇଛି। ଏଏନଆଇଏଲ୍‌ର ଇବିଆଇଡିଟିଏ ୬.୨ ଗୁଣା ବୃଦ୍ଧି ପାଇ ୬୪୧ କୋଟି ଟଙ୍କା ହୋଇଥିବା ବେଳେ ବିମାନ ବନ୍ଦର ଇବିଆଇଡିଟିଏ ୧୩୦% ବୃଦ୍ଧି ପାଇ ୬୬୨ କୋଟି ଟଙ୍କା ହୋଇଛି। ଏହି ସମୟ ମଧ୍ୟରେ ଏଏନ୍‌ଆଇଏଲ୍‌ ସୋଲାର ମାନୁଫାକ୍ଚରିଂ ଡିଭିଜନ୍‌ ପକ୍ଷରୁ ସଫଳତାର ସହ ଭାରତର ପ୍ରଥମ ବୃହତ ମୋନୋକ୍ରିଷ୍ଟାଲିନ୍‌ ୨ଗିଗାୱାଟ୍‌ କ୍ଷମତାର ଇନ୍‌ଗଟ୍‌ ଓ ୱାଫର ୟୁନିଟ୍‌କୁ କାର୍ଯ୍ୟକ୍ଷମ କରାଯାଇଥିଲା। କଛ କପର ଲିମିଟେଡ୍‌ ଅଧୀନରେ ଆଦାନି କପର ୟୁନିଟ୍‌ କାର୍ଯ୍ୟକ୍ଷମ ହୋଇଥିଲା,ଯାହା ବୃହତ ପ୍ରକଳ୍ପର ଯୋଜନା ପ୍ରସ୍ତୁତ କରି ରେକର୍ଡ ସମୟ ଭିତରେ ତାହାକୁ କାର୍ଯ୍ୟକାରୀ କରିବାରେ ଆଦାନି ଗ୍ରୁପ୍‌ର ଦକ୍ଷତାକୁ ଦର୍ଶାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋବାଲ ଫୁଟ୍‌ ପ୍ରିଣ୍ଟ ବିସ୍ତାରକରିବ ମାଲାବାର

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱର ସର୍ବବୃହତ୍‌ ଗହଣା ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ ୨୦୨୪ ଅକ୍ଟୋବରରେ ୨୦ଟି...

ରିଲାଏନ୍ସ ଫାଉଣ୍ଡେଶନ ସ୍କିଲିଂ ଏକାଡେମିର ଶୁଭାରମ୍ଭ

ମୁମ୍ବାଇ, ୭।୯ (ଅଭୟ ଦାଶ): ଭାରତର ଭବିଷ୍ୟତ ରୂପରେଖ ପ୍ରସ୍ତୁତ କରିବା ଦିଗରେ ଏକ ବଳିଷ୍ଠ ପଦକ୍ଷେପ ସ୍ବରୂପ ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ...

ରାଜ୍ୟରେ ସାମାଜିକ ଯୋଜନାର ସଫଳ ରୂପାୟନ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି (ଏସ୍‌ଏଲ୍‌ବିସି) ଓଡ଼ିଶାର ୧୭୫ ତମ ଓ ୧୭୬ ତମ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ଆର୍ଥିକ...

ଗଣେଶପୂଜାରେ ୨୫ କୋଟିର ବ୍ୟବସାୟ ଆକଳନ

ଭୁବନେଶ୍ୱର,୭।୯ (ଅନୁରାଧା ମହାରଣା): ଗଣେଶପୂଜା ସାରା ଦେଶରେ ଖୁବ୍‌ ଉସତ୍ାହର ସହ ପାଳନ କରାଯାଉଥିବାବେଳେ ପୂଜା ବ୍ୟବସାୟ ମଧ୍ୟ ବଢ଼ିବାରେ ଲାଗିଛି। ଭାରତୀୟ ବ୍ୟବସାୟୀମାନେ ଚାଇନା...

ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟରେ ‘ଆୱାର୍ଡ ଟୁ ରିୱାର୍ଡ’ କାର୍ଯ୍ୟକ୍ରମ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନଷ୍ଠାନ ତଥା ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ପରିସରରେ ‘ଆୱାର୍ଡ ଟୁ ରିୱାର୍ଡ’କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଗୁରୁଦିବସ ଅବସରରେ...

ଦିନକରେ ନିବେଶକ ହରାଇଲେ ୫ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ, ୭।୯ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ବଜାରରେ ଦେଖାଦେଇଥିବା ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସହ ଫେଡେରାଲ ରିଜର୍ଭ ସୁଧ ହାର ହ୍ରାସର ପ୍ରଭାବ ଭାରତୀୟ...

ଜେଏସ୍‌ଏଲ୍‌ର ନୂଆ ମାଇଲଷ୍ଟୋନ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ଉଚ୍ଚ ଶକ୍ତିସମ୍ପନ୍ନ ଟେମ୍ପର୍ଡ ୩୦୧ ଏଲ୍‌ ଗ୍ରେଡ୍‌ ଅଷ୍ଟେନିଟିକ୍‌ ଷ୍ଟେନ୍‌ଲେସ୍‌ ଷ୍ଟିଲର ଉଲ୍ଲେଖନୀୟ ସଫଳତା ପାଇଁ...

ବଜାରରେ ନିଶାନ୍‌ର ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ନିଶାନ୍‌ ଇଣ୍ଡିଆର ବହୁ ପ୍ର୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌ର ଅନାବରଣ ଓ ବଜାର ପ୍ରବେଶ ସର୍ବଭାରତୀୟସ୍ତରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri