ମେଣ୍ଟକୁ ନେଇ ସଫାସଫା କହିଦେଲେ ମୋଦି, ଜାତୀୟ ଗଣମାଧ୍ୟମରେ ଚହଳ

ଭୁବନେଶ୍ୱର,୧୦।୪: ରାଜଧାନୀ ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ରୋଡ ଶୋ’ ପରେ ମେଣ୍ଟକୁ ନେଇ ଜାତୀୟ ଗଣମାଧ୍ୟମରେ ବଡ଼ ବୟାନ ଦେଇଛନ୍ତି ମୋଦି। ଯାହାପରେ ରାଜ୍ୟ ରାଜନୀତି ସରଗରମ ହୋଇ ଉଠିଛି।

ଗତ କିଛି ଦିନ ପୂର୍ବରୁ ମୋଦି ବିରାଟ ଜନସଭାରେ ବିଜେଡି ଓ ପାଣ୍ଡିଆନଙ୍କୁ ଟାର୍ଗେଟ କରି ତତଲା ବୟାନ ଦେଇଛନ୍ତି। ଯାହା ପରେ ବିଜେଡି ମଧ୍ୟ ପ୍ରତି ଆକ୍ରମଣ କରିବାକୁ ପଛଘୁଞ୍ଚା ଦେଇନାହିଁ। ଗତ ସୋମବାର ଦୁଇଦଳ ମଧ୍ୟରେ ସଣ୍ଢୁଆଶି ଆକ୍ରମଣ ଦେଖିବାକୁ ମିଳିଥିଲା। ଯାହାକୁ ନେଇ ରାଜଧାନୀ ପାରଦ ପରି ରାଜଧାନୀ ରାଜନୀତି ମଧ୍ୟ ଉପରମୁହାଁ ଧରିଥିଲା। ତେବେ ଶୁକ୍ରବାର ଭୁବନେଶ୍ୱରରେ ରୋଡ ଶୋ’ ସାରି ମେଣ୍ଟ ନେଇ ଜାତୀୟ ଗଣମାଧ୍ୟମରେ ସଫାସଫା ଶୁଣାଇ ଦେଇଛନ୍ତି ମୋଦି।

ସେ କହିଛନ୍ତି, ଓଡିଶାରେ ବିପୁଳ ସମର୍ଥନ ମିଳୁଛି। ପୂର୍ବରୁ ଓଡ଼ିଶାରେ ଏପରି ଜନ ସମାଗମ ଓ ଉତ୍ସାହ ଦେଖି ନ ଥିଲି। ରାଜ୍ୟରେ ଏକ ବଡ଼ ଟର୍ଣ୍ଣିଂ ପଏଣ୍ଟ ଆସିବାକୁ ଯାଉଛି। ଓଡ଼ିଶାରେ ଆଗକୁ ପଦ୍ମ ଫୁଟିବାକୁ ଯାଉଛି। ସେହିପରି ମେଣ୍ଟ ଆଲୋଚନା ନେଇ ସ୍ପଷ୍ଟ ମତ ରଖିଛନ୍ତି ମୋଦି। ସେ କହିଛନ୍ତି, ଆମେ ଦୁଇଟି ଅଲଗା ଦଳ। ସଂସଦରେ ପ୍ରସଙ୍ଗ ଭିତ୍ତିକ ସମର୍ଥନ ମିଳିଛି। ବିଧାନସଭାରେ ଆମର ଲଢେଇ ଜାରି ରହିଛି। କାରଣ ଓଡ଼ିଶାର ଅସ୍ମିତା ଏଠାରେ ବିପଦରେ ପଡିଛି। କିନ୍ତୁ ପଦ୍ମ ଫୁଟାଇବା ପାଇଁ ଆମେ ପ୍ରତିବଦ୍ଧ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା, ହୋଇପାରୁନି ବିସର୍ଜନ

ଭୁବନେଶ୍ୱର, ୧୮ା୧୦: ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା। ଜାଗା ବିବାଦ ପାଇଁ ଦଶହରା ପରେ ବି ହୋଇନାହାଁନ୍ତି ବିସର୍ଜିତ। ଏଭଳି...

ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା...

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ...

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri