ସମନ୍ବୟ-ସହଯୋଗିତାକୁ ଗୁରୁତ୍ୱ

ଭୁବନେଶ୍ୱର,୧୧।୫: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ଆନୁଆଲ ବିଜନେସ୍‌ ଆସୋସିଏଟ୍‌ ମିଟ୍‌ ଭୁବନେଶ୍ୱରର ଏମ୍‌ଡିସି ବରମୁଣ୍ଡା ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ତଥା ଦେଶର ବିଭିନ୍ନ ଅଞ୍ଚଳରୁ ୯୦ଜଣ ବିଜନେସ୍‌ ଆସୋସିଏଟ୍‌ ଅଂଶ ଗ୍ରହଣ କରିଥିଲେ। ଏହି ପରିପ୍ରେକ୍ଷୀରେ ଟିପିସିଓଡିଏଲ୍‌ ସହିତ ସହଭାଗିତା ପଦକ୍ଷେପ ବିଷୟରେ ସେମାନେ ନିଜ ନିଜର ଦୃଷ୍ଟିକୋଣ ଉପସ୍ଥାପନ କରିଥିଲେ। ଏହି ଭାବ ବିନିମୟ କାର୍ଯ୍ୟକ୍ରମରେ ଗଠନ ମୂଳକ ଆଲୋଚନା ହୋଇଥିଲା ବେଳେ ଅଂଶଗ୍ରହଣକାରୀମାନେ ମିଳିତ ଅଭିବୃଦ୍ଧି ପାଇଁ ସେମାନଙ୍କ ଅଭିଜ୍ଞତା ବାଣ୍ଟିଥିଲେ ଓ ରଣନୀତି ଉପରେ ବିସ୍ତୃତ ଆଲୋଚନା କରିଥିଲେ। ଯେଉଁଥିରେ ଟିପିସିଓଡିଏଲ୍‌ର ସିଇଓ ଅରଭିନ୍ଦ୍‌ ସିଂହଙ୍କ ନେତୃତ୍ୱରେ ବିଭିନ୍ନ ବିଭାଗର ପ୍ରମୁଖ ଅଧିକାରୀଙ୍କ ସମେତ ନେତୃତ୍ୱ ଟିମ୍‌ ମଧ୍ୟ ଯୋଗ ଦେଇଥିଲେ। ଏହି ଅଧିବେଶନରେ ବିଜନେସ୍‌ ଆସୋସିଏଟ୍‌ମାନେ ପ୍ରାସଙ୍ଗିକ ପ୍ରଶ୍ନ କରି ଟିପିସିଓଡିଏଲ୍‌ର ବରିଷ୍ଠ ଅଧିକାରୀମାନଙ୍କଠାରୁ ପ୍ରତିକ୍ରିୟା ହାସଲ କରିବାର ସୁଯୋଗ ପାଇଥିଲେ। ଏ ସମ୍ପର୍କରେ ଟିପିସିଓଡିଏଲ୍‌ର ସିଇଓ ଅରଭିନ୍ଦ୍‌ ସିଂହ କହିଛନ୍ତି, ଆନୁଆଲ ବିଜନେସ୍‌ ଆସୋସିଏଟ୍‌ ମିଟ୍‌ ଆମ ସହଯୋଗିତାର ଦୃଢ଼ତା ଏବଂ ଶକ୍ତି କ୍ଷେତ୍ରରେ ନବସୃଜନ ଓ ଉତ୍କର୍ଷକୁ ବଢ଼ାଇବା ପାଇଁ ଆମର ମିଳିତ ପ୍ରତିବଦ୍ଧତାର ପ୍ରମାଣ ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି।
ଏପରିକି ବିଜନେସ୍‌ ଆସୋସିଏଟ୍‌ମାନେ ପ୍ରଦାନ କରିଥିବା ମୂଲ୍ୟବାନ ପରାମର୍ଶକୁ ଆମେ ପ୍ରଶଂସା କରୁଛୁ, ଯାହା ଆମ ସେବାରେ ଉନ୍ନତି ଆଣିବା ଏବଂ ସମସ୍ତ ଅଂଶୀଦାରଙ୍କୁ ମୂଲ୍ୟ ପ୍ରଦାନ କରିବା ଲାଗି ଆମ ସଙ୍କଳ୍ପକୁ ଦୋହରାଉଛି। ଟିପିସିଓଡିଏଲ୍‌ ପକ୍ଷରୁ ସହଯୋଗିତା, ନବସୃଜନ ଓ ସାମାଜିକ ଦାୟିତ୍ୱବୋଧକୁ ଅଗ୍ରାଧିକାର ପ୍ରଦାନ କରାଯାଉଛି, କାରଣ ଏହା ସାମାଜକୁ ସଶକ୍ତ କରୁଥିବା ବେଳେ ଅର୍ଥନୈତିକ ଅଭିବୃଦ୍ଧି ଏବଂ ଓଡ଼ିଶାବାସୀଙ୍କ ଜୀବନର ଗୁଣାତ୍ମକମାନରେ ଉନ୍ନତି ଆଣିବାକୁ ଉଦ୍ୟମ କରୁଛି।
ଆଲୋଚନା ସମୟରେ ବହୁ ସଂଖ୍ୟାରେ ବିଜନେସ୍‌ ଆସୋସିଏଟ୍‌ ଟାଟା ପାୱାର ସହ ସହଯୋଗିତା ପରଠାରୁ ଟିପିସିଓଡିଏଲ୍‌ରୁ ମିଳୁଥିବା ଲାଭଗୁଡ଼ିକୁ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

ରିଲାଏନ୍ସ ଜିଓର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୬।୧୦(ଅଭୟ ଦାଶ): ରିଲାଏନ୍ସ ଜିଓର ନୂତନ ଉତ୍ପାଦ ‘ଜିଓଭାରତ ଭି୩ ଏବଂ ଜିଓ ଭାରତ ଭି୪’ ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଏହି ୨ ନୂଆ...

ମାମାଆର୍ଥ ସହ ମିଶୋର ବୁଝାମଣା

ନୂଆଦିଲ୍ଲୀ,୧୬।୧୦: ଭାରତରେ ଦ୍ରୁତ ବୃଦ୍ଧି ପାଉଥିବା ପର୍ସନାଲ କେୟାର ବ୍ରାଣ୍ଡ୍‌ ମାମାଆର୍ଥ ଏବଂ ଇ-କର୍ମସ ପ୍ଲାଟ୍‌ଫର୍ମ ମିଶୋ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି।...

ଭାରତୀୟ ଡେଟା ସେଣ୍ଟରରେ ଭାରତର ଡେଟା ରହୁ: ଆକାଶ

ନୂଆଦିଲ୍ଲୀ,୧୬।୧୦: ଭାରତରେ ଡେଟା ସୃଷ୍ଟି ହେବାର ଆକାର ଏବଂ ଗତି ବେଶ୍‌ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଏପରିକି ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସହିତ ଆହୁରି...

ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୪୯%

ଭୁବନେଶ୍ୱର,୧୫ା୧୦(ଅନୁରାଧା ମହାରଣା): ପନିପରିବା ମୂଲ୍ୟରେ ବ୍ୟାପକ ବୃଦ୍ଧି ହେତୁ ଖୁଚୁରା ମୁଦ୍ରାସ୍ଫୀତି ହାରରେ ତୀବ୍ର ବୃଦ୍ଧି ଘଟିଛି। ଗତ ୯ମାସ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ଖୁଚୁରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri