Posted inଖେଳ

ବିରାଟ କୋହଲିଙ୍କ ଯୋଗୁ ହାରିଯାଇଥିଲେ ବିଶ୍ୱକପ୍‌ ଫାଇନାଲ? ବହୁତ ବଡ଼ କଥା କହିଦେଲେ ସେହ୍ବାଗ…

ନୂଆଦିଲ୍ଲୀ,୮।୫: ଭାରତୀୟ ଟିମ୍‌ ୨୦୨୩ ଦିନିକିଆ ବିଶ୍ୱକପ୍‌ରେ ଗୋଟିଏ ବି ମ୍ୟାଚ୍‌ ନ ହାରି ଫାଇନାଲରେ ପ୍ରବେଶ କରିଥିଲା। ହେଲେ ଫାଇନାଲରେ ଅଷ୍ଟ୍ରେଲିଆ ବିପକ୍ଷରେ ହାରିବା ପରେ ଆଇସିସି ଟ୍ରଫି ଜିତିବା ସ୍ବପ୍ନ ପୁଣି ଅଧାରେ ରହିଥିଲା। ପୁଣି ଥରେ ଏହି ମ୍ୟାଚକୁ ମନେ ପକାଇ ଭାରତର ବରିଷ୍ଠ କ୍ରିକେଟର ତଥା ପୂର୍ବତନ ଓପନର ବିରେନ୍ଦ୍ର ସେହ୍ବାଗ ନାଁ ନ ନେଇ ବିରାଟ କୋହଲିଙ୍କୁ ପରାଜୟ ପାଇଁ ଦାୟୀ ବୋଲି କହିଛନ୍ତି।
ଭାରତ ଆଇସିସି ଟ୍ରଫି କାହିଁକି ଜିତିପାରୁନାହିଁ ପ୍ରଶ୍ନରେ ସେହ୍ବାଗ କହିଛନ୍ତି, ଟିମ୍‌ ନିର୍ଡର ହୋଇ ଖେଳୁନାହିଁ। ୨୦୨୩ ବିଶ୍ୱକପ୍‌ରେ ରୋହିତ ଆଉଟ ହେବା ପରେ ସବୁକିଛି ବ୍ୟାକ୍‌ଫୁଟ୍‌କୁ ଚାଲିଆସିଥିଲା। କେହି ବି ୧୧ରୁ ୪୦ ଓଭର ଯାଏ ଆକ୍ରାମକ ବ୍ୟାଟିଂ କରି ନ ଥିଲା। ଏହି ସମୟରେ କେବଳ ୨ ଚୌକା ଆସିଥିଲା। ଏହା ହିଁ ପରାଜୟର ବଡ଼ କାରଣ ପାଲଟିଥିଲା। ତେବେ ଏହି ଓଭରରେ କୋହଲି ଏବଂ କେଏଲ୍‌ ରାହୁଲ ଅଧିକ ବ୍ୟାଟିଂ କରିଥିଲେ। ଏଣୁ ସେହ୍ବାଗ ପରୋକ୍ଷରେ କୋହଲିଙ୍କୁ କଟାକ୍ଷ କରିଛନ୍ତି।
ଏହାଛଡ଼ା ଦଳକୁ ବିଶ୍ୱକପ୍‌ ଜିତିବାକୁ ପରାମର୍ଶ ଦେଇ ସେହ୍ବାଗ କହିଛନ୍ତି, ଭାରତୀୟ ଟିମ୍‌କୁ ପ୍ରତିଟି ମ୍ୟାଚ୍‌ ନକ୍‌ଆଉଟ୍‌ ଭଳି ଖେଳିବାକୁ ହେବ। ୨୦୦୭ରୁ ୨୦୧୧ ଯାଏ ଦଳ ଏହି ମାଇଣ୍ଡସେଟ୍‌ ସହ ଖେଳୁଥିଲା। ଏହିଭଳି ଖେଳିଲେ ଖେଳାଳି ନିର୍ଡର ହୋଇଯିବେ। ଭଲ ପ୍ରଦର୍ଶନର ସୁଯୋଗ ବଢ଼ିଯିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ କ୍ରିକେଟରେ ପୁଣି ଡ୍ରାମା, ଏବେ ପୁଣି ବଦଳିବେ କ୍ୟାପଟେନ!

ଇସଲାମାବାଦ,୭।୯: ବାଂଲାଦେଶ ବିପକ୍ଷ ଘରୋଇ ଟେଷ୍ଟ ସିରିଜରେ ପାକିସ୍ତାନ ପରାଜୟ ପରେ ସମାଲୋଚନାର ବଜାର ସରଗରମ ହୋଇଛି। ସବୁଠାରୁ ଖରାପ କଥା ହେଉଛି ଏହି ପରାଜୟ...

ଟ୍ୟାକ୍ସି ଚାଳକଙ୍କ ପୁଅ ଜିତିଲେ ବ୍ରୋଞ୍ଜ୍‌

ପ୍ୟାରିସ୍‌,୭ା୯ଭାରତର ପ୍ରଥମ ଜୁଡୋକା ଭାବରେ ପ୍ୟାରିସ୍‌ ପାରାଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି କପିଲ ପରମାର। ୨୩ ବର୍ଷୀୟ କପିଲ ବ୍ରୋଞ୍ଜ ପଦକ...

୪ ଓଭର, ଗୋଟିଏ ମେଡେନ୍‌, ୪ ରନ୍‌…. ଛାଇଗଲେ ଭୁବି

ନୂଆଦିଲ୍ଲୀ,୭।୯: ଭୁବନେଶ୍ୱର କୁମାର ୟୁପି ଟି-୨୦ ଲିଗ ୨୦୨୪ରେ ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଛନ୍ତି। ଭୁବନେଶ୍ୱର କୁମାରଙ୍କ ବୋଲିଂ ଆଗରେ ବିରୋଧୀ ବ୍ୟାଟ୍ସମ୍ୟାନମାନେ ଅସହାୟ...

୧୪୭ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି, ଓଲି ପୋପ ବଡ଼ କାରନାମା

ନୂଆଦିଲ୍ଲୀ,୭।୯: ଇଂରାଜୀ ବ୍ୟାଟ୍ସମ୍ୟାନ ଓଲି ପୋପ ଏବେ ଚମତ୍କାର ଫର୍ମରେ ଅଛନ୍ତି। ସେ ଶ୍ରୀଲଙ୍କା ବିପକ୍ଷରେ ୧୦୩ ରନ୍‌ର ଇନିଂସ ଖେଳି ଅପରାଜିତ ଅଛନ୍ତି। ତେବେ...

ରାହୁଲ ଦ୍ରାବିଡଙ୍କ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୭।୯: ଶୁକ୍ରବାର ରାଜସ୍ଥାନ ରୟାଲ୍ସ ପୂର୍ବତନ ଭାରତୀୟ ଅଧିନାୟକ ରାହୁଲ ଦ୍ରାବିଡଙ୍କୁ ଏହାର ମୁଖ୍ୟ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରିଛି। ବାସ୍ତବରେ, ଟି -୨୦ ବିଶ୍ୱକପ୍‌...

ପ୍ରବୀଣଙ୍କୁ ସ୍ବର୍ଣ୍ଣ

ପ୍ୟାରିସ୍‌, ୭।୯(ପି.ଟି.): ଭାରତର ପ୍ରବୀଣ କୁମାର ପ୍ୟାରିସ୍‌ ପାରାଲିମ୍ପିକ୍ସରେ ଶୁକ୍ରବାର ସ୍ବର୍ଣ୍ଣ ପଦକ ଜିତି ଦେଶକୁ ଗର୍ବିତ କରିଛନ୍ତି। ପୁରୁଷ ହାଇଜମ୍ପ ଟି୬୪ ଇଭେଣ୍ଟରେ ସେ...

ଲେଜେଣ୍ଡ୍ସ ଲିଗ୍‌ରେ ପ୍ରଥମ ଥର ଓଡ଼ିଶା ଟିମ୍ କୋଣାର୍କ ସୂର୍ଯ୍ୟ: ଇର୍ଫାନ୍‌ ପଠାନ କ୍ୟାପଟେନ୍‌

ପ୍ୟାରିସ୍‌,୬ା୯: ଲେଜେଣ୍ଡ୍ସ ଲିଗ୍‌ କ୍ରିକେଟରେ ଓଡ଼ିଶାର ପ୍ରଥମ ଦଳ ଭାବେ କୋଣାର୍କ ସୂର୍ଯ୍ୟ ସାମିଲ ହୋଇଛି। ଶୁକ୍ରବାର ଭୁବନେଶ୍ୱରରେ ଟିମ ଲଞ୍ଚ ହେବା ସହ, ସମସ୍ତ...

କେବେ ଦେଖି ନ ଥିବେ ଏମିତି ମ୍ୟାଚ୍‌: ଟି-୨୦ ବିଶ୍ୱକପ୍‌ କ୍ୱାଲିଫାୟର୍ସରେ ମାତ୍ର ୧୦ ରନ୍‌ରେ ଅଲଆଉଟ୍‌ ହେଲା ଏହି ଦଳ

ନୂଆଦିଲ୍ଲୀ,୬।୯: ମଙ୍ଗୋଲିଆ ଏବଂ ସିଙ୍ଗାପୁର ମଧ୍ୟରେ ମ୍ୟାଚ ଟି-୨୦ ବିଶ୍ୱକପ ଏସୀୟ କ୍ୱାଲିଫାୟର୍ସରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମଙ୍ଗୋଲିଆ ନାମରେ ଏକ ଲଜ୍ଜାଜନକ ରେକର୍ଡ ଯୋଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri