Posted inଖେଳ

୫-୦ରେ ସିରିଜ ବିଜୟୀ ହେଲା ଭାରତ

ସିଲ୍‌ହେଟ୍‌,୯ା୫: ସ୍ଥାନୀୟ ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ଅନ୍ତର୍ଜାତୀୟ ମହିଳା ଟି୨୦ କ୍ରିକେଟ ମ୍ୟାଚରେ ଭାରତ ୨୧ରନ୍‌ରେ ବିଜୟ ହାସଲ କରିବା ସହ ୫ମ୍ୟାଚ ବିଶିଷ୍ଟ ସିରିଜ୫-୦ରେ ଜିତି ନେଇଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ମହିଳା ଦଳ ୫ଉଇକେଟ ବିନିମୟରେ ୧୫୬ରନ କରିଥିଲା। ଜବାବରେ ଘରୋଇ ଦଳ ନିର୍ଦ୍ଧାରିତ ଓଭରରେ ୬ ଉଇକେଟ ହରାଇ ୧୩୫ ରନ କରିବାରେ ସମର୍ଥ ହୋଇଥିଲା।

ଭାରତୀୟ ଇନିଂସରେ ବିଳମ୍ବରେ ରିଚା ଘୋଷଙ୍କ ବିସ୍ଫୋରକ ଅପରାଜିତ ୨୮ ରନ ଅନ୍ୟତମ। ସେ ୧୭ଟି ବ୍‌ଲର ସମ୍ମୁଖୀନ ହୋଇ ୩ ଛକା ଓ ଗୋଟିଏ ଚୌକା ଲଗାଇଥିଲେ। ପୂର୍ବରୁ ଦୟାଲାନ ହେମଲତା (୩୭) ଓ ଅଧିନାୟିକା ହରମନପ୍ରୀତ କୌର (୩୦) ତୃତୀୟ ଉଇକେଟରେ ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ ୬୦ରନ ଯୋଗ କରିଥିଲେ। ଅନ୍ୟ ସଫଳ ବ୍ୟାଟର ଭାବେ ଓପନର ସ୍ମୃତି ମନ୍ଧାନା ୩୩ ରନ (୨୫ବଲ୍‌, ୪ ଚୌକା,୧ଛକା) କରିଥିଲେ। ସେ ଓ ଶେଫାଳି ବର୍ମା (୧୪) ପ୍ରଥମ ଉଇକେଟରେ ୨୫ ରନ ଯୋଗ କରିଥିଲେ। ସିରିଜରେ ଭାରତ ସର୍ବାଧିକ ସ୍କୋର କରିପାରିଥିଲା।

ବାଂଲାଦେଶର ଦୁଇ ସଫଳ ବୋଲର ରାବେୟା ଖାନ୍‌ ଓ ନାହିଦା ଅକ୍ତର ଦୁଇଟି ଲେଖାଏଁ ଉଇକେଟ ନେଇଥିଲେ। ବାଂଲାଦେଶ ଇନିଂସରେ ଟପ୍‌ ସ୍କୋରର ରୀତୁ ମୋନି ୩୭ ରନ କରିଥିବାବେଳେ ସୋର୍ଫିଆ ଖାତୁନ ୨୮ ଏବଂ ରୁବିୟା ହାଇଦର ୨୦ ରନ କରିଥିଲେ। ଭାରତ ତରଫରୁ ରାଧା ଯାଦବ ୨୪ ରନ ଦେଇ ୩ ଏବଂ ଆଶା ସୋଭାନା ୨୫ ରନ ଦେଇ ୨ଟି ଉଇକେଟ ନେଇଥିଲେ। ରାଧା ଯାଦବ ଉଭୟ ପ୍ଲେୟର ଅଫ୍‌ଦି ମ୍ୟାଚ ଓ ସିରିଜ ବିବେଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ କ୍ରିକେଟରେ ପୁଣି ଡ୍ରାମା, ଏବେ ପୁଣି ବଦଳିବେ କ୍ୟାପଟେନ!

ଇସଲାମାବାଦ,୭।୯: ବାଂଲାଦେଶ ବିପକ୍ଷ ଘରୋଇ ଟେଷ୍ଟ ସିରିଜରେ ପାକିସ୍ତାନ ପରାଜୟ ପରେ ସମାଲୋଚନାର ବଜାର ସରଗରମ ହୋଇଛି। ସବୁଠାରୁ ଖରାପ କଥା ହେଉଛି ଏହି ପରାଜୟ...

ଟ୍ୟାକ୍ସି ଚାଳକଙ୍କ ପୁଅ ଜିତିଲେ ବ୍ରୋଞ୍ଜ୍‌

ପ୍ୟାରିସ୍‌,୭ା୯ଭାରତର ପ୍ରଥମ ଜୁଡୋକା ଭାବରେ ପ୍ୟାରିସ୍‌ ପାରାଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି କପିଲ ପରମାର। ୨୩ ବର୍ଷୀୟ କପିଲ ବ୍ରୋଞ୍ଜ ପଦକ...

୪ ଓଭର, ଗୋଟିଏ ମେଡେନ୍‌, ୪ ରନ୍‌…. ଛାଇଗଲେ ଭୁବି

ନୂଆଦିଲ୍ଲୀ,୭।୯: ଭୁବନେଶ୍ୱର କୁମାର ୟୁପି ଟି-୨୦ ଲିଗ ୨୦୨୪ରେ ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଛନ୍ତି। ଭୁବନେଶ୍ୱର କୁମାରଙ୍କ ବୋଲିଂ ଆଗରେ ବିରୋଧୀ ବ୍ୟାଟ୍ସମ୍ୟାନମାନେ ଅସହାୟ...

୧୪୭ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି, ଓଲି ପୋପ ବଡ଼ କାରନାମା

ନୂଆଦିଲ୍ଲୀ,୭।୯: ଇଂରାଜୀ ବ୍ୟାଟ୍ସମ୍ୟାନ ଓଲି ପୋପ ଏବେ ଚମତ୍କାର ଫର୍ମରେ ଅଛନ୍ତି। ସେ ଶ୍ରୀଲଙ୍କା ବିପକ୍ଷରେ ୧୦୩ ରନ୍‌ର ଇନିଂସ ଖେଳି ଅପରାଜିତ ଅଛନ୍ତି। ତେବେ...

ରାହୁଲ ଦ୍ରାବିଡଙ୍କ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୭।୯: ଶୁକ୍ରବାର ରାଜସ୍ଥାନ ରୟାଲ୍ସ ପୂର୍ବତନ ଭାରତୀୟ ଅଧିନାୟକ ରାହୁଲ ଦ୍ରାବିଡଙ୍କୁ ଏହାର ମୁଖ୍ୟ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରିଛି। ବାସ୍ତବରେ, ଟି -୨୦ ବିଶ୍ୱକପ୍‌...

ପ୍ରବୀଣଙ୍କୁ ସ୍ବର୍ଣ୍ଣ

ପ୍ୟାରିସ୍‌, ୭।୯(ପି.ଟି.): ଭାରତର ପ୍ରବୀଣ କୁମାର ପ୍ୟାରିସ୍‌ ପାରାଲିମ୍ପିକ୍ସରେ ଶୁକ୍ରବାର ସ୍ବର୍ଣ୍ଣ ପଦକ ଜିତି ଦେଶକୁ ଗର୍ବିତ କରିଛନ୍ତି। ପୁରୁଷ ହାଇଜମ୍ପ ଟି୬୪ ଇଭେଣ୍ଟରେ ସେ...

ଲେଜେଣ୍ଡ୍ସ ଲିଗ୍‌ରେ ପ୍ରଥମ ଥର ଓଡ଼ିଶା ଟିମ୍ କୋଣାର୍କ ସୂର୍ଯ୍ୟ: ଇର୍ଫାନ୍‌ ପଠାନ କ୍ୟାପଟେନ୍‌

ପ୍ୟାରିସ୍‌,୬ା୯: ଲେଜେଣ୍ଡ୍ସ ଲିଗ୍‌ କ୍ରିକେଟରେ ଓଡ଼ିଶାର ପ୍ରଥମ ଦଳ ଭାବେ କୋଣାର୍କ ସୂର୍ଯ୍ୟ ସାମିଲ ହୋଇଛି। ଶୁକ୍ରବାର ଭୁବନେଶ୍ୱରରେ ଟିମ ଲଞ୍ଚ ହେବା ସହ, ସମସ୍ତ...

କେବେ ଦେଖି ନ ଥିବେ ଏମିତି ମ୍ୟାଚ୍‌: ଟି-୨୦ ବିଶ୍ୱକପ୍‌ କ୍ୱାଲିଫାୟର୍ସରେ ମାତ୍ର ୧୦ ରନ୍‌ରେ ଅଲଆଉଟ୍‌ ହେଲା ଏହି ଦଳ

ନୂଆଦିଲ୍ଲୀ,୬।୯: ମଙ୍ଗୋଲିଆ ଏବଂ ସିଙ୍ଗାପୁର ମଧ୍ୟରେ ମ୍ୟାଚ ଟି-୨୦ ବିଶ୍ୱକପ ଏସୀୟ କ୍ୱାଲିଫାୟର୍ସରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମଙ୍ଗୋଲିଆ ନାମରେ ଏକ ଲଜ୍ଜାଜନକ ରେକର୍ଡ ଯୋଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri