ବଜ୍ରପାତରେ ଚାଲିଗଲା ୯ ଗୋରୁଙ୍କ ଜୀବନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ, ୭/୫ (ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଛି। ଦାରିଙ୍ଗବାଡି ବ୍ଲକ ତାଜୁଙ୍ଗିଆ ପଞ୍ଚାୟତ ସିକପାଟା ଛକ ନିକଟ ଏକ ଆମ୍ବ ଗଛ ତଳେ ଗୋରୁମାନେ ଆଶ୍ରୟ ନେଇଥିବା ବେଳେ ବଜ୍ରପାତ ଘଟି ୯ ଗୋରୁଙ୍କ ଜୀବନ ଚାଲିଯାଇଛି।

ମିଳିଥିବା ସୂଚନା ମୁତାବକ, ସରାମୁଳି ପଞ୍ଚାୟତ ଗୁଡ୍ରିଗାଁର ଗୋରୁଗାଈ ଚରିବାକୁ ସିକପାଟା ଛକ ଅଞ୍ଚଳରେ ବୁଲୁଥିଲେ। ସେତିକିବେଳେ ହଠାତ ପବନ ବୋହିବା ସହ ବର୍ଷା ହୋଇ ବଜ୍ରପାତ ଘଟିଥିଲା। ଫଳରେ ଆମ୍ବ ଗଛ ତଳେ ଆଶ୍ରୟ ନେଇଥିବା ୯ ଗୋରୁଙ୍କ ମୃତ୍ୟୁ ଘଟିଥିଲା।

ସୂଚନାଯୋଗ୍ୟ, ଗୁଡ୍ରିଗାଁର ଲଙ୍କେଶ୍ୱର ଦାରାମାଝୀଙ୍କ ଗୋଟିଏ ଗୋରୁଙ୍କ ମୃତ୍ୟୁ ଘଟିଥିବା ବେଳେ ଲାଜର ମାଝିଙ୍କ ୩ଟି, ଯୋହନ ମାଝୀଙ୍କ ୨ଟି, ରାଜେନ୍ଦ୍ର ଦାରାମାଝିଙ୍କ ଗୋଟିଏ. ଯାକବ ମାଝିଙ୍କ ଗୋଟିଏ ଏବଂ ମାନସ ମାଝିଙ୍କ ଗୋଟିଏ ଗୋରୁଙ୍କ ମୃତ୍ୟୁ ଘଟିଛି। ଖବର ପାଇ ୧୧ନମ୍ବର ଜୋନ୍‌ ଜିଲା ପରିଷଦ ସଦସ୍ୟା ଦୀପିକା ମୁଠାମାଝି ଘଟଣାସ୍ଥଳରେ ପହଞ୍ଚି ଘଟଣାର ଅନୁଧ୍ୟାନ କରି ପ୍ରଶାସନିକ ଅଧିକାରୀଙ୍କୁ ଜଣାଇଥିଲେ। ଏପରିକି କ୍ଷତିପୂରଣ ପ୍ରଦାନ ନେଇ ସାହାଯ୍ୟ କରିବେ ବୋଲି ଲୋକଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri