ବୁଲାଣି ରାସ୍ତାରେ ୨ ବସ୍‌ ମୁହାଁମୁହିଁ: ଡ୍ରାଇଭରଙ୍କ ଜୀବନ ଗଲା, ୩୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ସୋନପୁର,୧୦।୫(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର-ସମ୍ବଲପୁର ରାସ୍ତାର ଉଲୁଣ୍ଡା ବ୍ଲକସ୍ଥିତ ଡୁଡୁପାଲି ଛକରେ ଶୁକ୍ରବାର ରାତିରେ ସଡକ ଦୁର୍ଘଟଣା ଘଟିଛି। ବୁଲାଣି ରାସ୍ତାରେ ୨ ଯାତ୍ରୀବାହୀ ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ମୃତ ଡ୍ରାଇଭରଙ୍କ ନାମ ପ୍ରଦୀପ ପ୍ରଧାନ(୫୩)। ତାଙ୍କ ଘର ସମ୍ବଲପୁର ସହର ମୋଦିପଡାରେ। ଦୁର୍ଘଟଣା ଯୋଗୁଁ ୩୫ରୁ ଊର୍ଦ୍ଧ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କୁ ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା କରାଯାଉଛି।

ସୂଚନା ଅନୁଯାୟୀ କରିସ୍ମା ନାମକ ଯାତ୍ରୀବାହୀ ବସ ନଂ. ଓଡି୦୫ଟି ୮୭୮୮ ସୁବର୍ଣ୍ଣପୁର ବସଷ୍ଟାଣ୍ଡରୁ ବାହାରି ସମ୍ବଲପୁର ଅଭିମୁଖେ ଯାଉଥିଲା। ବସ୍‌ରେ ୪୫ରୁ ଊର୍ଦ୍ଧ ଯାତ୍ରୀ ଥିଲେ। ବସଟି ଡୁଡୁପାଲି ବୁଲାଣି ରାସ୍ତାରେ ଯାଉଥିବା ବେଳେ ସମ୍ବଲପୁର ପଟୁ ସୁବର୍ଣ୍ଣପୁର ଅଭିମୁଖେ ଆସୁଥିବା ଚକାଡୋଳା ନାମକ ଯାତ୍ରୀବାହୀ ବସ ନଂ. ଓଡି୨୩ଡି ୨୮୮୩ ମୁହାଁମୁହିଁ ଧକ୍କା ଦେଇଥିଲା। ଦୁର୍ଘଟଣା ଅତି ଭୟଙ୍କର ଥିଲା। ଚକାଡେଳା ବସ୍‌ର ଡ୍ରାଇଭର ପ୍ରଦୀପଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଆମ୍ବୁଲାନ୍ସ ଯୋଗେ ଆହତମାନଙ୍କୁ ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରା ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri