କେନ୍ଦ୍ରମନ୍ତ୍ରୀ ଥାଇ ଦେବଗଡ଼ ପାଇଁ କ’ଣ କରିଛନ୍ତି: ପ୍ରଣବ

ଦେବଗଡ଼,୧୩।୫(ଶଶାଙ୍କ ଶେଖର ଝାଙ୍କର): ନିର୍ବାଚନୀ ପ୍ରଚାର ପାଇଁ ବିଭିନ୍ନ ନିର୍ବାଚନମଣ୍ଡଳୀ ଓ ବ୍ଲକ ବୁଲି ସଭାରେ ଯୋଗଦେଉଛନ୍ତି ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ତଥା ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ। ଏହି ସମୟରେ ସେ କର୍ମୀମାନଙ୍କୁ ବିଭିନ୍ନ ପରାମର୍ଶ ଦେଇ ଉତ୍ସାହିତ କରୁଥିବା ଦେଖିବାକୁ ମିଳିଛି। ଜନସାଧାରଣଙ୍କୁ ଭେଟି ଆଶୀର୍ବାଦ ଲୋଡ଼ିବା ସହିତ ବିରୋଧୀଙ୍କୁ ଶାଣିତ ସ୍ବରରେ ଆକ୍ରମଣ କରୁଛନ୍ତି।

ରବିବାର ପୂର୍ବାହ୍ନରେ ତିଳେଇବଣିଠାରେ ଅନୁଷ୍ଠିତ ପ୍ରଥମ କାର୍ଯ୍ୟକ୍ରମ ପରେ ତିଳେଇବଣି ବ୍ଲକ ଗଜୁରିବଣିଠାରେ ଖଡ଼ିଆ ସମାଜ ପକ୍ଷରୁ ପ୍ରଣବଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ପ୍ରଣବ ସେମାନଙ୍କୁ କୃତଜ୍ଞତା ଜଣାଇବା ସହିତ ସମସ୍ତ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ବାରକୋଟ ବ୍ଲକ ଗୁଣ୍ଡୁରୀପୋଷିଠାରେ ଅନୁଷ୍ଠିତ କର୍ମୀ ସମ୍ମିଳନୀ ଓ ନିର୍ବାଚନୀ ପ୍ରଚାରରେ ସାମିଲ ହୋଇଥିଲେ। କର୍ମୀ ସମ୍ମିଳନୀରେ ପ୍ରଣବ କହିଥିଲେ ଯେ, ପ୍ରତିପକ୍ଷ କଥାରେ ବିଶ୍ୱାସ କରୁଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦଳ କାମରେ ବିଶ୍ୱାସ କରିଥାଏ।

ବିଗତ ଦିନରେ ନିର୍ବାଚିତ ହୋଇଥିବା ବିରୋଧୀମାନେ ଏ ଅଞ୍ଚଳର ଉନ୍ନତି ପାଇଁ କିଛି ବି କଲେନି। ସେହିପରି କେନ୍ଦ୍ରମନ୍ତ୍ରୀ ଥାଇ ଧର୍ମେନ୍ଦ୍ର ଦେବଗଡ଼ ପାଇଁ କ’ଣ କରିଛନ୍ତି ବୋଲି ପ୍ରଣବ ପ୍ରଶ୍ନ କରିଥିଲେ। ତେଣୁ ଏଥର ବିଜୁ ଜନତା ଦଳ ପ୍ରତି ଭରସା ରଖି ଦୁଇଥର ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ନିବେଦନ କରିଥିଲେ। କାର୍ଯ୍ୟକ୍ରମରେ ପ୍ରଣବଙ୍କ ସାଥିରେ ଦେବଗଡ଼ ବିଧାୟକ ପ୍ରାର୍ଥୀ ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କ ସମେତ ବହୁ ଦଳୀୟ ପଦାଧିକାରୀ ପ୍ରଚାରରେ ସାମିଲ ଥିଲେ। ଦେବଗଡ଼ରେ କାର୍ଯ୍ୟକ୍ରମ ସାରିବା ପରେ ସେ ରିଆମାଳରେ ପହଞ୍ଚତ୍ଥିଲେ।

ରିଆମାଳରେ ବୁଥସ୍ତରୀୟ ପ୍ରଶିକ୍ଷଣ ଶିବିର ଚାଲିଥିବାବେଳେ ପ୍ରବଳ ଭିଡ଼ ହେବାରୁ କିଛି ମହିଳା ତଳେ ବସିଥିଲେ। ଏହାଦେଖି ମଞ୍ଚରୁ ଉଠିଆସି ତଳେ ବସିଥିଲେ ପ୍ରଣବ ପ୍ରକାଶ। ମହିଳାଙ୍କ ସହିତ ତଳେ ବସି କଥାବାର୍ତ୍ତା କରିବା ଘଟଣାରେ ଦେବଗଡ଼ରେ ଏବେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri