Posted inଜାତୀୟ

୯୩ ଆସନରେ ୬୨% ମତଦାନ

ନୂଆଦିଲ୍ଲୀ,୮ା୫: ତୃତୀୟ ପର୍ଯ୍ୟାୟରେ ମଙ୍ଗଳବାର ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୯୩ଟି ଲୋକ ସଭା ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ମତଦାନ ହାର ପାଖାପାଖି ୬୨ ପ୍ରତିଶତ ରହିଛି। ଏହି ପର୍ଯ୍ୟାୟରେ ଗୁଜରାଟର ୨୬ ଆସନ, କର୍ନାଟକର ୧୪, ମହାରାଷ୍ଟ୍ରର ୧୧, ଉତ୍ତରପ୍ରଦେଶର ୧୦, ମଧ୍ୟପ୍ରଦେଶର ୯, ଛତିଶଗଡ଼ର ୭, ବିହାରର ୫, ଆସାମ ଓ ପଶ୍ଚିମବଙ୍ଗର ୪ଟି ଲେଖାଏ, ଗୋଆ ଏବଂ ଦାଦ୍ରା ନଗର ହାବେଳି ଓ ଡାମନର ୨ଟି ଲେଖାଏ ଆସନରେ ମତଦାନ ହୋଇଥିଲା। ପଶ୍ଚିମବଙ୍ଗରେ କାଁଭାଁ ହିଂସାକୁ ବାଦ୍‌ ଦେଲେ ଅନ୍ୟ କୌଣସି ସ୍ଥାନରେ ଗଣ୍ଡଗୋଳର ଖବର ମିଳିନାହିଁ। ଆସାମରେ ସର୍ବାଧିକ ୭୫.୫୩ ପ୍ରତିଶତ ମତଦାନ ହୋଇଥିବାବେଳେ ଗୋଆରେ ୭୪.୪୭%, ପଶ୍ଚିମବଙ୍ଗରେ ୭୩.୯୩% ଏବଂ ମହାରାଷ୍ଟ୍ରରେ ସର୍ବନିମ୍ନ ୫୫.୫୪% ମତଦାନ ହୋଇଛି। ବିହାରରେ ୫୬.୫୫ ପ୍ରତିଶତ ଏବଂ ଗୁଜରାଟରେ ୫୬.୯୮ ପ୍ରତିଶତ ଭୋଟିଂ ହୋଇଥିବା ନିର୍ବାଚନ କମିଶନଙ୍କ ତଥ୍ୟରୁ ଜଣାପଡ଼ିଛି।
ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟଗ୍ରହଣ ହୋଇଥିବାବେଳେ ୧୭ କୋଟିରୁ ଊର୍ଦ୍ଧ୍ୱ ମତଦାତା ୧ ଲକ୍ଷ ୮୫ ହଜାର ଭୋଟକେନ୍ଦ୍ରରେ ସେମାନଙ୍କର ମତାଧିକାର ସାବ୍ୟସ୍ତ କରିଥିଲେ। ଏହି ପର୍ଯ୍ୟାୟରେ ବରିଷ୍ଠ ଭାଜପା ନେତା ଅମିତ୍‌ ଶାହା, ମନସୁଖ ମାଣ୍ଡବ୍ୟ, ଜ୍ୟୋତିରାଦିତ୍ୟ ସିନ୍ଧିଆ, ପ୍ରହଲ୍ଲାଦ ଜୋଷୀ, ଶିବରାଜ ସିଂ ଚୌହାନ, ବାସବରାଜ ବୋମାଇ, କଂଗ୍ରେସ ନେତା ଦିଗବିଜୟ ସିଂ, ସମାଜବାଦୀ ପାର୍ଟିର ଡିମ୍ପଲ ଯାଦବ ଏବଂ ଏନ୍‌ସିପି(ଏସ୍‌ପି) ନେତ୍ରୀ ସୁପ୍ରିୟା ସୁଲେ ପ୍ରମୁଖ ପ୍ରତିଦ୍ୱନ୍ଦ୍ୱିତା କରୁଥିବାବେଳେ ସେମାନଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍‌ ହୋଇଛି। ମଙ୍ଗଳବାରର ଭୋଟ ସହ ଅର୍ଦ୍ଧାଧିକ ସଂସଦୀୟ ଆସନରେ ମତଦାନ ଶେଷ ହୋଇଛି। ସୁରଟର କଂଗ୍ରେସ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଖାରଜ ହୋଇଯିବାରୁ ଭାଜପା ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ବିଜୟୀ ହୋଇଥିଲେ।
ତୃତୀୟ ପର୍ଯ୍ୟାୟ ନିର୍ବାଚନ ବେଳେ ପଶ୍ଚିମବଙ୍ଗର ମୁର୍ଶିଦାବାଦ ଏବଂ ଜଙ୍ଗିପୁର ଆସନର କେତେକ ସ୍ଥାନରେ ଟିଏମ୍‌ସି, ଭାଜପା ଏବଂ କଂଗ୍ରେସ କର୍ମୀଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା। ଉକ୍ତ ଦଳଗୁଡ଼ିକ ତରଫରୁ ନିର୍ବାଚନୀ ହିଂସା, ପୋଲିଂ ଏଜେଣ୍ଟଙ୍କୁ ଆକ୍ରମଣ, ଭୋଟରଙ୍କୁ ଧମକାଇବା ଆଦି ଅଭିଯୋଗ ହୋଇଛି। ସକାଳ ୯ଟା ସୁଦ୍ଧା ନିର୍ବାଚନ କମିଶନଙ୍କୁ ୧୮୨ଟି ଅଭିଯୋଗ ମିଳିଥିବାବେଳେ ସେଥିରୁ ଅଧିକାଂଶ ଉପରୋକ୍ତ ୨ ନିର୍ବାଚନ ମଣ୍ଡଳୀରୁ ଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ଅହମଦାବାଦରେ ଭୋଟ ଦେଇଛନ୍ତି। ପୂର୍ବ ୨ ପର୍ଯ୍ୟାୟରେ ମତଦାନ ଆପାତତଃ ହିଂସାମୁକ୍ତ ଥିବାରୁ ପ୍ରଧାନମନ୍ତ୍ରୀ ନିର୍ବାଚନ କମିଶନଙ୍କୁ ପ୍ରଶଂସା କରିଛନ୍ତି। ଅହମଦାବାଦ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ଗାନ୍ଧୀନଗର ସଂସଦୀୟ କ୍ଷେତ୍ର ମଧ୍ୟରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri