ରୋଚକ ମୋଡ଼ରେ ପିପିଲି ରାଜନୀତି: ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ବିରୋଧରେ ସ୍ବାଧୀନ ଭାବେ ଲଢ଼ିବେ ସ୍ତ୍ରୀ ଜାଗୃତି

ଭୁବନେଶ୍ୱର,୭।୫: ନିର୍ବାଚନ ମଇଦାନରେ ସ୍ବାମୀଙ୍କ ବିରୋଧରେ ଲଢ଼ିବେ ସ୍ତ୍ରୀ। ପିପିଲି ବିଧାନସଭା ଆସନରେ କିଛି ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଗୋଟିଏ ପଟେ ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ମହାରଥୀ ବିଜେଡିରୁ ଟିକେଟ ପାଇ ନିର୍ବାଚନକୁ ଓହ୍ଲାଇଛନ୍ତି। ଅପରପକ୍ଷେ ତାଙ୍କ ସ୍ତ୍ରୀ ଜାଗୃତି ପଣ୍ଡା ଏବେ ସ୍ବାମୀଙ୍କ ବିରୋଧରେ ଲଢ଼ିବେ ବୋଲି ନିଶ୍ଚିତ ହୋଇଛି। ଜାଗୃତି ସ୍ବାଧୀନ ଭାବେ ପିପିଲି ନିର୍ବାଚନମଣ୍ଡଳୀରୁ ଲଢ଼ିବେ। ଏଥିଲାଗି ସେ ସୋମବାର ନିଜର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହା ପୂର୍ବରୁ ରୁଦ୍ର ଗତ ୩ ତାରିଖରେ ନାମାଙ୍କନ ଭରିଥିଲେ।

ଚଳିତ ନିର୍ବାଚନରେ ରାଜ୍ୟର କିଛି ସ୍ଥାନରେ ସ୍ବାମୀ ଏବଂ ସ୍ତ୍ରୀ ଭିନ୍ନ ଭିନ୍ନ ଆସନରୁ ଲଢ଼ୁଥିବା ବେଳେ ପ୍ରଥମ ଥର ପାଇଁ ଓଡ଼ିଶାର ସମାନ ନିର୍ବାଚନମଣ୍ଡଳୀରେ ସ୍ବାମୀସ୍ତ୍ରୀଙ୍କ ମଧ୍ୟରେ ଲଢ଼େଇ ଦେଖିବାକୁ ମିଳିବ। ତେବେ କେଉଁ କାରଣରୁ ସ୍ବାମୀଙ୍କ ବିରୋଧରେ ନିର୍ବାଚନକୁ ଓହ୍ଲାଇଛନ୍ତି ସେନେଇ ଜାଗୃତି ସ୍ପଷ୍ଟ କରିନାହାନ୍ତି। ମାତ୍ର ଏ ନେଇ ରୁଦ୍ର କହିଛନ୍ତି ଯେ, ଜାଗୃତିଙ୍କ ଦ୍ୱାରା ନିର୍ବଚନ ପାଇଁ ନାମାଙ୍କନପତ୍ର ଦାଖଲ କରିବାରେ କୌଣସି ଅସୁବିଧା ନାହିଁ ଏବଂ ଏଥିରେ କୌଣସି କ୍ଷତି ହେବନାହିଁ।

ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର(୩୫) ବିଜେଡି ବିଧାୟକ ଅଛନ୍ତି। ତାଙ୍କ ବାପା ପ୍ରଦୀପଙ୍କ ଦେହାନ୍ତ ପରେ ଏପ୍ରିଲ ୨୦୨୧ରେ ଉପନିର୍ବଚନ ଅନୁଷ୍ଠିତ ହୋଇଥିଲା। ଏଥିରେ ରୁଦ୍ର ବିଜେତାହେଇଥିଲେ। ଏବେ ଆଗାମୀ ନିର୍ବାଚନରେ ପୁରୀ ଲୋକ ସଭା ଆସନ ଅନ୍ତର୍ଗତ ପିପିଲି ଆସନ ଲାଗି ଆସନ୍ତା ୨୫ ତାରିଖରେ ମତଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri