ନିଶା ଦେଇ +୨ ଛାତ୍ରୀଙ୍କୁ ଗଣବଳାତ୍କାର କଲେ ୮ ସହପାଠୀ

ବ୍ରହ୍ମପୁର,୮ା୫(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ସହରରେ ଜଣେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର କରାଯିବା ଘଟଣା ଆଲୋଡନ ସୃଷ୍ଟି କରିଛି। ଯୁକ୍ତ ୨ ପଢ଼ୁଥିବା ନାବାଳିକା ଛାତ୍ରୀ ଜଣଙ୍କୁ ତାଙ୍କର ୮ଜଣ ସହପାଠୀ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ବୈଦ୍ୟନାଥପୁର ଥାନା ପୋଲିସ ପୀଡିତାଙ୍କ ଡାକ୍ତରୀମାଇନା କରିଥିବା ବେଳେ ମଙ୍ଗଳବାର ଅଭିଯୁକ୍ତମାନଙ୍କୁ ଧରିଛି। ସମସ୍ତଙ୍କ ଡାକ୍ତରୀମାଇନା କରାଯାଇଛି। ସେମାନଙ୍କୁ ବୁଧବାର କୋର୍ଟ ଚାଲାଣ କରାଯିବ ବୋଲି ଥାନା ଅଧିକାରୀ ସୁଚିତ୍ରା ପରିଡ଼ା କହିଛନ୍ତି।
ସହରର ଏକ ଘରୋଇ ଯୁକ୍ତ ୨ କଲେଜରେ ପଢୁଥିବା ଛାତ୍ରୀଙ୍କୁ ତାଙ୍କର ଜଣେ ସହପାଠୀ ଗତ ଶୁକ୍ରବାର ନିଜ ଘରକୁ ଡାକିଥିଲେ। ପରିବାର ଲୋକଙ୍କ ଅନୁପସ୍ଥିତିରେ ସେ ପୂର୍ବରୁ ଘରକୁ ଆଉ ୭ ଜଣ ସହପାଠୀଙ୍କୁ ଡାକିଥିଲେ। ସମସ୍ତେ ମିଶି କିଛି ସମୟ କଥା ହେବା ପରେ ଛାତ୍ରୀଙ୍କୁ ସହପାଠୀମାନେ ନିଶାଯୁକ୍ତ ମୃଦୁ ପାନୀୟ ପିଇବାକୁ ଦେଇଥିଲେ। ତାହା ପିଇ ଛାତ୍ରୀ ଜଣଙ୍କ ଅଚେତ ହୋଇପଡିଥିଲେ। ଏହାପରେ ଜଣକ ପରେ ଜଣେ ସହପାଠୀ ତାଙ୍କୁ ବଳାତ୍କାର କରିଥିଲେ। ଛାତ୍ରୀଙ୍କ ଚେତା ଫେରିବା ପରେ ସେ ନିଜ ଘରକୁ ଫେରି ଘଟଣା ସମ୍ପର୍କରେ କହିଥିଲେ। ଏହାପରେ ଛାତ୍ରୀଙ୍କ ପରିବାର ପକ୍ଷରୁ ବୈଦ୍ୟନାଥପୁର ଥାନାରେ ଅଭିଯୋଗ କରାଯାଇଥିଲା। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ପୀଡିତା ଛାତ୍ରୀଙ୍କ ବୟାନ ରେକର୍ଡ କରାଯିବା ସହ ଏମ୍‌କେସିଜି ମେଡିକାଲରେ ଡାକ୍ତରୀ ମାଇନା କରାଯାଇଥିଲା। ଏହାପରେ ଯେଉଁ ସହପାଠୀ ଛାତ୍ରୀଙ୍କୁ ଘରକୁ ଡାକି ନେଇଥିଲେ ପୋଲିସ ତାଙ୍କୁ ପ୍ରଥମେ ଧରିଥିଲା। ପରେ ଅନ୍ୟମାନଙ୍କୁ ଧରାଯାଇଛି। ଏହି ଘଟଣାକୁ ନେଇ ସଂପୃକ୍ତ ଘରୋଇ କଲେଜର ଛାତ୍ରୀଛାତ୍ର ଏବଂ ଅଭିଭାବକଙ୍କ ମଧ୍ୟରେ ଚାଞ୍ଚଲ୍ୟ ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ଦୁର୍ଗାପୂଜା ପ୍ରସ୍ତୁତି ଆରମ୍ଭ, ସ୍ଥାପନ ହେଲା ଶୁଭଖୁଣ୍ଟି

ଦାରିଙ୍ଗବାଡ଼ି,୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମା’ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଗଣେଶ ପୂଜା ଚତୁର୍ଥୀ ତିଥିରୁ...

କେନ୍ଦୁଝରରେ ଗଡ଼ିଲା ‘ସୁଭଦ୍ରା’ ସଚେତନତା ରଥ, ମନ୍ତ୍ରୀ କହିଲେ…

କେନ୍ଦୁଝର,୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ‘ସୁଭଦ୍ରା’ ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ...

ସୁଭଦ୍ରା ଯୋଜନା ଫର୍ମ ବଣ୍ଟନରେ ଅବହେଳା: ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ବନ୍ଦ

ବାଲେଶ୍ୱର, ୭।୯(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ସୁଭଦ୍ରା ଯୋଜନା ଆବେଦନ ଫର୍ମ ବଣ୍ଟନରେ ଅବହେଳା କରିଥିବା ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ...

ଆଜିଠୁ ବୁଲିଲା ସୁଭଦ୍ରା ରଥ: ଶୁଭାରମ୍ଭ କଲେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ

ଛତ୍ରପୁର,୭।୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ ):ସାରା ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ଆବେଦନ ଚାଲିଥିବା ବେଳେ ବିଭିନ୍ନ ସମସ୍ୟା ପରିଲକ୍ଷିତ ହୋଇଛିl ଏହାକୁ ନେଇ ରାଜ୍ୟ...

ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

ଭୁବନେଶ୍ୱର,୭ା୯: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା...

ମହିଳା କର୍ମଚାରୀଙ୍କୁ ଜାତିଆଣ ଆକ୍ଷେପ କରି ଫାଇଲ୍‌ ଛଡ଼ାଇ ନେଲେ ସରପଞ୍ଚଙ୍କ ଦେଢ଼ଶୁର, ଆଉ ତା’ ପରେ…

ହାଟଡିହୀ,୭ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ପଞ୍ଚାୟତ ସରପଞ୍ଚ ସସ୍ମିତା ଓଝା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଭାବେ ଉର୍ମିଳା ମୁର୍ମୁ ଦାୟିତ୍ୱ ତୁଲାଉଛନ୍ତି। ତେବେ...

ପୂଜା ପାଇବେ ବୁଢ଼ା, ଟୋକା, ପିଲା ଗଣେଶ

ଭଦ୍ରକ,୭ା୯(ସନାତନ ରାଉତ):ଶନିବାର ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା। ଭଦ୍ରକର ପ୍ରସିଦ୍ଧ ବୁଢ଼ା, ଟୋକା ଓ ପିଲା ଗଣେଶ ପୂଜାକୁ ନେଇ ସମସ୍ତଙ୍କ ମନରେ ବେଶ୍‌ ଉତ୍ସାହ। ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri